ଗଞ୍ଜାମରେ ଶିଶୁ ସୁରକ୍ଷା ଆୟୋଗ: ଶୈଶବ ସୁରକ୍ଷିତ ଦିଗରେ ସଚେତନତା

ଛତ୍ରପୁର,୫।୨(ଡି.ଏନ୍‌.ଏ.) : ୨୦୨୫ ସୁଦ୍ଧା ରାଜ୍ୟ ହେବ ଶିଶୁଶ୍ରମିକ ମୁକ୍ତ। ଶୈଶବ କିପରି ସୁରକ୍ଷିତ ରହିବ ସେ ଦିଗରେ ସରକାର ଲକ୍ଷ୍ୟ ରଖିଛନ୍ତି। ଛତ୍ରପୁର ସର୍କିଟ ହାଉସ ପରିସରରେ ବୁଧବାର ଏନେଇ ଆୟୋଜିତ ଏକ ଖବରଦାତା ସମିଳନୀରେ ରାଜ୍ୟ ଶିଶୁ ସୁରକ୍ଷା ଆୟୋଗର ଅଧ୍ୟକ୍ଷା ସୁଶ୍ରୀ ସନ୍ଧ୍ୟାବତୀ ପ୍ରଧାନ ଏହି ସୂଚନା ଦେଇଛନ୍ତି। ସାରା ବିଶ୍ୱରେ ଶିଶୁଶ୍ରମିକ ଏକ ଜଟିଳ ସମସ୍ୟା ଯାହାକୁ ରୋକାଯାଇପାରୁ ନାହିଁ। ଆର୍ଥିକ ଅନଗ୍ରସର ଅଭିଭାବକ ନିଜର ସନ୍ତାନମାନଙ୍କୁ ପଢ଼ାଇବା ବଦଳରେ ବଳ ପୂର୍ବକ କାମରେ ଲଗାଉଛନ୍ତି। ସାରା ବିଶ୍ୱରେ ଶିଶୁଶ୍ରମିକ ନିର୍ଯାତିତ ହେଉଛନ୍ତି। ଏହି ବେଆଇନ କାର୍ଯ୍ୟ ବିରୋଧରେ ଜନ ସଚେତନତା ନିମନ୍ତେ ରାଜ୍ୟ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଏବଂ ରାଜ୍ୟ ଶ୍ରମ ଏବଂ କର୍ମଚାରୀ ବୀମା ବିଭାଗ ଏ ଦିଗରେ ଜନପ୍ରତିନିଧି, ସରକାରୀ ଅଧିକାରୀ ଏବଂ ବେସରକାରୀ ସଂସ୍ଥା ଓ କର୍ମକର୍ତ୍ତା ଓ ଅନ୍ୟାନ୍ୟ ଅଂଶଦାରୀମାନଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ ଜିଲା ଶ୍ରମ, ଶିଶୁ ସୁରକ୍ଷା ବିଭାଗର ଅଧିକାରୀ ଉପସ୍ଥିତ ଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମହାରାଷ୍ଟ୍ର ସରକାରରେ ପୁଣି ଫାଟ: ଶିବସେନା ମନ୍ତ୍ରୀଙ୍କୁ ଅଣଦେଖା

ପୁଣେ,୨୮।୮: ମହାରାଷ୍ଟ୍ରର ଶାସକ ମହାୟୁତି ମେଣ୍ଟ ଭିତରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ବିଶେଷକରି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଏକନାଥ ଶିନ୍ଦେ ଗୋଷ୍ଠୀ ମଧ୍ୟରେ ବିବାଦ…

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ନୂଆଦିଲ୍ଲୀ,୨୮ା୮: ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର…

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri