ଗଞ୍ଜାମରେ ସୁରଟ ଫେରନ୍ତାଙ୍କୁ ବିରୋଧ: ଟେକାପଥର ମାଡ଼, ପୋଲିସର ଲାଠି ଚାଳନା

ଛତ୍ରପୁର,୮।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ପଞ୍ଚାୟତର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଗୁରୁବାର ରାତିରେ ସୁରଟ ଫେରନ୍ତାଙ୍କୁ ରଖିବାକୁ ସ୍ଥାନୀୟ ଲୋକେ ବିରୋଧ କରିଛନ୍ତି। ଏପରିକି ପୋଲିସ ଉପରକୁ କେତେକ ଲୋକ ଟେକା ପଥର, କାଚ ବୋତଲ ମାଡ଼ କରିଥିଲେ। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ପରେ ପୋଲିସ ପକ୍ଷରୁ ଲାଠି ଚାଳନା କରାଯାଇଥିଲା। ଖବରପାଇ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ଏ ନେଇ ବିଡ଼ିଓ ଅମ୍ବିକା ପ୍ରସାଦ ଦାଶ କହିଛନ୍ତି, କେତେଜଣ ସୁରଟ ଫେରନ୍ତା ଗାଡ଼ିରେ ଥିଲେ ଜାଣି ନାହିଁ। ତେବେ ପ୍ରବାସୀମାନଙ୍କୁ ନିଜ ନିଜ ବ୍ଲକର କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି।

ପ୍ରକାଶ ଯେ, ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ରାତିରେ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସାନ ଆର୍ଯ୍ୟପଲ୍ଲୀ କ୍ୱାରାଣ୍ଟାଇନ ସେଣ୍ଟରକୁ ଏକ ବସ ଯୋଗେ ପଞ୍ଚାୟତର ୧୧ଜଣଙ୍କ ସମେତ ୩୨ଜଣ ସୁରତ ଫେରନ୍ତାଙ୍କୁ ଧରି ସେଠାରେ ରଖିବାକୁ ଅଣାଯାଇଥିଲା। ଖବରପାଇ କେତେକ ଗ୍ରାମବାସୀ ଏହାକୁ ବିରୋଧ କରିଥିଲେ। ଏହାପରେ ପ୍ରଶାସନ ସମସ୍ତ ସୁରତ ଫେରନ୍ତାଙ୍କୁ ସାଙ୍ଗରେ ଧରି ଫେରିବାକୁ ପଡିଥିଲା। ଏ ନେଇ ଥାନାରେ କୌଣସି ମାମଲା ରୁଜୁ ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri