ଗଞ୍ଜାମରେ ସୁସ୍ଥ ହେଲେଣି ୩୫୪

ଛତ୍ରପୁର,୫ା୬(ଡି.ଏନ୍‌.ଏ.)- କରୋନା ଲକ୍ଷଣ ଦେଖାଗଲେ ନ ଲୁଚାଇ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନିଅ। ଏପରି କଲେ ପ୍ରାଣଘାତୀ ଭୂତାଣୁକୁ ହରାଇ ହେବ। ଗୁରୁବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ କରି ଏହା କହିଛନ୍ତି। ଏଥିସହ ଜନଗହଳି ସ୍ଥାନକୁ ନ ଯିବା, ଅନ୍ୟ ସଂସ୍ପର୍ଶରେ ନ ଆସିବା ଓ ଅନ୍ୟଠାରୁ ଦୂରତା ରକ୍ଷା କରିବା ସର୍ବଦା ମାସ୍କ ପିନ୍ଧିବା ସହ କୋଭିଡ୍‌ ନେଇ ଜାରି ଗାଇଡଲାଇନ୍‌ ପାଳନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଘରେ ରୁହ ଏବଂ ସୁରକ୍ଷିତ ରୁହ ବୋଲି ଜିଲାପାଳ କହିଛନ୍ତି। ଜିଲାରେ ଗୁରୁବାର ଆଉ ୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୨୧ରେ ପହଞ୍ଚିଛି। ଅନ୍ୟପକ୍ଷରେ ଜିଲାରେ ଗୁରୁବାର ୧୪ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ୩୫୪ ଜଣ ସୁସ୍ଥ ହୋଇଥିବା ବେଳେ ୧୬୪ ସକ୍ରିୟ ପଜିଟିଭ ଥିବା ସୂଚନା ମିଳିଛି। ସେପଟେ କରୋନା ମୁକାବିଲା ପାଇଁ ପଞ୍ଚାୟତସ୍ତରରେ ଆମ ସ୍ବାସ୍ଥ୍ୟ, ଆମ ଦାୟିତ୍ୱ ତାଲିମ ଆରମ୍ଭ ହୋଇଛି। ପୂର୍ବରୁ ଜିଲା ଓ ବ୍ଲକସ୍ତରରେ ଏହି ତାଲିମ ଦିଆଯାଇଛି। ମାଷ୍ଟର ଟ୍ରେନରମାନେ ପଞ୍ଚାୟତ ସ୍ତରରେ କରୋନା କ’ଣ ଓ କିପରି ମୁକାବିଲା କରାଯିବ ସେ ସମ୍ପର୍କରେ ତାଲିମ ଦେଉଛନ୍ତି। ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ମହିଳା ସଂଘ ସଦସ୍ୟା ଓ ସ୍ବେଚ୍ଛାସେବୀଙ୍କୁ ଏହି ତାଲିମ ଦିଆଯିବ। ସେମାନେ ଜନସାଧାରଣଙ୍କୁ ଏ ସମ୍ପର୍କରେ ସଚେତନ କରିବେ ବୋଲି ଜିଲାପାଳ ଟୁଇଟ କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା...

ଅନୁସୂଚିତ ଜନଜାତି-ଜାତି ଉନ୍ନୟନ ବିଭାଗର ବଡ଼ ପଦକ୍ଷେପ: ଲୁକ୍କାୟିତ ପ୍ରତିଭାଙ୍କୁ ଚି଼ହ୍ନଟ

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିର ହେଲିପ୍ୟାଡ଼ ପଡିଆଠାରେ ବୁଧବାର ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରକାଶ ଯେ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri