ଗଞ୍ଜାମରେ ୧୫,୮୧୬ ଜଣଙ୍କ ହୋମ୍‌ କ୍ୱାରେଣ୍ଟାଇନ୍‌ ଅବଧି ସରିଲା, ଘରେ ରହିବାକୁ ଦିଆଯାଇଛି ପରାମର୍ଶ: ଜିଲାପାଳ

ଛତ୍ରପୁର, ୧୦।୪(ଡି.ଏନ୍‌.ଏ.)- କରୋନା ଭାଇରସକୁ ପ୍ରତିହତ କରିବା ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାରେ ବିଦେଶ ଓ ଅନ୍ୟ ରାଜ୍ୟ ଫେରନ୍ତାଙ୍କୁ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରଖାଯାଇଛି। ତେବେ ଶୁକ୍ରବାର ସୁଦ୍ଧା ଜିଲାରେ ୧୫,୮୧୬ ଜଣ ବିଦେଶ ଓ ଅନ୍ୟ ରାଜ୍ୟ ଫେରନ୍ତାଙ୍କ ହୋମ କ୍ୱାରେଣ୍ଟାଇନ୍‌ ଅବଧି ସରିଛି। ତେବେ ଅବଧି ସରିବା ପରେ ମଧ୍ୟ ସେମାନଙ୍କୁ ଅନ୍ୟ ଭଳି ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ସେମାନଙ୍କମଧ୍ୟରେ ୭୨୮ ଜଣ ବିଦେଶ ଫେରନ୍ତା ଓ ୧୫,୦୮୮ ଜଣ ରାଜ୍ୟ ବାହାରୁ ଆସିଥିବା ବ୍ୟକ୍ତି ରହିଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପୂର୍ବାହ୍ନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ଜିଲାପାଳ କହିଛନ୍ତି, ଜିଲାକୁ ମୋଟ ୭୬୧ଜଣ ବିଦେଶରୁ ଫେରିଥିଲେ। ସମସ୍ତେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରହିଥିଲେ। ବର୍ତ୍ତମାନ ଆହୁରି ୩୩ ଜଣ ବିଦେଶ ଫେରନ୍ତା ହୋମ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି। ସେହିପରି ୨୯ ହଜାର ୨୦୯ ଜଣ ଅନ୍ୟ ରାଜ୍ୟରୁ ଘରକୁ ଫେରି ହୋମ୍‌ କ୍ୱାରେଣ୍ଟାଇନରେ ରହିଥିଲେ। ଏବେ ଏମାନଙ୍କ ମଧ୍ୟରୁ ୧୪ ହଜାର ୧୨୧ ଜଣ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରହିଛନ୍ତି। ଏମାନଙ୍କ ଘର ବାହାରେ ସୂଚନା ଫଳକ ମଧ୍ୟ ଲଗାଯାଇଛି। ପ୍ରତିଦିନ ସେମାନଙ୍କ ଘରକୁ ଯାଇ ଅଙ୍ଗନଓ୍ବାଡି ଓ ସ୍ବାସ୍ଥ୍ୟକର୍ମୀ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝୁଛନ୍ତି। ଏଥିସହ ପ୍ରତିଦିନ ଉକ୍ତ ରିପୋର୍ଟକୁ ଜିଲାପାଳଙ୍କ ନିକଟକୁ ପଠାଯାଉଛି। ଆବଶ୍ୟକ ହେଲେ ସ୍ବତନ୍ତ୍ର କୋଭିଡ ଆମ୍ବୁଲାନ୍ସ ଯୋଗେ ହସ୍ପିଟାଲ ନେଇ ଚିକିତ୍ସା ମଧ୍ୟ କରାଯାଉଛି। ବର୍ତ୍ତମାନ ସୁଦ୍ଧା ୩୧୧ ଜଣ କରୋନା ସନ୍ଦିିଗ୍ଧଙ୍କ ସ୍ବାବ ପରୀକ୍ଷା କରାଯାଇଥିଲା। ତେବେ କାହା ପାଖରେ ପଜିଟିଭ୍‌ ମିଳିନଥିବା ଜ଼ିଲାପାଳ କହିଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri