ଗଞ୍ଜାମର ସମସ୍ତ ପ୍ରବେଶ ପଥରେ ଲାଗିବ ସିସି କ୍ୟାମେରା, ମୁତୟନ ହେବେ ମାଜିଷ୍ଟ୍ରେଟ

ଛତ୍ରପୁର,୧୦ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ସମସ୍ତ ପ୍ରବେଶ ପଥରେ ସିସି କ୍ୟାମେରା ଲାଗିବ ଓ ମାଜିଷ୍ଟ୍ରେଟ ମୁତୟନ ହେବେ। ସମସ୍ତ ଯାନ ବାହାନ ଯାଞ୍ଚ କରାଯିବ। ମାଲବାହୀ ଗାଡିର ଚାଳକ ଓ ହେଲ୍‌ପର ପରିଚୟପତ୍ର ଦେଖାଇଲେ ଜିଲା ଭିତରକୁ ଛଡାଯିବ। ସେଥିରେ ଯାତ୍ରୀ ପରିବହନ କଲେ ଚାଳକକୁ ଗିରଫ ସହ ଗାଡି ଜବତ କରାଯିବ। କୌଣସି କର୍ମଚାରୀ ମୁଖ୍ୟାଳୟ ଛାଡି ପାରିବେ ନାହିଁ। ଆବଶ୍ୟକବେଳେ କାମ ନ କଲେ ମହାମାରୀ ଆଇନରେ ସେମାନଙ୍କୁ ଗିରଫ କରାଯିବ। ସବୁ ଦୋକାନୀ ‘ମାସ୍କ ନାହିଁ ତ ସଉଦା ନାହିଁ’ ଫଳକ ଲଗାଇବେ। ମାସ୍କ ନ ଲଗାଇଥିବା ବ୍ୟକ୍ତିଙ୍କଠାରୁ ଗୁରୁବାର ୧ଲକ୍ଷ ୧୭ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ସେମାନଙ୍କଠାରୁ ୨ଶହରୁ ଅଧିକ ଟଙ୍କା ଜରିମାନା ଆଦାୟ କରାଯାଇପାରିବ ନାହିଁ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି।
ବୈଠକରେ ଡ଼ିଆର୍‌ଡିଏ ପିଡି ଇ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏଡିଏମ କବୀନ୍ଦ୍ର କୁମାର ସାହୁ, ସୁଦାମ ଚରଣ ମଣ୍ଡଳ, ଅମୀୟ କୁମାର ସାହୁ, ବ୍ରହ୍ମପୁର ଉପ ଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ, ଛତ୍ରପୁର ଉପ ଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?