ଛତ୍ରପୁର,୯ା୨(ଡି.ଏନ.ଏ.)-ଗଞ୍ଜାମ ଜିଲାର ୨୭୬୩ ଅଙ୍ଗନୱାଡି କେନ୍ଦ୍ରରେ ପାନୀୟ ଜଳ ସୁବିଧା ନାହିଁ । ଜିଲାରେ ରହିଛି ୫୧୪୧ ଅଙ୍ଗନୱାଡି କେନ୍ଦ୍ର । ଏଥିରୁ ୨୩୭୮ ଅଙ୍ଗନୱାଡି କେନ୍ଦ୍ରରେ ପାନୀୟଜଳ ର ସୁବିଧା ଅଛି । ଜିଲା ସମାଜ ମଙ୍ଗଳ ବିଭାଗ ପକ୍ଷରୁ ଡିଆରଡିଏ କାର୍ଯ୍ୟାଳୟକୁ ଦିଆଯାଇଥିବା ତଥ୍ୟ ଅନୁସାରେ ଜିଲାରେ ୪୫୮୧ ଅଙ୍ଗନୱାଡି କେନ୍ଦ୍ର କୋଠା ନିର୍ମାଣ ପାଇଁ ଅନୁଦାନ ଆସିଥିଲା । ଏଥିରୁ ୨୯୮୨ ଅଙ୍ଗନୱାଡି କେନ୍ଦ୍ର କୋଠା ନିର୍ମାଣ କାମ ସରିଛି । ଅପରପକ୍ଷରେ ଜିଲାର ୧୫୯୯ ଅଙ୍ଗନୱାଡି କେନ୍ଦ୍ର ଏବେବି ଅସ୍ଥାୟୀ କୋଠାରେ ଚାଲିଛି । କେଉଁଠି କୋଠଘର ତ କେଉଁଠି ସ୍କୁଲ ଆଉ ଭଡାରେ ଏହି କେନ୍ଦ୍ର ରହିଛି । ୭୯୭ ଅଙ୍ଗନୱାଡି କେନ୍ଦ୍ର କୋଠା ନିର୍ମାଣ ଚାଲିଥିବା ବେଳେ ୮୦୨ କେନ୍ଦ୍ର କୋଠା ନିର୍ମାଣ ଆରମ୍ଭ ହୋଇନି । ଚଳିତ ସପ୍ତାହରେ ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ମଧ୍ୟ ଛତ୍ରପୁର ଆସି ଏହି ସବୁର ସମୀକ୍ଷା କରିଛନ୍ତି । ଏଥିସହ ୟୁନିସେଫ୍ର ଏକ ଟିମ୍ ମଧ୍ୟ ଜିଲାକୁ ଆସି ଅନୁଧ୍ୟାନ କରି ଫେରିଛନ୍ତି । ଜିଲାର ୨ ହଜାର ୫୫୩ ଅଙ୍ଗନୱାଡି କେନ୍ଦ୍ରରେ ରୋଷେଇ ଘର ରହିଛି । ଏଥିସହ ଜିଲାର ୫୧୪୧ ଅଙ୍ଗନୱାଡି କେନ୍ଦ୍ର ମଧ୍ୟରୁ ୨୦୪୦ ଅଙ୍ଗନୱାଡି କେନ୍ଦ୍ରରେ ପାଇଖାନା ଓ ୪୧୧ କେନ୍ଦ୍ରରେ ବିଦ୍ୟୁତ୍ ସଂଯୋଗ ରହିଛି ।
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ
ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…
ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…
ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…
ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍ ଛଡାଇ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…
ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…
ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ
ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…
Archives

