ଗଞ୍ଜାମ ଜିଲାପରିଷଦ ବୈଠକ: ଫସଲ କ୍ଷତି ନେଇ ବୀମା କମ୍ପାନୀଙ୍କୁ ନୋଟିସ

ଛତ୍ରପୁର,୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପରିଷଦ ବୈଠକ ଶୁକ୍ରବାର ଛତ୍ରପୁର ସ୍ଥିତ ଜିଲାପରିଷଦ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷା ସୋନମ ପଲେଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଚାଷୀଙ୍କୁ ଫସଲ ବୀମା ସହାୟତା ମିଳୁ ନ ଥିବା ନେଇ ବିଧାୟକ, ଜିଲାପରିଷଦ ସଭ୍ୟମାନେ ଉଦ୍‌ବେଗ ପ୍ରକାଶ କରିଥିଲେ।
ଗତବର୍ଷ ଜିଲାର ୧ ଲକ୍ଷ ୪୬ ହଜାର ଚାଷୀ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପ୍ରିମିୟମ ଦେଇ ବୀମାଭୁକ୍ତ ହୋଇଥିଲେ। ସେଥିରୁ ୩୭ ହଜାର ଚାଷୀଙ୍କୁ ବୀମା ସହାୟତା ମିଳିଛି। ତିତ୍‌ଲିରେ ବହୁ ଚାଷୀଙ୍କ ଫସଲ କ୍ଷତି ହୋଇଥିଲା। ବୀମା କମ୍ପାନୀ ରୟାଲ ସୁନ୍ଦରମକୁ ସିଆର୍‌ପିସିର ନୋଟିସ ଦିଆଯାଇଥିବା ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ସୂଚନା ଦେଇଛନ୍ତି। ଏହା ସହ ବୈଠକରେ ସ୍ବାସ୍ଥ୍ୟ, ଶିକ୍ଷା, ଜଳସେଚନ ଉପରେ ଆଲୋଚନା ହୋଇଥିଲା।
ଏଥିରେ ଜଙ୍ଗଲ ଓ ପରିବେଶ ବିଭାଗର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଜିଲାପରିଷଦ ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା, ଜିଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ, ଡିଆରଡିଏ ପିଡି ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri