ଗଞ୍ଜାମ ଜିଲାରେ ଆଉ ୧୨ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୩୭ରେ ପହଞ୍ଚିଲା

ଗଞ୍ଜାମ,୧୧ା୫(ଡି.ଏନ୍‌.ଏ.): ସୋମବାର ଗଞ୍ଜାମରୁ ପୁଣି ୧୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ୧୩୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସରକାରୀ ତଥ୍ୟ ଅନୁସାରେ, ଏବେ ରାଜ୍ୟରେ ଅନ୍ୟ ଜିଲାଗୁଡ଼ିକ ଅପେକ୍ଷା ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ସେହିପରି ଆକ୍ରାନ୍ତଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆକଳନ କରାଯାଉଛି। ଗଞ୍ଜାମରେ ବର୍ତ୍ତମାନ ସୁଦ୍ଧା ୧୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୬ ଜଣ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି।