ଗଞ୍ଜାମ ଜିଲା: ଟ୍ରାଫିକ ନିୟମ ଉଲ୍ଲଂଘନ, ମେ ସୁଦ୍ଧା ୯୦୫ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ

ଛତ୍ରପୁର,୧୬ା୬(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଉଭୟ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ, ଗଞ୍ଜାମ ଓ ବ୍ରହ୍ମପୁର ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ଗାଡିମୋଟର ଯାଞ୍ଚ କରାଯାଉଛି ା ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ିଚାଳକଙ୍କଠାରୁ ଆର୍‌ଟିଓ କାର୍ଯ୍ୟାଳୟର ଅଧିକାରୀ ଓ ପୋଲିସ ପକ୍ଷରୁ ଜରିମାନା ଆଦାୟ କରାଯାଉଛି। ଏଥିସହ ସମ୍ପୃକ୍ତ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ପାଇଁ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟକୁ ପୋଲିସ ସୁପାରିସ କରୁଛି ା ପରେ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଉଛି। ସେହିପରି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ସିଧାସଳଖ ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଉଛି ା ଛତ୍ରପୁରସ୍ଥିତ ଗଞ୍ଜାମ ଆଞ୍ଚଳିକ ପରିବହନ ଅଧିକାରୀ ସଞ୍ଜୟ ବିଶ୍ୱାଳଙ୍କ ସୂଚନା ଅନୁସାରେ, ଚଳିତ ବର୍ଷ ମେ ମାସ ସୁଦ୍ଧା ୯୦୫ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଗଲାଣି। ଜାନୁୟାରୀରେ ୧୪୮ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଥିବା ବେଳେ ଫେବୃୟାରୀରେ ୨୩୩, ମାର୍ଚ୍ଚରେ ୨୧୮, ଏପ୍ରିଲରେ ୧୨୮ ଏବଂ ମେ ମାସରେ ୧୭୮ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରବ୍ଦ ହୋଇଛି। ଜିଲାର ଦୁଇ ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ସ୍ବରୂପ ୬୧୮ ଜଣଙ୍କର ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ପାଇଁ ସୁପାରିସ କରାଯାଇଥିଲା ା ଆଞ୍ଚଳିକ ପରିବହନ କର୍ତ୍ତୃପକ୍ଷ ଉକ୍ତ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରିଛନ୍ତି। ସେହିପରି ଆଞ୍ଚଳିକ ପରିବହନ କର୍ତ୍ତୃପକ୍ଷ ନିଜ ଆଡ଼ୁ ୨୮୭ ଜଣଙ୍କର ଡ୍ରାଇଭିଂ ଲାଇସେନ୍ସକୁ ରଦ୍ଦ
କରିଥିବା ସୂଚନା ଦିଆଯାଇଛି ା
ପୋଲିସ ଓ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଯାଞ୍ଚ ବେଳେ ହେଲମେଟ୍‌ ନ ପିନ୍ଧି ଗାଡି ଚଳାଇବା ନେଇ ଚଳିତବର୍ଷ ଏପ୍ରିଲ ମାସ ସୁଦ୍ଧା ୩୨ ହଜାର ୬୧୯ ଜଣଙ୍କଠାରୁ ଜରିମାନା ବାବଦରେ ୩୯,୪୬,୯୫୦ ଟଙ୍କା ଆଦାୟ କରାଯାଇଛି ା ସେହିପରି ସିଟ୍‌ ବେଲ୍ଟ ନ ପିନ୍ଧି ଗାଡି ଚଳାଉଥିବା ନେଇ ୪୬୮ ଜଣଙ୍କଠାରୁ ଜରିମାନା ଆଦାୟ ହୋଇଛି ା ଚଳିତବର୍ଷ ମେ ସୁଦ୍ଧା ୧୧୩୦ ଗାଡିର ଯାଞ୍ଚ କରାଯାଇଥିଲା। ସେଥିରୁ ୧୮୧ ଗାଡିର ବୀମା ପ୍ରମାଣପତ୍ର ନ ଥିବାରୁ ସେମାନଙ୍କ ଠାରୁ ୮୫ ହଜାର ଟଙ୍କା ଜରିମାନା ଆଦାୟ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri