ଗଞ୍ଜାମ ଜିଲା ଠିକାଦାର ସଂଘର ଆନ୍ଦୋଳନ : ବନ୍ଦ ହୋଇଯିବ ଉନ୍ନୟନ କାର୍ଯ୍ୟ

ବ୍ରହ୍ମପୁର ଅଫିସ୍‌,୧୬ା୧୧-ନିଖିଳ ଓଡ଼ିଶା ଠିକାଦାର ମହାସଂଘ ପକ୍ଷରୁ୍‌ ଡକାଯାଇଥିବା କାର୍ଯ୍ୟବନ୍ଦ ଆନ୍ଦୋଳନରେ ଗଞ୍ଜାମ ଜିଲା ଠିକାଦାର ସଂଘ ସାମିଲ୍‌ ହୋଇଛି। ଫଳରେ ଗତ ୧ ତାରିଖରୁ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଚାଲିଛି। ଫଳରେ ଉନ୍ନୟନ କାର୍ଯ୍ୟଗୁଡ଼ିକର ନିର୍ମାଣ ଏକ ପ୍ରକାର ବନ୍ଦ ହୋଇଯାଇଛି ।
ଯଦି ରାଜ୍ୟ ସରକାର ତୁରନ୍ତ ସଂଘର ୧୦ଦଫା ଦାବି ପୂରଣ ନ କରନ୍ତି, ତେବେ ଆଗକୁ ଆନ୍ଦୋଳନ ତୀବ୍ର ହେବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି ।
ସଂଘର ଶତାଧିକ ସଦସ୍ୟ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟରେ ଏକାଠି ହୋଇଥିଲେ। ରାଜ୍ୟ ସରକାରଙ୍କ ବିଭିନ୍ନ ନୀତି ବିରୋଧରେ ସ୍ଲୋଗାନ ଦେଇଥିଲେ । ଠିକାଦାର ବିରୋଧୀ ବିଭିନ୍ନ ନିୟମକାନୁନ୍‌, ନକାରାମତ୍କ ମନୋଭାବ ଏବଂ ନିଷ୍ପତ୍ତିକୁ ନିନ୍ଦା କରାଯାଇଥିଲା। ପରେ ୧୦ଦଫା ସମ୍ବଳିତ ଏକ ଦାବିପତ୍ର ନିର୍ବାହୀ ଯନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ। ନିର୍ମାଣ ସାମଗ୍ରୀ ପରିବହନ ସମୟରେ ଅନୁମତି ପତ୍ର ଏବଂ ରୟାଲ୍‌ଟି ରସିଦ ଦାଖଲ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି ।
ଏହାକୁ ସଂଘ ତରଫରୁ ବିରୋଧ କରାଯାଉଛି । ଏଭଳି କୌଣସି ବ୍ୟବସ୍ଥା ନ ଥିବା ବେଳେ ରାଜ୍ୟ ସରକାର ତୁରନ୍ତ ନିର୍ଦ୍ଦେଶ ପ୍ରତ୍ୟାହାର କରନ୍ତୁ ବୋଲି ସଂଘ ଦାବି କରିଛି। ଏଥି ସହ ୨୦୧୪ର ସ୍ଥିରୀକୃତ ସିଡୁଲ୍‌ ରେଟର୍‌ ୨୦୧୯ ମୂଲ୍ୟ ଭିତ୍ତିରେ ପୁନଃ ଆକଳନ, ତେଲେଙ୍ଗାନା ସରକାରଙ୍କ ନୀତି ଅନୁଯାୟୀ ଜିଏସ୍‌ଟି ପାଇଁ ୧୫ପ୍ରତିଶତ ପ୍ରାପ୍ୟ ପ୍ରଦାନ, ଭାରତ ସରକାରଙ୍କ ଷ୍ଟାଣ୍ଡାର୍ଡ ଡାଟା ବୁକ୍‌ର ତୁରନ୍ତ ପ୍ରଚଳନ, ଭାରତ ସରକାରଙ୍କ ଟେଣ୍ଡର ନିୟମାବଳୀର ତୁରନ୍ତ ପ୍ରଚଳନ, ଓଡ଼ିଶା ସରକାରଙ୍କ ବିଭିନ୍ନ କାର୍ଯ୍ୟରେ ୧୪.୯୯ପ୍ରତିଶତ ସମ୍ପୂର୍ଣ୍ଣ ପ୍ରତ୍ୟାହାର, ହାଇକୋର୍ଟଙ୍କ ବର୍ଦ୍ଧିତ ମୂଲ୍ୟ ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ ପ୍ରାପ୍ୟ ପ୍ରଦାନ, ଶ୍ରମିକ ମଜୁରିର ଉଚିତ ନିର୍ଦ୍ଧାରଣ ଏବଂ ଠିକାଦାରଙ୍କୁ ତତ୍‌ ସମ୍ପର୍କିତ ପ୍ରାପ୍ୟ ପ୍ରଦାନ, କୌଣସି ବାହ୍ୟ ସର୍ତ୍ତ ବ୍ୟତୀତ କେବଳ ଲାଇସେନ୍ସ କ୍ଷମତା ଅନୁଯାୟୀ କାର୍ଯ୍ୟାଦେଶ, ପୂର୍ବ ବ୍ୟବସ୍ଥା ଅନୁଯାୟୀ ବିଭିନ୍ନ ସଞ୍ଚୟପତ୍ର୍ର ମାଧ୍ୟମରେ ସିକ୍ୟୁରିଟି ପ୍ରଦାନ ପାଇଁ ସଂଘ ଦାବି କରିଛି। ପରେ ସେଠାରୁ ଏକ ବାଇକ୍‌ ଶୋଭାଯାତ୍ରାରେ ଯାଇ ବିଭିନ୍ନ ବିଭାଗ ଯନ୍ତ୍ରୀମାନଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଶେଷରେ ପୋକୁଡିବନ୍ଧ ଛକକୁ ଯାଇ ଡ୍ରେନେଜ୍‌ ବିଭାଗ ଯନ୍ତ୍ରୀଙ୍କୁ ଦାବିପତ୍ର ଦିଆଯାଇଥିଲା।
ସଂଘ ସଭାପତି ଉମାକାନ୍ତ ସାହଙ୍କ ସମେତ ବହୁ ସଦସ୍ୟ ଏହି ବିକ୍ଷୋଭରେ ଭାଗ ନେଇଥିଲେ । ସରକାର ଦାବି ନ ମାନିବା ପର୍ଯ୍ୟନ୍ଦ ଆନ୍ଦୋଳନ ଚାଲିବ ବୋଲି ଠିକାଦାରମାନେ ଚେତାବନୀ ଦେଇଛନ୍ତି ।
ଫଳରେ ସରକାରୀ ଯୋଜନାରେ ହେଉଥିବା ଉନ୍ନୟନ କାର୍ଯ୍ୟ ବନ୍ଦ ହୋଇଯାଇଛି । ଆଉ କିଛି ଦିନ ଆନ୍ଦୋଳନ ଚାଲିଲେ ପରିସ୍ଥିତି ସାଂଘାତିକ ହେବ ବୋଲି ଠିକାଦାରମାନେ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri