ଗଞ୍ଜାମ ଜିଲା ପ୍ରଶାସନ ନଜରରେ ଭୁବନେଶ୍ବର ଫେରନ୍ତା

ଛତ୍ରପୁର,୬ା୪(ଡି.ଏନ୍‌.ଏ.)-ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସେଠାରୁ ଗଞ୍ଜାମ ଜିଲାକୁ ଫେରୁଥିବା ଲୋକଙ୍କ ଉପରେ ନଜର ରଖାଯିବ। ଭୁବନେଶ୍ୱର ଫେରନ୍ତାଙ୍କ ଚିହ୍ନଟ କରି ତୁରନ୍ତ କ୍ୱାରାଣ୍ଟାଇନ୍‌ରେ ରଖିବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲାର ସମସ୍ତ ବ୍ଲକ ଉନ୍ନୟନ ଅଧିକାରୀ ଓ ପୌର ନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଅସୁବିଧା କାରଣରୁ ଯେଉଁମାନେ ଘରେ କ୍ବାରାଣ୍ଟାଇନରେ ରହିପାରୁନାହାନ୍ତି, ସେମାନଙ୍କୁ ଆନୁଷ୍ଠାନିକ କ୍ବାରାଣ୍ଟାଇନରେ ରଖାଯିବ। ଅତ୍ୟାବଶ୍ୟକୀୟ ସାମଗ୍ରୀ କାରବାର ସକାଳ ୭ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଚାଲିବ । ଅନ୍ୟ ସମୟ ଜିଲା ଶର୍ଟଡାଉନ ରହିବ। ଦୋକାନୀ ଗ୍ରାହକମାନଙ୍କ ସାମାଜିକ ଦ୍ୱରତ୍ୱ ବ୍ୟବସ୍ଥା କରିବେ। ନଚେତ ଦୋକାନରେ ତାଲା ପଡିବା ସହ ମାମଲା ରୁଜୁ ହେବ। ଯେ କହେ ବି ବାହାରକୁ ବାହାରିବା ବେଳେ ମୁହଁକୁ ଆବୃତ୍ତ ନ କଲେ ଜରିମାନା ଆଦାୟ କରାଯିବ। ପୌରାଞ୍ଚଳରେ ଏହି ନିୟମ ଉଲ୍ଲଂଘନକାରୀଙ୍କଠୁ ନିର୍ବାହୀ ଅଧିକାରୀ ୧୦୦୦ ଟଙ୍କା ଏବଂ ଗ୍ରାମାଞ୍ଚଳରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ୫୦୦ ଟଙ୍କା ଜରିମାନା କରିବେ । ସାଧାରଣ ବଣ୍ଟନ ଓ ବିଭିନ୍ନ ଭତ୍ତା ବଣ୍ଟନ ବେଳେ ସାମାଜିକ ଦୂରତ୍ୱ ଅବଲମ୍ବନକୁ ସୁନିଶ୍ଚିତ କରାଯିବ । କୌଣସି ସ୍ଥାନରେ ବ୍ୟତିକ୍ରମ ହେଲେ ସଂପୃକ୍ତ ବିଡିଓ ଅଥବା ପୌର ନିର୍ବାହୀ ଅଧିକାରୀଙ୍କୁ ଦାୟୀ କରାଯିବ । ଜିଲାର ପ୍ରତ୍ୟେକ ବ୍ଲକରେ ସ୍ବାସ୍ଥ୍ୟ ବିଭାଗର ର଼୍ୟାପିଡ ରେସ୍ପନସିବୁଲ ଟିମ ଆନୁସଙ୍ଗିକ ଗାଡି ଓ ଡାକ୍ତରୀଦଳ ସହିତ ମୁତୟନ ହେବେ। ଗ୍ରାମାଞ୍ଚଳରେ ଏମାନେ ତୁରନ୍ତ ଆବଶ୍ୟକ ସ୍ବାସ୍ଥ୍ୟ ସେବା ପ୍ରଦାନ କରିବେ। ସୋମବାର ଅନୁଷ୍ଠିତ କରୋନା ମୁକାବିଲା ସମ୍ପର୍କିତ ବୈଠକରେ ଏସବୁ ନିଷ୍ପତ୍ତି ହୋଇଛି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଇଂ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁ, ସୁଦାମ ଚରଣ ମଣ୍ଡଳ ଓ ଅମୀୟ କୁମାର ସାହୁ, ବ୍ରହ୍ମପୁର ଉପ ଜିଲାପାଳ ସିନ୍ଧେ ଦତାତ୍ରେୟ ଭାଉସାହେବ, ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ ସେକ୍ରେଟାରୀ ସମ୍ବିତ ରାଉତ ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri