ଗଞ୍ଜାମ ଜିଲା ବିଜେଡି କାର୍ଯ୍ୟକାରିଣୀ ବୈଠକ: ପୁରୀକୁ ବିଶ୍ୱସ୍ତରୀୟ ଆଧ୍ୟାତ୍ମିକ କ୍ଷେତ୍ର କରିବା ଉଦ୍ୟମକୁ ପ୍ରଶଂସା

ସୋରଡା,୧୦ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବିଜୁ ଜନତା ଦଳ କାର୍ଯ୍ୟକାରିଣୀ ବୈଠକ ସୋରଡା ଶିଶୁ ଉଦ୍ୟାନ ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ତଥା ଗୋପାଳପୁର ବିଧାୟକ ଡ. ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ସଂଯୋଜନା କରିଥିଲେ। ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଗଞ୍ଜାମ ଜିଲା ପର୍ଯ୍ୟବେକ୍ଷକ ତଥା ପୂର୍ବତନ ବିଧାୟକ ମହେଶ୍ୱର ମହାନ୍ତି, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣୀ ବୈଦ୍ୟ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଚିକିଟି ବିଧାୟିକା ଉଷା ଦେବୀ, ଆସିକା ଏମ୍‌ପି ପ୍ରମିଳା ବିଷୋୟୀ, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁଙ୍କ ସମେତ ଜିଲାର ସମସ୍ତ କାର୍ଯ୍ୟକାରିଣୀ ସଦସ୍ୟ ଯୋଗ ଦେଇଥିଲେ। ଏଥିରେ ସାତସୂଚି ରାଜନୈତିକ ଚିଠା ପ୍ରସ୍ତାବ ଆଗତ ହୋଇଥିଲା। ସେଗୁଡିକ ହେଲା ୨୦୧୯ରେ ବିଜେଡିର ବିପୁଳ ବିଜୟ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା, ପୁରୀକୁ ବିଶ୍ୱସ୍ତରୀୟ ଆକର୍ଷଣୀୟ ଆଧ୍ୟାତ୍ମିକ କ୍ଷେତ୍ରରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମକୁ ପ୍ରଶଂସା, ମହିଳାଙ୍କ ପାଇଁ ବିଧାନସଭା ଓ ଲୋକସଭାରେ ସ୍ଥାନ ସଂରକ୍ଷଣ ଉଦ୍ୟମ, ୫-ଟି ମନ୍ତ୍ରକୁ ଗୁରୁତ୍ୱ, ସେପ୍ଟେମ୍ବର ୨ରୁ ସଭ୍ୟ ସଂଗ୍ରହ ଅଭିଯାନକୁ ସଫଳ କରିବା, ଦଳୀୟ ବିଧାୟକମାନଙ୍କୁ ପର୍ଯ୍ୟବେକ୍ଷକ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦିଆଯାଇଥିଲା। ବୈଠକ ପ୍ରାରମ୍ଭରେ ମଞ୍ଚାସିନ ଅତିଥିମାନଙ୍କୁ ଉପଢୌକନ ପ୍ରଦାନ କରାଯାଇଥିଲା। ବିଜେଡିର ବହୁ ପୂର୍ବତନ ବିଧାୟକ ଓ ନେତାଙ୍କ ସହ ଯୁବନେତା ବସନ୍ତ ସ୍ବାଇଁ, ମନୁ ବିଶ୍ୱାସରାୟ, ପ୍ରଫୁଲ୍ଲ ମହାଙ୍କୁଡ, ପ୍ରଶ୍ନ ମୁନି, କାହ୍ନୁ ବେହେରା, ରାକେଶ ପ୍ରଧାନ, ବାବୁ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।
((((ଫଟୋ—