ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ୱ ନେଲେ ବିଧାୟକ ଶ୍ରୀକାନ୍ତ ସାହୁ

ଛତ୍ରପୁର,୧୩।୮(ଡି.ଏନ୍‌.ଏ .): ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁରସ୍ଥିତ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟରେ ସେ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି। ଏଥିରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ବ୍ଲକ ଅଧ୍ୟକ୍ଷ ଏମ୍‌. ଧନଞ୍ଜୟ ରେଡ୍ଡୀଙ୍କ ସମେତ ବିଜେଡିର ବହୁ ନେତା ଉପସ୍ଥିତ ରହି ସାହୁଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ।