ଗଞ୍ଜାମ ଲୋକକଳା ଓ ସଂସ୍କୃତିର ଭୂମି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ, ୨୫ା୧୨:ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମିରେ ଆୟୋଜିତ ଗୋପାଳପୁର ବେଳାଭୂମି ମହୋତ୍ସବ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ୫ ଦିନଧରି ଚାଲିବାକୁ ଥିବା ଏହି ମହୋତ୍ସବକୁ ଉଦ୍‌ଘାଟନ କରିଥିଲେ। ସେ କହିଥିଲେ, ଗଞ୍ଜାମ ଲୋକକଳା ଓ ସଂସ୍କୃତିର ଭୂମି। ଗୋପାଳପୁର ବେଳାଭୂମି ମହୋତ୍ସବ ଓଡ଼ିଶାର ସଂସ୍କୃତିକୁ ବିଶ୍ୱସ୍ତରରେ ସମୃଦ୍ଧି କରିଛି। ଗୋପାଳପୁର ଓଡ଼ିଶାର ଗର୍ବ ଗୌରବ ବୋଲି ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିଥିଲେ। ଗୋପାଳପୁର ସମେତ ଗଞ୍ଜାମ ପର୍ଯ୍ୟଟନ କ୍ଷେତ୍ରଗୁଡିକର ବିକାଶ ଓ ଏଠାରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଦିଗରେ ଯଥୋଚିତ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଏହି ଅବସରରେ ଜାଗା ମିଶନରେ ଭୂମିହୀନଙ୍କୁ ଘର ଯୋଗାଇବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପାଇଲଟ ବେସିସ୍‌ରେ ଗୋପାଳପୁରର ସତ୍ୟସାଇ ସାହିରେ ଚିହ୍ନଟ ହୋଇଥିବା ୪୬୯ ହିତାଧିକାରୀଙ୍କ ପରିବାର ସହ ଆଲୋଚନା କରିଥିଲେ। ଏହାପରେ ବେଳାଭୂମି ପରିସରରେ ଜାତୀୟସ୍ତରୀୟ ପଲ୍ଲିଶ୍ରୀମେଳା, ଆଞ୍ଚଳିକ କଳିଙ୍ଗ ହର୍ବାଲ ମେଳାକୁ ଉଦ୍‌ଘାଟନ କରିଥିଲେ। ଏଥି ସହ ଜିଲା ପ୍ରଶାସନ ଦ୍ୱାରା କନ୍ୟାଭ୍ରୂଣ ହତ୍ୟା ରୋକିବା ନେଇ ଆରମ୍ଭ କରାଯାଇଥିବା ମୋ ଗେହ୍ଲାଝିଅ କାର୍ଯ୍ୟକ୍ରମର କନ୍ୟା ଶିଶୁଙ୍କୁ ମାନପତ୍ର ସହ ପୁରସ୍କୃତ କରିଥିଲେ। ସେହିପରି ଜିଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଥିବା ନିର୍ଭୟା କଢି, ସ୍ବୟଂସିଦ୍ଧା କାର୍ଯ୍ୟକ୍ରମର ହିତାଧିକାରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଉଦ୍‌ଘାଟନୀ ଉତ୍ସବରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଆସିକା ଏମ୍‌ପି ପ୍ରମିଳା ବିଶୋୟୀ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ, ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ରାମଚନ୍ଦ୍ର ପଣ୍ଡା, ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଅଭିନେତା ତଥା ବିଧାୟକ ଆକାଶ ଦାସ ନାୟକ, ବିସିସି ବ୍ୟାଙ୍କ ସଭାପତି ଅଲେଖ ଚୌଧୁରୀ ପ୍ରମୁଖ ମଞ୍ଚାସୀନ ଥିଲେ। ଉଦ୍‌ଘାଟନୀ ସନ୍ଧ୍ୟାରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ସୋନୁ ନିଗମ ଗୋଟିଏ ପରେ ଗୋଟିଏ ଗୀତ ଗାଇ ଦର୍ଶକଙ୍କୁ ଝୁମାଇଥିଲେ। କ୍ରେଜି ହୈ ତେରା……, ଦିୱାନା….. ମୌସମ୍‌ ହୈ ମସ୍ତାନା…., ଦିୱାନା ତେରା….. ଆଜା ଆଜା ଓ ମେରି ସପନୋକି ରାନୀ ଆଦି ଗୀତ ଗାଇ ଦର୍ଶକଙ୍କ ମନ ମୋହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri