ଗଞ୍ଜାମ ଲୋକକଳା ଓ ସଂସ୍କୃତିର ଭୂମି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ, ୨୫ା୧୨:ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମିରେ ଆୟୋଜିତ ଗୋପାଳପୁର ବେଳାଭୂମି ମହୋତ୍ସବ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ୫ ଦିନଧରି ଚାଲିବାକୁ ଥିବା ଏହି ମହୋତ୍ସବକୁ ଉଦ୍‌ଘାଟନ କରିଥିଲେ। ସେ କହିଥିଲେ, ଗଞ୍ଜାମ ଲୋକକଳା ଓ ସଂସ୍କୃତିର ଭୂମି। ଗୋପାଳପୁର ବେଳାଭୂମି ମହୋତ୍ସବ ଓଡ଼ିଶାର ସଂସ୍କୃତିକୁ ବିଶ୍ୱସ୍ତରରେ ସମୃଦ୍ଧି କରିଛି। ଗୋପାଳପୁର ଓଡ଼ିଶାର ଗର୍ବ ଗୌରବ ବୋଲି ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିଥିଲେ। ଗୋପାଳପୁର ସମେତ ଗଞ୍ଜାମ ପର୍ଯ୍ୟଟନ କ୍ଷେତ୍ରଗୁଡିକର ବିକାଶ ଓ ଏଠାରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଦିଗରେ ଯଥୋଚିତ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଏହି ଅବସରରେ ଜାଗା ମିଶନରେ ଭୂମିହୀନଙ୍କୁ ଘର ଯୋଗାଇବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପାଇଲଟ ବେସିସ୍‌ରେ ଗୋପାଳପୁରର ସତ୍ୟସାଇ ସାହିରେ ଚିହ୍ନଟ ହୋଇଥିବା ୪୬୯ ହିତାଧିକାରୀଙ୍କ ପରିବାର ସହ ଆଲୋଚନା କରିଥିଲେ। ଏହାପରେ ବେଳାଭୂମି ପରିସରରେ ଜାତୀୟସ୍ତରୀୟ ପଲ୍ଲିଶ୍ରୀମେଳା, ଆଞ୍ଚଳିକ କଳିଙ୍ଗ ହର୍ବାଲ ମେଳାକୁ ଉଦ୍‌ଘାଟନ କରିଥିଲେ। ଏଥି ସହ ଜିଲା ପ୍ରଶାସନ ଦ୍ୱାରା କନ୍ୟାଭ୍ରୂଣ ହତ୍ୟା ରୋକିବା ନେଇ ଆରମ୍ଭ କରାଯାଇଥିବା ମୋ ଗେହ୍ଲାଝିଅ କାର୍ଯ୍ୟକ୍ରମର କନ୍ୟା ଶିଶୁଙ୍କୁ ମାନପତ୍ର ସହ ପୁରସ୍କୃତ କରିଥିଲେ। ସେହିପରି ଜିଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଥିବା ନିର୍ଭୟା କଢି, ସ୍ବୟଂସିଦ୍ଧା କାର୍ଯ୍ୟକ୍ରମର ହିତାଧିକାରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଉଦ୍‌ଘାଟନୀ ଉତ୍ସବରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଆସିକା ଏମ୍‌ପି ପ୍ରମିଳା ବିଶୋୟୀ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ, ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ରାମଚନ୍ଦ୍ର ପଣ୍ଡା, ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଅଭିନେତା ତଥା ବିଧାୟକ ଆକାଶ ଦାସ ନାୟକ, ବିସିସି ବ୍ୟାଙ୍କ ସଭାପତି ଅଲେଖ ଚୌଧୁରୀ ପ୍ରମୁଖ ମଞ୍ଚାସୀନ ଥିଲେ। ଉଦ୍‌ଘାଟନୀ ସନ୍ଧ୍ୟାରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ସୋନୁ ନିଗମ ଗୋଟିଏ ପରେ ଗୋଟିଏ ଗୀତ ଗାଇ ଦର୍ଶକଙ୍କୁ ଝୁମାଇଥିଲେ। କ୍ରେଜି ହୈ ତେରା……, ଦିୱାନା….. ମୌସମ୍‌ ହୈ ମସ୍ତାନା…., ଦିୱାନା ତେରା….. ଆଜା ଆଜା ଓ ମେରି ସପନୋକି ରାନୀ ଆଦି ଗୀତ ଗାଇ ଦର୍ଶକଙ୍କ ମନ ମୋହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri