ଗଞ୍ଜାମ ଷ୍ଟେସନରେ ଟ୍ରେନ ରହଣି ପ୍ରସଙ୍ଗ: ବରିଷ୍ଠ ନାଗରିକଙ୍କ ଧାରଣା ଜାରି

ଗଞ୍ଜାମ,୫।୧୦(ବିଦ୍ୟାଧର ସାହୁ ) ଗଞ୍ଜାମ ଷ୍ଟେସନରେ ଦ୍ରୁତଗାମୀ ଟ୍ରେନ ରହଣି ଦାବିରେ ବରିଷ୍ଠ ପୌରାଞ୍ଚଳ ନାଗରିକ ପରିଷଦ ପକ୍ଷରୁ ଷ୍ଟେସନ ସମୁଖରେ ଧାରଣା ଜାରି ରହିଛି। ରେଳ ବିଭାଗର ଡିସିଏମ ଧାରଣା ସ୍ଥଳକୁ ଆସି ଆଲୋଚନା କରିଥିଲେ ସୁଦ୍ଧା ଆଲୋଚନା ସମ୍ପୂର୍ଣ୍ଣ ବିଫଳ ହୋଇଛି। ଧାରଣା ଆରମ୍ଭ ଦିନଠାରୁ ଆସିଥିବା ଡିସିଏମ ଜିସି ନାୟକ, ଆରପିଏଫ ଏଏସସି ସତୀଶ ଚନ୍ଦ୍ର ସାହେ ପରିଷ୍ଠ ନାଗରିକଙ୍କ ସହ ଆଲୋଚନା କରୁଥିଲେ ମଧ୍ୟ କୌଣସି ନିଷ୍କର୍ସ ବାହାରି ନାହିଁ। ଦୁଇ ଏକ୍ସପ୍ରେସ ଟ୍ରେନ ରହଣି ନେଇ ରେଳ ବିଭାଗ ନୋଟିସ କରୁ ବୋଲି ବରିଷ୍ଠ ନାଗରିକ ମଞ୍ଚ ଦାବି କରିଛନ୍ତି। ଯେ ପର୍ଯ୍ୟନ୍ତ ଦୁଇ ଦ୍ରୁତଗାମୀ ଟ୍ରେନ ତଥା ପୁରୀ ତିରୁପତି ଏବଂ ହୀରାଖଣ୍ଡ ଏକ୍ସପ୍ରେସ ରହଣି ନ ହୋଇଛି ସେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ବରିଷ୍ଠ ପୌରାଞ୍ଚଳ ପରିଷଦ ସଭାପତି ଲିଙ୍ଗରାଜ ପଟ୍ଟନାୟକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଅନ୍ୟପଟେ ଗୁରୁବାର ଗଞ୍ଜାମ ଗ୍ରସ୍ତରେ ଆସୁଥିବା ରେଳ ରାଷ୍ଟ୍ରମନ୍ତ୍ରୀ ଦରସହାନ ଜର୍ଦାସଙ୍କୁ ବରିଷ୍ଠ ନାଗରିକ ପରିଷଦ ଭେଟି ଦାବି ପତ୍ର ପ୍ରଦାନ କରିବେ ବୋଲି ବରିଷ୍ଠ ସଦସ୍ୟ ବିନୋଦ ଚନ୍ଦ୍ର ମହାପାତ୍ର କହିଛନ୍ତି।

ସୂଚନାଯୋଗ୍ୟ, ଏନେଇ ଗଞ୍ଜାମ ପୌରାଞ୍ଚଳ ବରିଷ୍ଠ ନାଗରିକ ପରିଷଦ ପକ୍ଷରୁ ବହୁବାର ରେଳ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅବଗତ କରାଇଥିଲେ ମଧ୍ୟ ରେଳ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିଲା l ସେଥିପାଇଁ ଧାରଣା ଦେବାକୁ ବାଧ୍ୟ ହେଲୁ ବୋଲି ମଞ୍ଚ ପକ୍ଷରୁ କୁହାଯାଇଛି । ଭାଜପା ନେତା ମାନେ ଧାରଣାକୁ ସମର୍ଥନ କରିଛନ୍ତି। ସିପିଆଇଏମ ନେତା ତଥା ପୂର୍ବତନ ସରପଞ୍ଚ ଦିଲ୍ଲୀପ କୁମାର ଛୋଟରାଏ, ହରେକୃଷ୍ଣରେ ଭାଜପା ନେତା ପ୍ରଶାନ୍ତ କର, ପୂର୍ବତନ ବ୍ଲକ ଅଧକ୍ଷ ପ୍ରଶାନ୍ତ ନାୟକ, ଭାଜପା ଯୁବନେତା କୃଷ୍ଣ ନାୟକ, ବରିଷ୍ଠ ନାଗରିକ ପତିତପାବନ ମହାପାତ୍ର ବ୍ରଜସୁନ୍ଦର ପାଢ଼ୀ ପ୍ରମୁଖ ବୁଧବାର ଧାରଣାରେ ସାମିଲ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri