ଗଞ୍ଜେଇ ଚୋରା ଚାଲାଣ ମାମଲା: ୨ ଅଭିଯୁକ୍ତଙ୍କୁ ୧୫ ବର୍ଷ ଲେଖାଏ ଜେଲ

ବ୍ରହ୍ମପୁର ଅଫିସ,୧୭ା୭: ଏକ ଗଞ୍ଜେଇ ଚୋରା ଚାଲାଣ ମାମଲାର ଶୁଣାଣି କରି ଅତିରିକ୍ତ ଜିଲା ଦୌରାଜଜ (ଏଡିଜେ)-୧ ସଞ୍ଜୟ କୁମାର ସାହୁ ୨ ଅଭିଯୁକ୍ତଙ୍କୁ ୧୫ ବର୍ଷ ଲେଖାଏ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ପ୍ରତ୍ୟେକଙ୍କୁ ଦେଢ଼ଲକ୍ଷ ଟଙ୍କା ଲେଖାଏ ଜରିମାନା ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟେ ଉଭୟ ଅଭିଯୁକ୍ତଙ୍କୁ ଅଧିକ ୨ ବର୍ଷ ଜେଲ ଦଣ୍ଡ ପାଇଁ ନିର୍ଦ୍ଦେଶ ହୋଇଛି ବୋଲି ଅତିରିକ୍ତ ପିପି ଅନିଲ କୁମାର ସାହୁ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ୨୦୧୭ ଅକ୍ଟୋବର ୨୮ ଭୋର ୫ଟା ବେଳେ ଦିଗପହଣ୍ଡି ନିକଟ ପୁଞ୍ଜିକୟା ଛକରେ ଅବକାରୀ ପୋଲିସ ଚଢାଉ କରି ଏକ ଅଟୋ ଯାଞ୍ଚ କରିଥିଲା। ସେଥିରେ ୬ଟି ଜରି ବ୍ୟାଗରେ ୧୭୧ କେଜି ଗଞ୍ଜେଇ ଥିବା ଜଣାପଡିଥିଲା। ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ପାନଗୁଡା ଗ୍ରାମର ଦିଲୀପ ଅଧିକାରୀ ଓ ଡେଙ୍ଗାସରଙ୍ଗ ଗ୍ରାମର ମାଥ୍ୟୁସ ନାୟକଙ୍କୁ ଅବକାରୀ ପୋଲିସ ଗିରଫ କରିଥିଲା। ଜେରା ବେଳେ ମୋହନା ଅଞ୍ଚଳରୁ ଗଞ୍ଜେଇ ବ୍ରହ୍ମପୁରକୁ ଚୋରା ଚାଲାଣ ହେଉଥିବା ଜଣାପଡିଥିଲା। ଉପରୋକ୍ତ ଅଭିଯୁକ୍ତଙ୍କୁ ମାମଲା ନଂ.୧୭/୧୭ରେ ଅବକାରୀ ପୋଲିସ କୋର୍ଟ ଚାଲାଣ କରିଥିଲା। ସେମାନେ ଆଜିଯାଏ ମଣ୍ଡଳ କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଥିଲେ। ମଙ୍ଗଳବାର ଏନ୍‌ଡିପିଏସ୍‌ ମାମଲା ନଂ. ୨ ଏସିସି ୧୨/୧୭ର ବିଚାର ବେଳେ ଏଡିଜେ-୨ ସଞ୍ଜୟ କୁମାର ସାହୁ ୩ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଉଭୟ ଅଭିଯୁକ୍ତଙ୍କୁ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ଅତିରିକ୍ତ ପିପି ଅନିଲ ସାହୁ ଓ ମୁଦଲାଙ୍କ ପକ୍ଷରୁ ଆଇନଜୀବୀ ସୁଧାଂଶୁ ପଣ୍ଡା ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪...

ବ୍ଲକ ଅଧ୍ୟକ୍ଷ ପଦବୀରୁ ଦୈତାରୀ ବେହେରାଙ୍କ ଇସ୍ତଫା

ଖଲ୍ଲିକୋଟ,୨୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି ବିଧାୟିକାଙ୍କ ସ୍ବାମୀ ଦୈତାରୀ ବେହେରା। ବ୍ୟକ୍ତିଗତ କାରଣରୁ ସେ ଅଧ୍ୟକ୍ଷ...

ବିଦ୍ୟୁତ୍‌ ଆଘାତରେ ବାପାଙ୍କ ଜୀବନ ଗଲା, ପୁଅ ଗୁରୁତର

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମରେ ସୋମବାର ସକାଳେ ପରିବା ବାଡ଼ିରେ ଛିଡ଼ି ପଡ଼ିଥିବା ଏକ ଉଚ୍ଚ...

ମୁଖ୍ୟମନ୍ତ୍ରୀଙ୍କ ରେକର୍ଡ ବିଜୟ ପାଇଁ ପୂଜାର୍ଚ୍ଚନା

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଓ ରେକର୍ଡ ସଂଖ୍ୟକ ବ୍ୟବଧାନରେ ହିଞ୍ଜିଳି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜୟୀ ପାଇଁ...

ଏପ୍ରିଲ ୩୦ରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ମାରାଥନ ରାଲି

ଭୁବନେଶ୍ୱର, ୨୨।୪: ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ହିଞ୍ଜିଳି ବିଧାନସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri