ଗଞ୍ଜେଇ ସହ ୨ଗାଡି ଜବତ: ୩ ଗିରଫ

ଆସିକା,୧୮ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଆସିକା ଥାନା କଲେଜ ଛକ ରାସ୍ତାରେ ସୋମବାର ଅପରାହ୍ନରେ ଗୋଟିଏ ବାଇକ୍‌ ଓ ଏକ ପିକଅପ୍‌ ଭ୍ୟାନ୍‌ରୁ ୨ ବସ୍ତା ଗଞ୍ଜେଇ ଜବତ କରିଛି ପୋଲିସ। ଗାଡି ଦୁଇଟିକୁ ଜବତ କରିବା ସହ ସେଥିରେ ଥିବା ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବାଇକ୍‌ ଚାଳକ କନ୍ଧମାଳ ଜିଲ୍ଲା ସାରଙ୍ଗଗଡ ଥାନା ମାଗୁଡିଙ୍ଗିଆ ଗ୍ରାମର କଣ୍ଠେଶ୍ୱର ଦିଗାଲ୍‌ ଓ ପିକ୍‌ଅପରେ ଥିବା ଭଞ୍ଜନଗର ଥାନା ରତଙ୍ଗ ଗ୍ରାମର କବି ସ୍ବାଇଁ ଓ ମନୋଜ କୁମାର ନାୟକ। ଅନ୍ୟଜଣେ ଅଭିଯୁକ୍ତ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଜବତ ଗଞ୍ଜେଇର ପରିମାଣ ପ୍ରାୟ ୪୫ କେଜି ହେବ। ଏହା କନ୍ଧମାଳ ଜିଲା କଳିଙ୍ଗା ଜଙ୍ଗସନରୁ କୋଦଳାକୁ ଚାଲାଣ ହେଉଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ନଂ.୩୪୧/୨୦ରେ ମାମଲା ରୁଜୁକରି ବୁଧବାର ସକାଳେ ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ଗୋପାଳବନ୍ଧ ହିଡରେ ଫୁଡ୍‌କୋର୍ଟ, ଦୋକାନ ଗୃହ ନିର୍ମାଣକୁ ବିରୋଧ ପୁରୁଷୋତ୍ତମପୁର,୨୦ା୨ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି…

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…

ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍‌

ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri