ଗଞ୍ଜେଇ ସହ ୨ଗାଡି ଜବତ: ୩ ଗିରଫ

ଆସିକା,୧୮ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଆସିକା ଥାନା କଲେଜ ଛକ ରାସ୍ତାରେ ସୋମବାର ଅପରାହ୍ନରେ ଗୋଟିଏ ବାଇକ୍‌ ଓ ଏକ ପିକଅପ୍‌ ଭ୍ୟାନ୍‌ରୁ ୨ ବସ୍ତା ଗଞ୍ଜେଇ ଜବତ କରିଛି ପୋଲିସ। ଗାଡି ଦୁଇଟିକୁ ଜବତ କରିବା ସହ ସେଥିରେ ଥିବା ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବାଇକ୍‌ ଚାଳକ କନ୍ଧମାଳ ଜିଲ୍ଲା ସାରଙ୍ଗଗଡ ଥାନା ମାଗୁଡିଙ୍ଗିଆ ଗ୍ରାମର କଣ୍ଠେଶ୍ୱର ଦିଗାଲ୍‌ ଓ ପିକ୍‌ଅପରେ ଥିବା ଭଞ୍ଜନଗର ଥାନା ରତଙ୍ଗ ଗ୍ରାମର କବି ସ୍ବାଇଁ ଓ ମନୋଜ କୁମାର ନାୟକ। ଅନ୍ୟଜଣେ ଅଭିଯୁକ୍ତ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଜବତ ଗଞ୍ଜେଇର ପରିମାଣ ପ୍ରାୟ ୪୫ କେଜି ହେବ। ଏହା କନ୍ଧମାଳ ଜିଲା କଳିଙ୍ଗା ଜଙ୍ଗସନରୁ କୋଦଳାକୁ ଚାଲାଣ ହେଉଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ନଂ.୩୪୧/୨୦ରେ ମାମଲା ରୁଜୁକରି ବୁଧବାର ସକାଳେ ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri