ଗଠନ ହେଲା କମିଶନରେଟ୍‌ ପୋଲିସର ଏସ୍‌ପିଓ ଟିମ୍‌: ପୋଲିସଙ୍କ ଭଳି ମିଳିବ କ୍ଷମତା, ଅଭିଯୁକ୍ତଙ୍କୁ ଗିରଫ କରିପାରିବେ

ଭୁବନେଶ୍ୱର,୨।୧(ବ୍ୟୁରୋ): ଦିନକୁ ଦିନ ବୃଦ୍ଧି ପାଉଥିବା ନାରୀ ନିର୍ଯାତନା, ଅତ୍ୟାଚାର, ବଳାତ୍କାରକୁ ରୋକିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ଆରମ୍ଭ କରାଯାଇଥିବା ମହିଳା ସ୍ପେଶାଲ ପୋଲିସ ଅଫିସର(ଏସ୍‌ପିଓ) ୟୁନିଟର ଶୁଭାରମ୍ଭ କରାଯାଇଛି। ଗୁରୁବାର କମିଶନରେଟ ପୋଲିସର ଦ୍ୱାଦଶ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଏସ୍‌ପିଓଙ୍କୁ ନିଯୁକ୍ତି ଦିଆଯାଇଛି। କମିଶନର ସେମାନଙ୍କୁ ସ୍ବତନ୍ତ୍ର ଟି-ଶାର୍ଟ ସହ ପରିଚୟପତ୍ର ମଧ୍ୟ ପ୍ରଦାନ କରିଛନ୍ତି। ଏସ୍‌ପିଓମାନେ ଅବୈତନିକ ଭାବେ ପୋଲିସକୁ ସହଯୋଗ କରିବେ।

ଏସ୍‌ପିଓମାନଙ୍କ କ୍ଷମତା ସମ୍ପର୍କରେ ସୂଚନା ଦେଇ କମିଶନର କହିଛନ୍ତି, ଏସ୍‌ପିଓମାନଙ୍କୁ ପ୍ରଥମେ ୩ ମାସ ପାଇଁ ନିଯୁକ୍ତି ଦିଆଯାଇଛି। ପରେ ଏହି କାର୍ଯ୍ୟକାଳ ବଢ଼ିବ। ଜଣେ ପୋଲିସ କର୍ମଚାରୀଙ୍କୁ ଯାହା କ୍ଷମତା, ଏସ୍‌ପିଓଙ୍କୁ ମଧ୍ୟ ମିଳିବ। ଆବଶ୍ୟକସ୍ଥଳେ ଏସ୍‌ପିଓମାନେ ଅଭିଯୁକ୍ତଙ୍କୁ ଗିରଫ କରିପାରିବେ ବୋଲି ସେ କହିଛନ୍ତି।

ପ୍ରକାଶଯୋଗ୍ୟ, ବିଭିନ୍ନ କଲେଜର ଛାତ୍ରୀ ଓ ବ୍ୟବସାୟିକ ପ୍ରତିଷ୍ଠାନ ମହିଳାଙ୍କ ଉପରେ ବଢ଼ୁଥିବା ନିର୍ଯାତନା ଉପରେ ରୋକ ଲଗାଇବା ନେଇ କମିଶନରେଟ ପୋଲିସ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିଲା। ଗତ ଡିସେମ୍ବର ୧୬ରେ ଏନେଇ ୪୮ଟି ସଂସ୍ଥାକୁ ଚିଠି ଲେଖାଯାଇଥିଲା। ଏସ୍‌ପିଓ ପଦବୀ ପାଇଁ କର୍ମଚାରୀଙ୍କୁ ଚିହ୍ନଟ କରି ଏକ ତାଲିକା ଦେବାକୁ କୁହାଯାଇଥିଲା। ବୁଧବାର ଅପରାହ୍ନ ସୁଦ୍ଧା ପ୍ରାୟ ୩୫ ଅନୁଷ୍ଠାନର ୨୫୦ରୁ ଅଧିକ ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ତାଲିକା ପୋଲିସର ହସ୍ତଗତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?