ଗଡ଼ସାହିରେ ବ୍ୟାପିଲା ଝାଡ଼ାବାନ୍ତି: ୧୫ ଆକ୍ରାନ୍ତ, ୫ ଗୁରୁତର

ଔପଦା, ୮।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକର ଆଦିବାସୀ ଅଧ୍ୟୁଷିତ ଗଡ଼ସାହି ପଞ୍ଚାୟତ ଗଡ଼ସାହି ଗ୍ରାମରେ ଝାଡାବାନ୍ତିର ପ୍ରାଦୁର୍ଭାବ ଦେଖାଦେଇଛି। ଏଥିରେ ୧୫ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ପାହାଡ଼ ତଳି କୁନ୍ଦବାଡ଼ି ଚୁଆର ଦୂଷିତ ପାଣି ବ୍ୟବହାର ଝାଡାବାନ୍ତିର ମୁଖ୍ୟ କାରଣ ବୋଲି କୁହାଯାଉଛି।
ଅନ୍ୟପକ୍ଷେ ଗଡ଼ସାହି ଗ୍ରାମରେ ଥିବା ନଳକୂପ ଖରାପ ହେବା ପରେ ଗାଁ ଲୋକେ ନିକଟ ଗ୍ରାମର ନଳକୂପ ପାଣିକୁ ପାନୀୟ ଜଳ ଭାବେ ବ୍ୟବହାର କରୁଥିଲେ। ପୋଖରୀ ପାଣିରେ ସ୍ନାନ, ଶୌଚ ଆଦି କରୁଥିଲେ। ପାନୀୟଜଳ ଅଭାବରୁ ପାହାଡ଼ ତଳି ଚୁଆପାଣିକୁ ମଧ୍ୟ କେତେକ ଲୋକ ପାନୀୟ ଜଳ ଭାବେ ବ୍ୟବହାର କରିବାକୁ ବାଧ୍ୟ ହୋଇଥିଲେ। ଗତ ୭ ତାରିଖରେ ଜଣକ ପରେ ଜଣେ ୧୫ଜଣ ଝାଡ଼ାବାନ୍ତିରେ ଶିକାର ହେବା ସହ ୫ଜଣଙ୍କ ଅବସ୍ଥା ଗୁରୁତର ହୋଇପଡିଥିଲା। ଡାକ୍ତରୀ ଦଳ ସେଠାରେ ପହଞ୍ଚତ୍ ଚିକିତ୍ସା ଆରମ୍ଭ କରିବା ପରେ ପରିସ୍ଥିତି ନିୟନ୍ତ୍ରଣାଧୀନ ଅଛି ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଈଶ୍ୱରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପିଓ ପୂର୍ଣ୍ଣଚନ୍ଦ୍ର ଦାସ, ସ୍ବାସ୍ଥ୍ୟକର୍ମୀ ମନୋଜ ମହାପାତ୍ର, ସ୍ବାସ୍ଥ୍ୟ ପରିଦର୍ଶିକା କନକଲତା ପାଲ ପ୍ରମୁଖ ଉପସ୍ଥିତ ରହି ଆକ୍ରାନ୍ତମାନଙ୍କ ଚିକିତ୍ସା କରୁଛନ୍ତି। ଆକ୍ରାନ୍ତମାନଙ୍କ ମଧ୍ୟରେ କୁନି ଖଟୁଆ (୧୯), ଦୀପକ ଖଣ୍ଡେ (୮), ନିନି ଖଣ୍ଡେଇ(୪୫), ଦୀପା ଖଣ୍ଡେ(୨୭), ସାଇବାଣୀ ସେନାପତି(୫୬)ଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଛି। ଗ୍ରାମବାସୀଙ୍କ ମଧ୍ୟରେ ସ୍ବାସ୍ଥ୍ୟ ସଚେତନତା ସୃଷ୍ଟି କରାଯାଉଥିବା ସ୍ବାସ୍ଥ୍ୟ ବିଭାଗ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri