ଗଡ଼ିବନି ବ୍ରହ୍ମ ତାଳଧ୍ୱଜ ରଥ

କେନ୍ଦ୍ରାପଡ଼ା,୨୩।୬: ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ଇଚ୍ଛାପୁର ରଥଦାଣ୍ଡରେ ଗଡିବନି । ରଥଯାତ୍ରା ପାଇଁ ରଥ ନିର୍ମାଣ ସରିଥିଲେ ମଧ୍ୟ କପଡା ଘୋଡଣିକୁ ବନ୍ଦ କରାଯାଇଛି । ସୁପ୍ରିମକୋର୍ଟଙ୍କ ରାୟ ପ୍ରକାଶ ପରେ ପୁରୀ ଶ୍ରୀକ୍ଷେତ୍ରରେ ଶ୍ରୀଜଗନ୍ନାଥଙ୍କ ରଥ ଗଡିବ। ତେବେ ବଡଭାଇ ଶ୍ରୀ ବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ କାହିଁକି ଗଡିବ ନାହିଁ କହି ସେବାୟତମାନେ ଶ୍ରୀଜୀଉଙ୍କ ମନ୍ଦିର ସମ୍ମୁଖରେ ସୋମବାର ଅପରାହ୍ନରେ ଧାରଣାରେ ବସିଛନ୍ତି। ଅପରପକ୍ଷେ ଟ୍ରଷ୍ଟ ପକ୍ଷରୁ ଶ୍ରୀଜୀଉଙ୍କ ରଥର ପ୍ରତୀକାତ୍ମକ ଭାବେ ସ୍ନାନ ମଣ୍ଡପ ହେବ ବୋଲି ଗଣମାଧ୍ୟମକୁ ସୂଚନା ମିଳିଛି। ଏହି ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳ ୫ଟାରେ ଶ୍ରୀଜୀଉଙ୍କ ଜୟମଙ୍ଗଳ ଆଳତି ହେବ। ପୂର୍ବାହ୍ନ ୧୧ଟା ସୁଦ୍ଧା ସେନାପଟା ଆରମ୍ଭ ହୋଇ ଅପରାହ୍ନ ୨ଟା ସୁଦ୍ଧା ସ୍ନାନମଣ୍ଡପକୁ ବିଜେ କରିବେ। ଏଠାରେ ଦୁଇଦିନ ଧରି ରଥରେ ନୀତିକାନ୍ତି ସମାପନ ହେବ। ୨୫ ତାରିଖ ସନ୍ଧ୍ୟା ୮ଟାରେ ଶ୍ରୀଜୀଉଙ୍କ ଜଗମୋହନ ମନ୍ଦିରରେ ପ୍ରସ୍ତୁତ ମାଉସୀମା’ ଆଡପ ମଣ୍ଡପକୁ ବିଜେ କରିବେ। ଅପରପକ୍ଷେ ସେବାୟତମାନେ ସ୍ନାନମଣ୍ଡପରେ ରଥ ନୀତି ପରିବର୍ତ୍ତେ ବ୍ରହ୍ମ ତାଳଧ୍ୱଜ ରଥ ଗଡିବାକୁ ଗୁରୁତ୍ୱ ଦେଇଛନ୍ତି। ଏ ସମ୍ପର୍କରେ ସେବାୟତ ଗଗନ ପତ୍ରୀ, ନୃସିଂହ ପ୍ରସାଦ ପତ୍ରୀ, ଶଶିକାନ୍ତ ସୁଆର, ଧର୍ମଦର୍ଶୀ କର ପ୍ରମୁଖ କୁହନ୍ତି, ରଥ ଗଡିବା ନେଇ ଜିଲା ପ୍ରଶାସନ ହସ୍ତକ୍ଷେପ କରନ୍ତୁ । ଶ୍ରୀଜୀଉଙ୍କ ଟ୍ରଷ୍ଟ ଅଧ୍ୟକ୍ଷ ତଥା ଉପଜିଲାପାଳ ଜ୍ୟୋତିଶଙ୍କର ମହାପାତ୍ର କୁହନ୍ତି, କୋଭିଡ୍‌ ୧୯ ପାଇଁ ସାରା ଦେଶରେ କଟକଣା ଜାରି ହୋଇଛି। ପୂର୍ବରୁ ରଥଯାତ୍ରା ନେଇ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ସମ୍ପର୍କରେ ସେବାୟତଙ୍କ ସହିତ ଆଲୋଚନା ହୋଇଛି । ସୁପ୍ରିମକୋର୍ଟ ମଧ୍ୟ ଶ୍ରୀକ୍ଷେତ୍ର ବ୍ୟତୀତ ଅନ୍ୟ କେଉଁ ସ୍ଥାନରେ ରଥଯାତ୍ରା ପାଇଁ ଅନୁମତି ଦେଇ ନ ଥିବା ଉପଜିଲାପାଳ କହିଛନ୍ତି । ମନ୍ଦିର ପରିସରରେ ସୋମବାର ରାତି ୮ଟାରୁ ୨୫ ତାରିଖ ରାତି ୧୨ ଟା ପର୍ଯ୍ୟନ୍ତ ୧୪୪ ଧାରା ଜାରି କରିଛନ୍ତି ଉପଜିଲାପାଳ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

ଖୁସି ଖବର: UPI ପେମେଣ୍ଟ ଉପରେ ଲାଗିବ ନାହିଁ କୌଣସି ଶୁଳ୍କ ! RuPay ଡେବିଟ କାର୍ଡ କାରବାର ମଧ୍ୟ ରହିବ ମାଗଣା

ନୂଆଦିଲ୍ଲୀ,୧୫।୯: ଯଦି ଆପଣ UPI କିମ୍ବା RuPay ଡେବିଟ କାର୍ଡ ବ୍ୟବହାର କରି ଦେୟ ପ୍ରଦାନ କରନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ରହିଛି।…

ଓଡ଼ିଶାରେ କମୁଛି ବର୍ଷା; ଏହା ତାରିଖରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା । ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି…

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ…

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?