ଗଡିଲା ସଚେତନତା ରଥ: ପିଏମ୍‌ଏଫବିୱାଇ ସମ୍ପର୍କରେ ଚାଷୀ ହେବେ ସଚେତନ

ସୋନପୁର,୩।୭(ନି.ପ୍ର.): ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମ୍‌ଏଫବିୱାଇ)ରେ ଚଳିତ ଖରିଫ ଋତୁ ସକାଶେ ଚାଷୀ ବୀମାଭୁକ୍ତ ହେବା ପାଇଁ ଅନ୍ତିମ ତାରିଖ ଜୁଲାଇ ମାସ ୧୧ ତାରିଖ। ଋଣୀ କିମ୍ବା ଅଣଋଣୀ କୃଷକ ଏହି ସମୟ ମଧ୍ୟରେ ପ୍ରସ୍ତାବ ପତ୍ର ଏବଂ ବୀମା ପ୍ରିମିୟମ ରାଶି ବ୍ୟାଙ୍କ ମାଧ୍ୟମରେ ଦାଖଲ କରି ବୀମାଭୁକ୍ତ ହୋଇପାରିବେ। ତେଣୁ ଚାଷୀଙ୍କୁ ଯୋଜନା ସମ୍ପର୍କରେ ସଚେତନ କରିବା ପାଇଁ ଏକ ସଚେତନତା ରଥ ବୁଧବାରଠାରୁ ସୁବର୍ଣ୍ଣପୁର ଜିଲା ପରିକ୍ରମା କରଛି। ଏହି ରଥକୁ ଜିଲାପାଳ ମଧୁସୂଦନ ମିଶ୍ର ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ରଥ ୬ଟି ବ୍ଲକ ପରିକ୍ରମା କରି ଚାଷୀଙ୍କୁ ସଚେତନ କରିବ। ଜିଲାପାଳ କହିଥିଲେ ଯେ, ଏହି ଯୋଜନା ମାଧ୍ୟମରେ ପ୍ରାକୃତିକ ଦୈବୀ ଦୁର୍ବିପାକ ଦ୍ୱାରା ଫସଲ ନଷ୍ଟ ହେଲେ ବୀମା ସହିତ ଫସଲକୁ ପରିମାପ ପ୍ରଦାନ ସହିତ କୃଷକଙ୍କୁ ଅର୍ଥିକ ସହାୟତା ପ୍ରଦାନ କରିବ। ତେଣୁ ଚାଷୀ ବୀମାଭୁକ୍ତ ହେବା ପାଇଁ ପରାମର୍ଶ ଦେଇଥିଲେ। ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା ଓ ଜିଲା ଉପକୃଷି ନିର୍ଦ୍ଦେଶକ ସନ୍ତୋଷ ଜେନା ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ। କୃଷି ଅଧିକାରୀ ସୁନୀଲ କୁମାର ଠାକୁର, ପ୍ରକାଶ ଚନ୍ଦ୍ର ପାଣି, ବସନ୍ତ କୁମାର ପାଣିଗ୍ରାହୀ, ବୀମା କମ୍ପାନୀ ଏଚ୍‌ଡିଏଫ୍‌ସି ଏର୍ଗୋର ଏକ୍‌ଜିକ୍ୟୁଟିଭ କ୍ଲେମ ଅଜିତ ପ୍ରତାପ ସିଂ, ଜିଲା ସଂଯୋଜକ ସୌରଭ ଶର୍ମା ଓ ଜ୍ୟୋତି ରଞ୍ଜନ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତି: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri