‘ଗଣତନ୍ତ୍ରରେ ଭୋଟର ସବୁଠାରୁ ଶକ୍ତିଶାଳୀ’

ବ୍ରହ୍ମପୁର ଅଫିସ,୨୫।୧: ଉପଖଣ୍ଡ ଜିଲା ପ୍ରଶାସନ ପକ୍ଷରୁ ୧୦ମ ଜାତୀୟ ଭୋଟର ଦିବସ ଶନିବାର ପାଳିତ ହୋଇଯାଇଛି । ଏହି ଅବସରରେ ପୂର୍ବାହ୍ନରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଏକ ସଚେତନତା ପଦଯାତ୍ରା ବାହାରି ସହର ପରିକ୍ରମା କରିଥିଲା। ଟାଉନହଲ ପରିସରରେ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତତ୍ରୟ ଭାଉସାହେବଙ୍କ ଅଧ୍ୟକ୍ଷତାରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ଡିଆରଡିଏ ପିଡି ସିଦ୍ଧାର୍ଥ ଶଙ୍କର ସ୍ବାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗଣତନ୍ତ୍ର ଶାସନରେ ନିର୍ବାଚନରେ ଭୋଟରଙ୍କ ମତଦାନର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ଗଣତନ୍ତ୍ର ଶାସନରେ ଭୋଟର ସବୁଠାରୁ ଶକ୍ତିଶାଳୀ। ଏଥିପ୍ରତି ନିିର୍ବାଚନ ତଥା ଭୋଟ ପରିଚୟପତ୍ର ପ୍ରସ୍ତୁତ କାର୍ଯ୍ୟରେ ନିୟୋଜିତ ଅଧିକାରୀମନେ ଧ୍ୟାନ ଦେବା ଆବଶ୍ୟକ ବୋଲି ମୁଖ୍ୟ ଅତିଥି ମତବ୍ୟକ୍ତ କରିଥିଲେ। ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର ବକ୍ତା ଭାବେ ଯୋଗଦେଇଥିଲେ । ସହକାରୀ ଜିଲାପାଳ ଡି . ମଲେଶ୍ୱର ପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏହି ଅବସରରେ ୫ ଜଣ ଶ୍ରେଷ୍ଠ ବୁଥ୍‌ ଲେବେଲ ଅଫିସର(ବିଏଲଓ) ଓ ୫ ଜଣ ଶ୍ରେଷ୍ଠ ବୁଥ୍‌ ଲେବେଲ ସୁପରଭାଇଜରଙ୍କୁ ପୁରସ୍କୃତ କରାଯାଇଥିଲା। ଉପଖଣ୍ଡ ପଞ୍ଚାୟତ ଅଧିକାରୀ ଅଶୋକ କୁମାର ପଟ୍ଟନାୟକ, ସହକାରୀ ଜିଲାପାଳ ବିନୋଦ ବେହେରା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ସମସ୍ତ ବୁଥ୍‌ ଲେବେଲ ଅଫିସର, ବୁଥ୍‌ ଲେବେଲ ସୁପରଭାଇଜର, ସିଡିପିଓ, ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri