ଗଣତନ୍ତ୍ରର ସୁରକ୍ଷା ପାଇଁ ଆହ୍ବାନ

ଢେଙ୍କାନାଳ ଅଫିସ,୨୪ା୨: ଢେଙ୍କାନାଳ ବସଷ୍ଟାଣ୍ଡସ୍ଥିତ ଗାନ୍ଧୀପାର୍କଠାରେ ଶନିବାର ସମ୍ବିଧାନ ବଞ୍ଚାଅ ଓ ଭାରତ ଯୋଡ ସମାବେଶ ଅନୁଷ୍ଠିତ ହୋଇଯାଇଛି। ସ୍ବାଧୀନ ଭାରତର ପ୍ରଥମ ଶିକ୍ଷାମନ୍ତ୍ରୀ ମୌଲାନା ଅବୁଲ କାଲାମ ଆଜାଦ୍‌ ଓ କସ୍ତୁରବା ଗାନ୍ଧୀଙ୍କର ମହାପ୍ରୟାଣ ଦିବସ ଅବସରରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ ଭାରତଯୋଡ ମଞ୍ଚ ପକ୍ଷରୁ ଏହି ଗଣ ସମାବେଶ ଅନୁଷ୍ଠିତ ହୋଇଥିଲା। ବିଶିଷ୍ଟ ସର୍ବୋଦୟ ନେତ୍ରୀ କୃଷ୍ଣା ମହାନ୍ତି, ବିଶିଷ୍ଟ କୃଷକ ନେତା ଲିଙ୍ଗରାଜ, ବାମପନ୍ଥୀ ବୁଦ୍ଧିଜୀବୀ ଏବଂ ସଙ୍ଗଠକ ସନ୍ତୋଷ ଦାସ, ଅଧ୍ୟାପକ କୁଳମଣି ଜେନା ପ୍ରମୁଖ ବିଶିଷ୍ଟ ଆଲୋଚକ ଭାବେ ଯୋଗଦେଇ ଭାରତବର୍ଷର ଧର୍ମ ନିରପେକ୍ଷ ସମନ୍ବୟୀ ଗଣତନ୍ତ୍ରର ସୁରକ୍ଷା ପାଇଁ ଆହ୍ବାନ ଦେଇଥିଲେ। ନାଗରିକତ୍ୱ ସଂଶୋଧନ ଆଇନ ଏବଂ ଜାତୀୟ ନାଗରିକ ପଞ୍ଜିକା ଆଦି ପ୍ରସଙ୍ଗକୁ ନେଇ ଦେଶର ବହୁ ଅଞ୍ଚଳରେ ଯେଉଁ ଆଶଙ୍କା ଓ କ୍ଷୋଭ ପ୍ରକାଶ ପାଉଛି, ତାହାର ପରିପ୍ରକାଶ ସମାବେଶର ମୁଖ୍ୟ ଆଲୋଚନାର ବିଷୟ ରହିଥିଲା। ଗାନ୍ଧୀ ଅଧ୍ୟୟନ କେନ୍ଦ୍ରର ସମ୍ପାଦକ ସମାଜବାଦୀ ନେତା ପ୍ରଶାନ୍ତ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମାବେଶରେ ନାଗରିକ ପଞ୍ଜିକା ଓ ନାଗରିକ ସଂଶୋଧନ ଆଇନ ବର୍ତ୍ତମାନ ତୀବ୍ର ଅସନ୍ତୋଷର କାରଣ ହୋଇଛି ବୋଲି ମତପ୍ରକାଶ ପାଇଥିଲା। ଏହାକୁ ତୁରନ୍ତ ପ୍ରତ୍ୟାହାର କରାଯାଇ ନାଗରିକମାନଙ୍କ ମଧ୍ୟରେ ବିଶ୍ୱାସ ଓ ଶାନ୍ତି ଫେରାଇ ଆଣିବା ଗୁରୁତ୍ୱପୂର୍ଣ୍ଣ ହୋଇପଡିଛି ବୋଲି ଆଲୋଚକମାନେ କହିଥିଲେ। ପୂର୍ବତନ ମନ୍ତ୍ରୀ ନବୀନଚନ୍ଦ୍ର ନାରାୟଣ ଦାସ, ଡା. ତୁଷାରକାନ୍ତି ନାୟକ, ଭରତ ଦାସ, ଅନ୍ତର୍ଯ୍ୟାମୀ ବରାଳ, ମଲେଖା ଖାତୁନ, ଜିଲା କଂଗ୍ରେସ ସଭାପତି ସୁରେଶ ପାଣିଗ୍ରାହୀ, ଜୁମା ମସଜିଦର ଇମାନ ମୌଲାନ ଅବୁର ହୁସେନ କାସୁମି, ନୁରୁଲ ଇସଲାମ, ସୁନୀଲ ଦାଶ, ମନୋରଞ୍ଜନ ପଟ୍ଟନାୟକ ଓ ସୁବାସିନୀ ମହାକୁଡ ପ୍ରମୁଖ ନିଜର ମତ ଉପସ୍ଥାପନ କରିଥିଲେ ା ସମାଜବାଦୀ ନେତା ସରୋଜ କୁମାର ଶତପଥୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ମହମ୍ମଦ ଉସମାନ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri