ଭଞ୍ଜନଗର,୨୫।୯(ଡି.ଏନ.ଏ.)-ସୋରଡ଼ା ଥାନା ଅଞ୍ଚଳରେ ୨୦୧୫ ମସିହାରେ ଜଣେ ମହିଳାଙ୍କୁ ଗଣବଳତ୍କାର ପରେ ଅଶ୍ଳୀଳ ଫଟୋ ଭାଇରଲ ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଭଞ୍ଜନଗର ସବ୍ଜଜ୍ ପ୍ରମାଣ ଅଭାବରୁ ୪ଜଣଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ପୂର୍ବତନ ସରପଞ୍ଚ ଥିବା ଜଣାପଡ଼ିଛି। ଏହି ମାମଲାରେ ସମ୍ପୃକ୍ତ ଆଉ ଜଣେ ଅଭିଯୁକ୍ତ ଫେରାର ଥିବାଯୋଗୁ ତାଙ୍କର ବିଚାରଣ ହୋଇପାରିନାହିଁ। ଜଣେ ନାବାଳକଙ୍କ ବ୍ରହ୍ମପୁର ଜୁଭେନାଇଲ କୋର୍ଟରେ ବିଚାର ଚାଲିଛି।
ପ୍ରକାଶଯେ, ଜଣେ ପୂର୍ବତନ ସରପଞ୍ଚଙ୍କ ସହ ପୀଡିତାଙ୍କ ସ୍ବାମୀଙ୍କର ପାରିବାରିକ ସମ୍ପର୍କ ଥିଲା। ତାଙ୍କ ଘରକୁ ସେ ବିଭିନ୍ନ ସମୟରେ ଯିବାଆସିବା କରନ୍ତି। ଦିନେ ପୀଡିତାଙ୍କ ସ୍ବାମୀ ଘରେ ନଥିବା ବେଳେ ପୂର୍ବତନ ସରପଞ୍ଚ ମହିଳାଙ୍କୁ ବଳାତ୍କାର କରିଥିଲେ। ଘଟଣା ସମ୍ପର୍କରେ ଅନ୍ୟ ଅଭିଯୁକ୍ତମାନେ ଜାଣିବା ପରେ ମହିଳାଙ୍କୁ ଧମକ ଦେଇ ବଳତ୍କାର କରିଥିଲେ। ଏହି ସମୟର ଫଟୋ ମଧ୍ୟ ଉତ୍ତୋଳନ କରିଥିଲେ। ଏହାପରେ ୨୦ ହଜାର ଟଙ୍କା ନଦେଲେ ଉକ୍ତ ଫଟୋକୁ ଭାଇରଲ କରିଦେବାକୁ ୨ଜଣ ଅଭିଯୁକ୍ତ ମହିଳାଙ୍କୁ ଧମକ ଦେଇଥିଲେ। ଏହାର କିଛିଦିନ ପରେ ଅଭିଯୁକ୍ତମାନେ ଫଟୋ ଗୁଡ଼ିକୁ ଗ୍ରାମର ସ୍କୁଲ ପାଚେରୀରେ ମାରିଥିଲେ। ଏନେଇ ପୀଡିତାଙ୍କ ସ୍ବାମୀ ସ୍ତ୍ରୀଙ୍କୁ ପଚାରିଥିଲେ। ଏହାପରେ ସ୍ତ୍ରୀ ସମସ୍ତ ଘଟଣା କହିବା ସହ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହାପରେ ୪ଜଣ ଅଭିଯୁକ୍ତ ଜାମିନରେ ଆସିଥିଲେ। ମୁଦାଲାମାନଙ୍କ ପକ୍ଷରୁ ଅଶୋକ ଜେନା ମାମଲା ପରିଚାଳନା କରୁଥିଲେ।
ଗଣବଳାତ୍କାର ପରେ, ଅଶ୍ଳୀଳ ଫଟୋ ଭାଇରଲ ମାମଲା: ପୂର୍ବତନ ସରପଞ୍ଚଙ୍କ ସହ ୪ ନିର୍ଦ୍ଦୋଷରେ ଖଲାସ
Posted inଆମ ଜିଲା ଖବର, ଗଞ୍ଜାମ View All
ଯୁକ୍ତ ୨ ବିଜ୍ଞାନରେ ବିଘ୍ନେଶ ଚୌଧୁରୀ ଛତ୍ରପୁର ବ୍ଲକ ଟପ୍ପର, ମିଷ୍ଟାନ ବାଣ୍ଟି ଖୁସି ଜାହିର କଲେ ବିଦ୍ୟାର୍ଥୀ
ଛତ୍ରପୁର, ୨୧।୫(ଦିଲ୍ଲୀପ ସାମଲ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ( ସିଏଚଏସଇ ) ଦ୍ୱାରା +୨ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି l ଏହି ପରିପ୍ରେକ୍ଷୀରେ ଗଞ୍ଜାମ…
ମୁଖ୍ୟଅତିଥି ଭାବେ ଯୋଗ ଦେଇ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିଲେ ପ୍ରଫୁଲ୍ଲ ପଣ୍ଡା, କହିଲେ ଭାରତକୁ ସମଗ୍ର ବିଶ୍ୱରେ…
ଦିଗପହଣ୍ଡି, ୨୧।୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ବର୍ଗତ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳନ କରାଯାଇଥିଲା। ପୁଞ୍ଜିକଂୟା ଛକ…
ତାରାତାରିଣୀ କଲେଜର ସଫଳତା: ଯୁକ୍ତଦୁଇ ବିଜ୍ଞାନରେ ଆଗରେ ପୁଅ, କଳାରେ ଝିଅ
ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଚଳିତବର୍ଷ ଯୁକ୍ତଦୁଇ ଓ ଯୁକ୍ତତିନି ପରୀକ୍ଷାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜକୁ ବଡ଼ ସଫଳତା ମିଳିଛି। ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ…
ବୈଶିଙ୍ଗାରେ ଛାତିଥରା ହତ୍ୟାକାଣ୍ଡ, ଶୋଇଥିବା ବେଳେ ମହିଳାଙ୍କ ତଣ୍ଟି ଚିପି ହତ୍ୟା
ବୈଶିଙ୍ଗା,୨୧।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଗଣେଶ୍ବରପୁର ଗ୍ରାମରେ ଏକ ଛାତିଥରା ହତ୍ୟାକାଣ୍ଡ ହୋଇଛି । ବୁଧବାର ରାତିରେ ଜନୈକା ୫୦ ବର୍ଷିୟା ମହିଳାଙ୍କୁ…
୩ ବର୍ଷ ପରେ ଧାନ ଖଳା ନିର୍ମାଣ ଶେଷ: ବିଡିଓଙ୍କୁ ଧନ୍ୟବାଦ ଜଣାଇଲେ ଚାଷୀବୃନ୍ଦ
କେସିଙ୍ଗା,୨୧।୫(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…
ମେଲୋଡି ଦେଖିବାକୁ ଯାଇଥିଲେ ଦିନେଶ, ହଠାତ୍ ହେଲା ମରଣାନ୍ତକ ଆକ୍ରମଣ: ଆଉ ତା’ପରେ…
ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଖେଳ ପଡିଆଠାରେ ବୁଧବାର ରାତିରେ ଭବାନୀପାଟଣା ସଦର ବିଧାୟକଙ୍କ ଦ୍ୱାରା ଖେଳ ମେଳା କାର୍ଯ୍ୟକ୍ରମ ଆୟୋଜିତ…
ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସହକାରୀ ଯନ୍ତ୍ରୀ, ୭ଟି ସ୍ଥାନରେ ଏକକାଳୀନ ରେଡ୍
ଗୁଣପୁର,୨୧।୫(ସୁଜାତା ପାଢ଼ୀ) : ଭିଜିଲାନ୍ସ ଜାଲରେ ରାୟଗଡ଼ା କୋଲନରା ବ୍ଲକ୍ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ । ଆୟ ବହିର୍ଭୂତ…
ଝାରସୁଗୁଡାରେ ଲଜ୍ଜା, ସମ୍ପର୍କୀୟଙ୍କ ଚିକିତ୍ସା ପାଇଁ ଯାଇଥିବା ବେଳେ ହସ୍ପିଟାଲରେ ନାବାଳିକାଙ୍କୁ ବଳାତ୍କାର
ଝାରସୁଗୁଡ଼ା,୨୧।୫(ଆଶିଷ ରଞ୍ଜନ ଦାଶ): ରୋଗୀ ସେବା ପାଇଁ ଉଦ୍ଦିଷ୍ଟ ପବିତ୍ର ଚିକିତ୍ସାଳୟ ପରିସରରେ ଘଟିଯାଇଛି ଏକ ସଙ୍ଗୀନ ଓ ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଝାରସୁଗୁଡ଼ା ଜିଲା ମୁଖ୍ୟ…
Archives

