ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼, କ୍ୟାମେରା ଭାଙ୍ଗିଲେ

ପୁରୀ ଅଫିସ,୪ା୫: ପ୍ରେସ୍‌ ସ୍ବାଧୀନତା ଦିବସରେ ରବିବାର ପୁରୀରେ କର୍ତ୍ତବ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼ ମରାଯିବା ସହ ଗାଳିଗୁଲଜ କରାଯାଇଛି। ବାଲୁଖଣ୍ଡ ଅଭୟାରଣ୍ୟର ପ୍ରକୃତି ନିବାସରେ ଶୁଟିଂ ବେଳେ ବନ କର୍ମଚାରୀ ମାଡ଼ ମାରିବା ସହ କ୍ୟାମେରା ଭାଙ୍ଗି ଦେଇଛନ୍ତି। କ୍ୟାମେରାମ୍ୟାନ୍‌ ଚିତ୍ତରଞ୍ଜନ ଖୁଣ୍ଟିଆଙ୍କ ଅଭିଯୋଗକ୍ରମେ ପେଣ୍ଠକଟା ମେରାଇନ ଥାନାରେ ଦୁଇ ବନ କର୍ମଚାରୀଙ୍କ ବିରୋଧରେ ପୋଲିସ ଏକ ମାମଲା (ନଂ. ୨୫/୨୦) ରୁଜୁ କରିଛି।
ବାତ୍ୟା ଫନୀକୁ ରବିବାର ବର୍ଷେ ପୂରିଛି। ବାତ୍ୟାରେ ଛାରଖାର ହୋଇଯାଇଥିବା ବାଲୁଖଣ୍ଡ ଅଭୟାରଣ୍ୟର ବର୍ତ୍ତମାନ ସ୍ଥିତି କ’ଣ ରହିଛି ତାହାର ଶୁଟିଂ ପାଇଁ କେତେଜଣ ଗଣମାଧ୍ୟମ ପ୍ରତିନିଧି ପହଞ୍ଚତ୍ଥିଲେ। ଅନୁମତି ନେଇ ପ୍ରକୃତି ନିବାସରେ କ୍ୟାମେରାମ୍ୟାନ ଚିତ୍ତରଞ୍ଜନ ଶୁଟିଂ କରୁଥିଲେ। ପ୍ରକୃତି ନିବାସ କଟେଜ ମଧ୍ୟରେ କେତେଗୁଡ଼ିଏ ମଦବୋତଲ ପଡ଼ିଥିଲା। ଏହି ସମୟରେ ସେଠାରେ ଥିବା କେତେଜଣ ବନ କର୍ମଚାରୀ ପହଞ୍ଚତ୍ ଚିତ୍ତରଞ୍ଜନଙ୍କୁ ବାରଣ କରିଥିଲେ। ଫରେଷ୍ଟର ତପନ ନାୟକ ଓ ଫରେଷ୍ଟଗାର୍ଡ ବିରଜା ମହାପାତ୍ର ଶୁଟିଂକୁ ବିରୋଧ କରିବା ସହ ଉତ୍‌କ୍ଷିପ୍ତ ହୋଇପଡ଼ିିଥିଲେ। ଭିଡିଓ ଉତ୍ତୋଳନ କରୁଥିବା ଚିତ୍ତରଞ୍ଜନଙ୍କୁ ବନ କର୍ମଚାରୀ ମାଡ଼ ମାରିବା ସହ ତାଙ୍କ କ୍ୟାମେରା ଭାଙ୍ଗି ଦେଇଥିଲେ। ଅନ୍ୟ ଖବରଦାତା ଅଟକାଇବାରୁ ସେମାନେ ଗାଳିଗୁଲଜ କରିଥିବା ଏତଲାରେ ଦର୍ଶାଯାଇଛି। ଅନ୍ୟପକ୍ଷରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼ ଘଟଣାକୁ ପୁରୀ ଜିଲା କଂଗ୍ରେସ ତୀବ୍ର ନିନ୍ଦା କରିଛି। ଆଲୋକ କୁମାର ଦାଶଙ୍କ ନେତୃତ୍ୱରେ ଜିଲା ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ ଏସ୍‌ପିଙ୍କ ଉଦ୍ଦେଶ୍ୟରେ ଟାଉନ ଥାନାରେ ଅଭିଯୋଗ କରାଯାଇଛି। ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଏଥିରେ ଦର୍ଶାଯାଇଛି। ଏ ନେଇ ଏସ୍‌ପି ଉମାଶଙ୍କର ଦାଶଙ୍କୁ ପଚାରିବାରେ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri