ଗଣମାଧ୍ୟମ ସାଧାରଣ ଲୋକଙ୍କ ସ୍ବର

ଭୁବନେଶ୍ୱର, ୨୪ା୨(ବ୍ୟୁରୋ): ଖବରଦାତା ହେଉଛନ୍ତି ଦେଶର ଚତୁର୍ଥ ସ୍ତମ୍ଭ ବୋଲି କୁହାଯାଇଛି। ଜନସାଧାରଣଙ୍କ ସମସ୍ୟାକୁ ସରକାରଙ୍କ ନିକଟରେ ପହଞ୍ଚାଇବାର ମାଧ୍ୟମ ହେଉଛି ଗଣମାଧ୍ୟମ। ସମାଜର ଦଳିତ, ନିଷ୍ପେଷିତ ଓ ଅବହେଳିତ ଲୋକଙ୍କୁ ନ୍ୟାୟ ଦେବା ପାଇଁ ଖବରଦାତାମାନେ ସଦାସର୍ବଦା ଚେଷ୍ଟିତ ଥାନ୍ତି। ଜନସାଧାରଣଙ୍କ ସମସ୍ୟାକୁ ସେମାନେ ଲୋକଲୋଚନକୁ ଆଣିବା ସହ ସରକାରଙ୍କ ନିକଟରେ ମଧ୍ୟ ଉପସ୍ଥାପିତ କରିଥାନ୍ତି। ଗଣମାଧ୍ୟମ ସାଧାରଣ ଲୋକଙ୍କ ସ୍ବର ବୋଲି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା କହିଛନ୍ତି।
ରବିବାର ସ୍ଥାନୀୟ ସୂଚନା ଭବନରେ ସାପ୍ତାହିକ ସମ୍ବାଦପତ୍ର ‘ପ୍ରବାହ’ର ତ୍ରୟୋଦଶ ସ୍ବନକ୍ଷତ୍ର ଉତ୍ସବରେ ମୁଖ୍ୟଅତିଥି ଭାବେ ମନ୍ତ୍ରୀ ସାରକା ଯୋଗଦେଇ କହିଥିଲେ, ଖବରଦାତା ନିଷ୍ଠାର ସହ ତା’ର କର୍ତ୍ତବ୍ୟ ସମ୍ପାଦନ କରିଥାଏ। ସମାଜର ହିତ ପାଇଁ ସେ ସମର୍ପିତ ବୋଲି ମନ୍ତ୍ରୀ କହିଥିଲେ। ରାଜ୍ୟ ସୂଚନା କମିଶନର ଶଶିପ୍ରଭା ବିନ୍ଧାଣୀ ମୁଖ୍ୟବକ୍ତା ଭାବେ ଯୋଗଦେଇ ଗଣମାଧ୍ୟମର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ଆଲୋକପାତ କରିଥିଲେ। ପୂର୍ବତନ ବାଚସ୍ପତି ତଥା କୃଷି ବିପଣନ ପରିଷଦର ଉପଦେଷ୍ଟା ରାମଚନ୍ଦ୍ର ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗଦେଇ ବର୍ତ୍ତମାନ ପରିସ୍ଥିତିରେ ଗଣମାଧ୍ୟମର ଭୂମିକା ଉପରେ ଆଲୋକପାତ କରିଥିଲେ।
କାର୍ଯ୍ୟକ୍ରମରେ ପ୍ରବାହ ସମ୍ପାଦକ ଅଭିମନ୍ୟୁ ମହାପାତ୍ର ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ଭାଷାବିତ୍‌ ତଥା ବିଶିଷ୍ଟ ଲେଖକ ଅମୀୟ ପାଣ୍ଡବ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟସମ୍ପାଦକ ସାରଦା ପ୍ରସନ୍ନ ସ୍ବାଇଁ ଖବରଦାତାଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରିଥିବାବେଳେ ପରିଚାଳନା ସମ୍ପାଦକ ସିଦ୍ଧାର୍ଥ ସ୍ବରୂପ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ କୃତୀ ପ୍ରତିଭାଙ୍କୁ ପ୍ରବାହ ସମ୍ମାନରେ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମ ପ୍ରାରମ୍ଭରେ କାର୍ଯ୍ୟନିର୍ବାହୀ ସମ୍ପାଦକ ଶାରଦା ପ୍ରସନ୍ନ ସ୍ବାଇଁ କାର୍ଯ୍ୟକ୍ରମର ଲକ୍ଷ୍ୟ ଏବଂ ଆଭିମୁଖ୍ୟ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ପରିଚାଳନା ନିର୍ଦ୍ଦେଶକ ସିଦ୍ଧାର୍ଥ ସ୍ବରୂପ ଦାଶ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

ପିନାକୀ-ମହେଶଙ୍କୁ ମିଳିଲାନି ଟିକେଟ

ଭୁବନେଶ୍ୱର,୨୮।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ବିଜେଡି ଏହାର ପ୍ରାର୍ଥୀ ଘୋଷଣା କରିଛି। ବୁଧବାର ୧୫ ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ସେଥିମଧ୍ୟରୁ...

ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌

ଭୁବନେଶ୍ୱର,୨୮।୩: ମୁଣ୍ଡ ଉପରେ ନିର୍ବାଚନ। ଭାଜପା ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। କିନ୍ତୁ ଏଥିରେ ପଛରେ ପଡିଛି କଂଗ୍ରେସ...

ଭାଜପାରେ ମିଶିପାରନ୍ତି ଅନୁଭବ, ଆଜି ହେବ ସ୍ପଷ୍ଟ

ଭୁବନେଶ୍ୱର,୨୮ା୩: ବିଜେଡି ଟିକେଟ୍‌ରେ କେନ୍ଦ୍ରାପଡ଼ା ଲୋକ ସଭାକୁ ନିର୍ବାଚିତ ହୋଇଥିବା ଅଭିନେତା ଅନୁଭବ ମହାନ୍ତି ଗୁରୁବାର ଭାଜପାରେ ଯୋଗ ଦେଇ ପାରନ୍ତି ବୋଲି ରାଜନୈତିକ ମହଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri