ଗଣମାଧ୍ୟମ ସାଧାରଣ ଲୋକଙ୍କ ସ୍ବର

ଭୁବନେଶ୍ୱର, ୨୪ା୨(ବ୍ୟୁରୋ): ଖବରଦାତା ହେଉଛନ୍ତି ଦେଶର ଚତୁର୍ଥ ସ୍ତମ୍ଭ ବୋଲି କୁହାଯାଇଛି। ଜନସାଧାରଣଙ୍କ ସମସ୍ୟାକୁ ସରକାରଙ୍କ ନିକଟରେ ପହଞ୍ଚାଇବାର ମାଧ୍ୟମ ହେଉଛି ଗଣମାଧ୍ୟମ। ସମାଜର ଦଳିତ, ନିଷ୍ପେଷିତ ଓ ଅବହେଳିତ ଲୋକଙ୍କୁ ନ୍ୟାୟ ଦେବା ପାଇଁ ଖବରଦାତାମାନେ ସଦାସର୍ବଦା ଚେଷ୍ଟିତ ଥାନ୍ତି। ଜନସାଧାରଣଙ୍କ ସମସ୍ୟାକୁ ସେମାନେ ଲୋକଲୋଚନକୁ ଆଣିବା ସହ ସରକାରଙ୍କ ନିକଟରେ ମଧ୍ୟ ଉପସ୍ଥାପିତ କରିଥାନ୍ତି। ଗଣମାଧ୍ୟମ ସାଧାରଣ ଲୋକଙ୍କ ସ୍ବର ବୋଲି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା କହିଛନ୍ତି।
ରବିବାର ସ୍ଥାନୀୟ ସୂଚନା ଭବନରେ ସାପ୍ତାହିକ ସମ୍ବାଦପତ୍ର ‘ପ୍ରବାହ’ର ତ୍ରୟୋଦଶ ସ୍ବନକ୍ଷତ୍ର ଉତ୍ସବରେ ମୁଖ୍ୟଅତିଥି ଭାବେ ମନ୍ତ୍ରୀ ସାରକା ଯୋଗଦେଇ କହିଥିଲେ, ଖବରଦାତା ନିଷ୍ଠାର ସହ ତା’ର କର୍ତ୍ତବ୍ୟ ସମ୍ପାଦନ କରିଥାଏ। ସମାଜର ହିତ ପାଇଁ ସେ ସମର୍ପିତ ବୋଲି ମନ୍ତ୍ରୀ କହିଥିଲେ। ରାଜ୍ୟ ସୂଚନା କମିଶନର ଶଶିପ୍ରଭା ବିନ୍ଧାଣୀ ମୁଖ୍ୟବକ୍ତା ଭାବେ ଯୋଗଦେଇ ଗଣମାଧ୍ୟମର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ଆଲୋକପାତ କରିଥିଲେ। ପୂର୍ବତନ ବାଚସ୍ପତି ତଥା କୃଷି ବିପଣନ ପରିଷଦର ଉପଦେଷ୍ଟା ରାମଚନ୍ଦ୍ର ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗଦେଇ ବର୍ତ୍ତମାନ ପରିସ୍ଥିତିରେ ଗଣମାଧ୍ୟମର ଭୂମିକା ଉପରେ ଆଲୋକପାତ କରିଥିଲେ।
କାର୍ଯ୍ୟକ୍ରମରେ ପ୍ରବାହ ସମ୍ପାଦକ ଅଭିମନ୍ୟୁ ମହାପାତ୍ର ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ଭାଷାବିତ୍‌ ତଥା ବିଶିଷ୍ଟ ଲେଖକ ଅମୀୟ ପାଣ୍ଡବ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟସମ୍ପାଦକ ସାରଦା ପ୍ରସନ୍ନ ସ୍ବାଇଁ ଖବରଦାତାଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରିଥିବାବେଳେ ପରିଚାଳନା ସମ୍ପାଦକ ସିଦ୍ଧାର୍ଥ ସ୍ବରୂପ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ କୃତୀ ପ୍ରତିଭାଙ୍କୁ ପ୍ରବାହ ସମ୍ମାନରେ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମ ପ୍ରାରମ୍ଭରେ କାର୍ଯ୍ୟନିର୍ବାହୀ ସମ୍ପାଦକ ଶାରଦା ପ୍ରସନ୍ନ ସ୍ବାଇଁ କାର୍ଯ୍ୟକ୍ରମର ଲକ୍ଷ୍ୟ ଏବଂ ଆଭିମୁଖ୍ୟ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ପରିଚାଳନା ନିର୍ଦ୍ଦେଶକ ସିଦ୍ଧାର୍ଥ ସ୍ବରୂପ ଦାଶ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟା, ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ଫାଇଲ ଗାଏବ

ଭୁବନେଶ୍ୱର,୧୧।୬ (ପ୍ରସନଜିତ୍‌ ସାହୁ): କନ୍ଧମାଳ ଜଲେଶପେଟା ଆଶ୍ରମରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କୁ ହତ୍ୟା ଘଟଣାକୁ ନେଇ ଏ. ଏସ୍‌. ନାଇଡୁ କମିଶନ ତଦନ୍ତ କରି ସରକାରଙ୍କୁ ରିପୋର୍ଟ…

ଭୁବନେଶ୍ୱରରେ ଗୋଟିଏ ଟ୍ରାକ୍‌ରେ ମୁହାଁମୁହିଁ ହେଲା ୨ ଟ୍ରେନ୍‌, ଆଉ ତା’ ପରେ…

ଭୁବନେଶ୍ୱର,୧୧ା୬: ରାଜଧାନୀ ଭୁବନେଶ୍ୱରରେ ଗୋଟିଏ ଟ୍ରାକ୍‌ରେ ମୁହାଁମୁହିଁ ହୋଇଛି ଦୁଇ ଟ୍ରେନ୍‌। ଗୋଟିଏ ଟ୍ରେନ୍‌ ମାଷ୍ଟରକ୍ୟାଣ୍ଟିନ୍‌ରୁ ମଞ୍ଚେଶ୍ୱର ସଫେଇ ପାଇଁ ଆସୁଥିବାବେଳେ ଆଉ ଗୋଟିଏ ଟ୍ରେନ୍‌ ମଞ୍ଚେଶ୍ୱରରୁ…

ରଜରେ ଭିଜିବ ଓଡ଼ିଶା: ଆସନ୍ତା ୩ ଦିନ ଯାଏ ଝଡ଼ ପବନ, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୧ା୬ (ସୌମ୍ୟରଞ୍ଜନ ରାଉତ):ରଜରେ ଭିଜିବ ଓଡ଼ିଶା। ତାତିରୁ ମିଳିବ ମୁକ୍ତି, ବର୍ଷା ଆଣୁଛି ଆଶ୍ୱସ୍ତି। ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ନବୀନ ଡାକିଲେ ବଡ଼ ବୈଠକ, ଆଉ କିଛି ସମୟରେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୬: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ୱାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା…

୭୫୫ଟି ନୂଆ ପଦବୀ ମଞ୍ଜୁର କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ପଦବୀ ପାଇଁ କେତେ…

ଭୁବନେଶ୍ୱର, ୧୦।୬: ରାଜ୍ୟର ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଏବଂ ଜନସାଧାରଣଙ୍କୁ ଉନ୍ନତମାନର ଚିକିତ୍ସା ସେବା ଯୋଗାଇଦେବା ଦିଗରେ ଓଡ଼ିଶା ସରକାର ଆଉ ଏକ ଗୁରୁତ୍ୱପୂର୍ଣ୍ଣ…

୧୫ IPS ଅଫିସରଙ୍କୁ ଦିଆଗଲା ୧୭ ଜିଲା ନିରୀକ୍ଷଣ ଦାୟିତ୍ୱ, ଜାଣନ୍ତୁ କେଉଁ ଜିଲାରେ କିଏ…

ଭୁବନେଶ୍ୱର, ୧୦।୬: ଆଇନଶୃଙ୍ଖଳା ସଜାଡ଼ିବା ପାଇଁ ରାଜ୍ୟ ପୋଲିସ ମୁଖ୍ୟାଳୟର ବଡ଼ ପଦକ୍ଷେପ। ୧୫ IPS ଅଫିସରଙ୍କୁ ଦିଆଗଲା ୧୭ଟି ଜିଲାର ସ୍ବତନ୍ତ୍ର ନିରୀକ୍ଷଣ ଓ ତଦାରଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri