ଗଣଶିକ୍ଷା ବିଭାଗର କଡ଼ା ଆଭିମୁଖ୍ୟ : ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ହେବ

ଭୁବନେଶ୍ୱର,୧ା୭(ବ୍ୟୁରୋ) : ଏଣିକି ଜୁନିୟର ବା ଠିକା ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର କଡାକଡି ଯାଞ୍ଚ କରାଯିବ। କେତେଜଣ ଶିକ୍ଷକ ଜାଲ୍‌ ଶିକ୍ଷାଗତ ପ୍ରମାଣପତ୍ର ଦେଇଥିବା ଅଭିଯୋଗ ଆସିବା ପରେ କଡ଼ା ଆଭିମୁଖ୍ୟ ପୋଷଣ କରିଛି ସ୍କୁଲ ଓ ଗଣଶିକ୍ଷା ବିଭାଗ। ବିଭାଗ ପକ୍ଷରୁ ଏ ସଂକ୍ରାନ୍ତରେ ଗାଇଡ୍‌ ଲାଇନ୍‌ ଜାରି କରାଯାଇଥିବାବେଳେ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ରାଜ୍ୟର ସମସ୍ତ ଜିଲା ଶିକ୍ଷା ଅଧିକାରୀମାନଙ୍କୁ ପତ୍ର ଲେଖି ଜଣାଇଛନ୍ତି। ଜାଲ୍‌ ପ୍ରମାଣପତ୍ର ଦେଇଥିବା ଶିକ୍ଷକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏପରିକି ଆବଶ୍ୟକ ପଡ଼ିଲେ ସେହି ଅଯୋଗ୍ୟ ଶିକ୍ଷକମାନଙ୍କୁ ରାଜ୍ୟର ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରୁ କାଢ଼ି ଦେବାକୁ ନିର୍ଦ୍ଦେଶ ଦେଇଛି ବିଭାଗ।
ନିଯୁକ୍ତି ସମୟରେ କେତେଜଣ ଶିକ୍ଷକ ଜାଲ୍‌ ପ୍ରମାଣପତ୍ର ଦେଇଥିବାବେଳେ ଆଉ କେତେଜଣ ଶିକ୍ଷା ସହାୟକରୁ ନିୟମିତ ଶିକ୍ଷକକୁ ପଦୋନ୍ନତି ହେବାବେଳେ ଏଭଳି କାଗଜପତ୍ର ଦାଖଲ କରିଥିବା ଅଭିଯୋଗ ହୋଇଛି। ଏହାକୁ ନଜରରେ ରଖି ବିଭାଗ ପକ୍ଷରୁ ଏକ ସ୍ବତନ୍ତ୍ର ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହେବ। ଜିଲା ପ୍ରକଳ୍ପ ସଂଯୋଜକ(ଡିପିସି) ଏବଂ ବ୍ଲକ୍‌ ଶିକ୍ଷା ଅଧିକାରୀ(ବିଇଓ) ଏହି ଯାଞ୍ଚ ପ୍ରକ୍ରିୟାରେ ସାମିଲ ହେବେ। ପ୍ରାଥମିକ ପର୍ଯ୍ୟାୟରେ ଶିକ୍ଷକଙ୍କ ଶିକ୍ଷାଗତ ସହ ଟ୍ରେନିଂ ସାର୍ଟିଫିକେଟ ଯାଞ୍ଚ କରାଯିବ। ୨୦୧୧ ଜାନୁୟାରୀ ୧ରୁ ନିଯୁକ୍ତ ତଥା ନିୟମିତ ହୋଇଥିବା ଶିକ୍ଷକ ଓ ଠିକା ଶିକ୍ଷକଙ୍କର ପ୍ରଥମ ପର୍ଯ୍ୟାୟରେ ସାର୍ଟିଫିକେଟ ଯାଞ୍ଚ କରାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ସର୍ବଶିକ୍ଷା ଅଭିଯାନର ଜିଲା ପ୍ରକଳ୍ପ ସଂଯୋଜକମାନେ କନିଷ୍ଠ ବା ଠିକା ଶିକ୍ଷକଙ୍କର ସାର୍ଟିଫିକେଟ ସହ ମାର୍କଶିଟ୍‌ ଯାଞ୍ଚ କରିବେ। ସେହିଭଳି ନିୟମିତ ଏବଂ ଏକ୍ସ କ୍ୟାଡର୍‌ ବା ଲେଭଲ୍‌ ୫ ଶିକ୍ଷକମାନଙ୍କର ସାର୍ଟିଫିକେଟ ଯାଞ୍ଚ ଦାୟିତ୍ୱ ବିଇଓ ନେବେ। ଯାଞ୍ଚ ପରେ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ସେମାନେ ରିପୋର୍ଟ ପ୍ରଦାନ କରିବେ। ଏଥିପାଇଁ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରାଯାଇ ନଜର ରଖାଯିବ ଓ ଆବଶ୍ୟକ ପଡ଼ିଲେ ସାର୍ଟିଫିକେଟର ସତ୍ୟତା ଜାଣିବାକୁ ଏକ ଟିମ୍‌ ରାଜ୍ୟ ବାହାରେ ଥିବା ଶିକ୍ଷାନୁଷ୍ଠାନ ଓ ବିଶ୍ୱବିଦ୍ୟାଳୟକୁ ଯିବେ। ସେହିଭଳି ଅଭିଯୋଗ ଆସିଲେ ୨୦୧୧ ପୂର୍ବରୁ ନିଯୁକ୍ତ ତଥା ନିୟମିତ ପଦବୀ ପାଇଥିବା ଶିକ୍ଷକମାନଙ୍କର ସାର୍ଟିଫିକେଟ ମଧ୍ୟ ଯାଞ୍ଚ କରାଯିବ। ଜାଲ୍‌ ସାର୍ଟିଫିକେଟର ପ୍ରମାଣ ମିିଳିଲେ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ ଏଫ୍‌ଆଇଆର୍‌ ଦିଆଯିବା ସହ ଚାକିରିରୁ ବହିଷ୍କାର କରାଯିବ। ଉଭୟ ଡିପିସି ଏବଂ ବିଇଓମାନଙ୍କୁ ସେପ୍ଟେମ୍ବର ୩୦ ସୁଦ୍ଧା ଯାଞ୍ଚ ପ୍ରକ୍ରିୟା ଶେଷ କରି ଅକ୍ଟୋବର ୧୫ ସୁଦ୍ଧା ଗଣଶିକ୍ଷା ବିଭାଗକୁ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

ବଡ଼ ଘୋଷଣା; ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

ଭୁବନେଶ୍ୱର, ୭।୯: ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆସିବାକୁ ଯାଇଛି । ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ ହେବ । ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଯୁକ୍ତ…

ବଡ଼ ଖବର! ଗଣଶିକ୍ଷା ସଚିବଙ୍କ ସୂଚନା, ଦଶମ-ଦ୍ୱାଦଶ ପାଇଁ ହେବ ଗୋଟିଏ ବୋର୍ଡ

ଭୁବନେଶ୍ୱର, ୭।୯: ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ବଡ଼ ସୂଚନା ଦେଲେ ଗଣଶିକ୍ଷା ସଚିବ । ଏଣିକି ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ଗୋଟିଏ…

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri