‘ଗଣିତ କଳିକା’ କାର୍ଯ୍ୟକ୍ରମ ଆଉ ୨୮ଜିଲାକୁ ସମ୍ପ୍ରସାରିତ ହେବ: ଗଣଶିକ୍ଷା ବିଭାଗ ଓ ଅକ୍ଷରା ଫାଉଣ୍ଡେଶନ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ

ଭୁବନେଶ୍ୱର, ୧୨ା୭(ବ୍ୟୁରୋ):  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଅକ୍ଷରା ଫାଉଣ୍ଡେଶନ ସହଯୋଗରେ ‘ଗଣିତ କଳିକା’ କାର୍ଯ୍ୟକ୍ରମ ଆଉ ୨୮ଜିଲାକୁ ସମ୍ପ୍ରସାରିତ ହେବ। ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଗଣିତ ପାଠ୍ୟକ୍ରମରେ ଶ୍ରେଣୀ ଉପଯୋଗୀ ଦକ୍ଷତା ହାସଲ ପାଇଁ ପ୍ରଥମରୁ ପଞ୍ଚମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ନିମନ୍ତେ ଏହି କାର୍ଯକ୍ରମ ଆରମ୍ଭ ହୋଇଥିଲା। ଏହାକୁ ପ୍ରଥମେ ବଲାଙ୍ଗୀର ଓ ରାୟଗଡ଼ା ଜିଲାରେ ପରୀକ୍ଷାମୂଳକ ଭାବେ ପ୍ରଚଳନ କରାଯାଇଥିଲା। ଏହି ଦୁଇ ଜିଲାର ୪୨୦୦ ପ୍ରାଥମିକ ବିଦ୍ୟାଳୟକୁ ଏହି ଯୋଜନାରେ ଗଣିତ କିଟ୍‌ ଯୋଗାଇ ଦିଆଯାଇଥିଲା। ଏଥିରେ ଶିକ୍ଷାଦାନ ନିମନ୍ତେ ୩୫୦ଜଣଙ୍କୁ ପ୍ରଧାନ ସାଧନ ଶିକ୍ଷକ ଭାବେ ଢେଙ୍କାନାଳ ଓ ପୁରୀ ଜିଲା ସମେତ ବାଙ୍ଗାଲୋରଠାରେ ପର୍ଯ୍ୟାୟକ୍ରମେ ତାଲିମ ପ୍ରଦାନ କରାଯାଇଥିଲା। ପରବର୍ତ୍ତୀ ସମୟରେ ୫ଦିନିଆ କର୍ମଶାଳା କରାଯାଇ ୪ହଜାର ସାଧନ ଶିକ୍ଷକଙ୍କୁ ତାଲିମ ଦିଆଯାଇଥିଲା। ଏଥିରେ ୨ଲକ୍ଷ ୪୦ହଜାର ବିଦ୍ୟାର୍ଥୀ ଉପକୃତ ହୋଇଥିଲେ। ଏହି ପାଇଲଟ କାର୍ଯ୍ୟକ୍ରମ ସଫଳ ହୋଇଥିବାରୁ ରାଜ୍ୟରେ ଅବଶିଷ୍ଟ ଜିଲାକୁ ଏହା ସମ୍ପ୍ରସାରିତ କରାଯିବ। ପ୍ରଥମ ପର୍ଯ୍ୟାୟରେ ୨୦ଟି ଜିଲାକୁ ସାମିଲ କରାଯିବ। ଏହି ଜିଲାଗୁଡ଼ିକ ହେଲା ଅନୁଗୋଳ, ବରଗଡ଼, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଯାଜପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ନୂଆପଡ଼ା, ସମ୍ବଲପୁର, ସୋନପୁର ଓ ସୁନ୍ଦରଗଡ଼। ଏହିସବୁ ଜିଲାର ୩୪,୬୪୨ ପ୍ରାଥମିକ ବିଦ୍ୟାଳୟରେ ୧୯ଲକ୍ଷ ଛାତ୍ରୀଛାତ୍ରଙ୍କୁ ଗଣିତ କଳିକା କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯିବ। ଏସବୁ ଜିଲାରେ ଖୁବ୍‌ଶୀଘ୍ର ଗଣିତ କିଟ୍‌ ଯୋଗାଇ ଦିଆଯିବ। ୨୦୨୦ ଶେଷସୁଦ୍ଧା ଅବଶିଷ୍ଟ ୮ଟି ଜିଲାକୁ ଏଥିରେ ସାମିଲ କରାଯିବ। ଏ କାର୍ଯ୍ୟକ୍ରମକୁ ସମ୍ପ୍ରସାରିତ କରିବା ପାଇଁ ଶୁକ୍ରବାର ବିଦ୍ୟାଳୟ ଓ ଗରଶିକ୍ଷା ବିଭାଗ ଏବଂ ଅକ୍ଷରା ଫାଉଣ୍ଡେଶନ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ କର୍ତ୍ତୃପକ୍ଷଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭାଗ ପକ୍ଷରୁ ଓପେସାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ ଓ ଅକ୍ଷରା ଫାଉଣ୍ଡେଶନ ଅଧ୍ୟକ୍ଷ ତଥା ମ୍ୟାନେଜିଂ ଟ୍ରଷ୍ଟି ଅଶୋକ କାମାତ୍‌ ଚୁକ୍ତି ସ୍ବାକ୍ଷରିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri