ଗଣିତ ପ୍ରଫେସର ଅଭାବ:ରାଜ୍ୟରୁ ପୂରଣ ହୋଇପାରିଲାନି ଆଇଏମ୍‌ଏ ନିର୍ଦ୍ଦେଶକ ପଦ

ଭୁବନେଶ୍ୱର,୨୨ା୧(ବ୍ୟୁରୋ):ରାଜ୍ୟରେ ଡିଗ୍ରୀ କଲେଜଗୁଡ଼ିକରେ ଗଣିତ ପ୍ରଫେସର ପାହ୍ୟାର ଶିକ୍ଷକଙ୍କ ଅଭାବ ପରିଲଖିତ ହୋଇଛି। ନିକଟରେ ଭୁବନେଶ୍ୱରସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାଥମେଟିକ୍ସ ଏଣ୍ଡ ଆପ୍ଲିକେଶନ୍ସ(ଆଇଏମ୍‌ଏ)ରେ ନିର୍ଦ୍ଦେଶକ ନିଯୁକ୍ତି ପ୍ରକ୍ରିୟାରୁ ଏହା ଜଣାପଡିଛି। କାରଣ ଆଇଏମ୍‌ଏ ନିର୍ଦ୍ଦେଶକ ପଦବୀ ପାଇଁ ଓଡ଼ିଶାରୁ କୌଣସି ପ୍ରଫେସରଙ୍କୁ ଅବସ୍ଥାପିତ କରାଯାଇପାରିଲା ନାହିଁ। ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ରଙ୍କ ପକ୍ଷରୁ ଏନେଇ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ସଚିବ ଡି.କେ. ସିଂଙ୍କୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି। ସେହିଭଳି ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ପକ୍ଷରୁ ଏହି ପଦ ପାଇଁ ସର୍ବଭାରତୀୟସ୍ତରରେ ବିଜ୍ଞାପନ ବାହାର କରିବା ପାଇଁ ପ୍ରସ୍ତାବ ଦିଆଯାଇଛି। ଏ ପ୍ରସଙ୍ଗରେ ଶିକ୍ଷାବିତ୍‌ ପ୍ରୀତିଶ ଆଚାର୍ଯ୍ୟ କହିଛନ୍ତି ଯେ କେବଳ ଗଣିତ ବିଷୟରେ ନୁହେଁ, ପ୍ରାୟ ସମସ୍ତ ପ୍ରମୁଖ ବିଷୟରେ ପ୍ରଫେସର ପାହ୍ୟାର ଶିକ୍ଷକଙ୍କର ଅଭାବ ରହିଛି। ଏହି ସବୁ ଶୂନ୍ୟସ୍ଥାନକୁ ପୂରଣ କରିବା ପାଇଁ ରାଜ୍ୟ ସରକାର ତୁରନ୍ତ ପଦକ୍ଷେପ ନେବା ଉଚିତ ବୋଲି ଆଚାର୍ଯ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri