Posted inଜାତୀୟ

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ୩୩ ମୃତ

ମୁମ୍ବାଇ/ଭୋପାଳ/ନୂଆଦିଲ୍ଲୀ,୧୪ା୯(ପି.ଟି.): ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଓ ଦିଲ୍ଲୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ୩୩ ଜଣଙ୍କ ଜୀବନ ଯାଇଛି। ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କ ବୟସ ୨୦ ବର୍ଷ ମଧ୍ୟରେ। ଭୋପାଳର ଖଟଲାପୁରା ଘାଟରୁ ଶୁକ୍ରବାର ଗଣେଶ ମୂର୍ତ୍ତି ନେଇ ଯାଉଥିବା ବୋଟ ଲୋୟର ଲେକ୍‌ରେ ଦୁର୍ଘଟଣାଗ୍ରସ୍ତ ହୋଇ ବୁଡ଼ିଯାଇଥିଲା। ସେଥିରେ ଥିବା ୧୮ ଜଣଙ୍କ ମଧ୍ୟରୁ ୫ ଜଣ ଉଦ୍ଧାର ହୋଇଥିବାବେଳେ ୧୩ ଜଣ ବୁଡ଼ିଯାଇଥିଲେ। ସେମାନଙ୍କ ମଧ୍ୟରୁ ୧୧ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି ଓ ଅନ୍ୟ ଦୁଇଜଣ ନିଖୋଜ ଅଛନ୍ତି। ଏସ୍‌ଡିଆର୍‌ଏଫ୍‌ ପକ୍ଷରୁ ଊଦ୍ଧାର କାର୍ଯ୍ୟ ଜାରି ରହିଛି।
ମୃତକମାନଙ୍କ ଘର ପିପ୍‌ଲାନି ଅଞ୍ଚଳରେ। ସେମାନଙ୍କ ମୃତ୍ୟୁ ପାଇଁ ପରିବାର ଲୋକେ ପ୍ରଶାସନକୁ ଦାୟୀ କରିଛନ୍ତି। ଦୁଇ ନାଉରିଆଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୃତକଙ୍କ ପାଇଁ ଶୋକବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କମଳନାଥ ଦୁର୍ଘଟଣାକୁ ଦୁର୍ଭାଗ୍ୟଜନକ କହିବା ସହିତ ଏହାର ମାଜିଷ୍ଟ୍ରେଟ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ମୃତକଙ୍କ ପରିବାରକୁ ୧୧ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି।
ମହାରାଷ୍ଟ୍ରର ବିଭିନ୍ନ ସ୍ଥାନରେ ଗଣେଶ ମୂର୍ତ୍ତି ଭସାଣି ବେଳେ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ପୋଲିସ କହିଛି। ଅମରାବତୀ ଜିଲାରେ ସର୍ବାଧିକ ୪ ଜଣ, ରତ୍ନଗିରିରେ ୩, ନାଶିକ, ସିନ୍ଧୁଦୁର୍ଗ ଓ ସତାରାରେ ୨ ଜଣ ଲେଖାଏ ଏବଂ ଠାଣେ, ଧୁଲେ, ବୁଲଧନା, ଆକୋଲା ଓ ଭଣ୍ଡାରାରେ ଜଣେ ଲେଖାଏ ପ୍ରାଣ ହରାଇଛନ୍ତି। ନାଶିକ୍‌ରେ ୩ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ଜଣେ ନିଖୋଜ ଅଛନ୍ତି।
ଦିଲ୍ଲୀର ଯମୁନା ନଦୀରେ ଗଣେଶ ଭସାଣି ବେଳେ ୨ ଜଣ ଯୁବକ ଓ ୨ ଯୁବତୀ ବୁଡ଼ିଯାଇଛନ୍ତି। ସମସ୍ତଙ୍କ ବୟସ ୨୦ ବର୍ଷ ମଧ୍ୟରେ। ଅଗ୍ନିଶମ କର୍ମଚାରୀମାନେ ମୃତଦେହ ଉଦ୍ଧାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri