Posted inଜାତୀୟ

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ୩୩ ମୃତ

ମୁମ୍ବାଇ/ଭୋପାଳ/ନୂଆଦିଲ୍ଲୀ,୧୪ା୯(ପି.ଟି.): ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଓ ଦିଲ୍ଲୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ୩୩ ଜଣଙ୍କ ଜୀବନ ଯାଇଛି। ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କ ବୟସ ୨୦ ବର୍ଷ ମଧ୍ୟରେ। ଭୋପାଳର ଖଟଲାପୁରା ଘାଟରୁ ଶୁକ୍ରବାର ଗଣେଶ ମୂର୍ତ୍ତି ନେଇ ଯାଉଥିବା ବୋଟ ଲୋୟର ଲେକ୍‌ରେ ଦୁର୍ଘଟଣାଗ୍ରସ୍ତ ହୋଇ ବୁଡ଼ିଯାଇଥିଲା। ସେଥିରେ ଥିବା ୧୮ ଜଣଙ୍କ ମଧ୍ୟରୁ ୫ ଜଣ ଉଦ୍ଧାର ହୋଇଥିବାବେଳେ ୧୩ ଜଣ ବୁଡ଼ିଯାଇଥିଲେ। ସେମାନଙ୍କ ମଧ୍ୟରୁ ୧୧ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି ଓ ଅନ୍ୟ ଦୁଇଜଣ ନିଖୋଜ ଅଛନ୍ତି। ଏସ୍‌ଡିଆର୍‌ଏଫ୍‌ ପକ୍ଷରୁ ଊଦ୍ଧାର କାର୍ଯ୍ୟ ଜାରି ରହିଛି।
ମୃତକମାନଙ୍କ ଘର ପିପ୍‌ଲାନି ଅଞ୍ଚଳରେ। ସେମାନଙ୍କ ମୃତ୍ୟୁ ପାଇଁ ପରିବାର ଲୋକେ ପ୍ରଶାସନକୁ ଦାୟୀ କରିଛନ୍ତି। ଦୁଇ ନାଉରିଆଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୃତକଙ୍କ ପାଇଁ ଶୋକବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କମଳନାଥ ଦୁର୍ଘଟଣାକୁ ଦୁର୍ଭାଗ୍ୟଜନକ କହିବା ସହିତ ଏହାର ମାଜିଷ୍ଟ୍ରେଟ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ମୃତକଙ୍କ ପରିବାରକୁ ୧୧ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି।
ମହାରାଷ୍ଟ୍ରର ବିଭିନ୍ନ ସ୍ଥାନରେ ଗଣେଶ ମୂର୍ତ୍ତି ଭସାଣି ବେଳେ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ପୋଲିସ କହିଛି। ଅମରାବତୀ ଜିଲାରେ ସର୍ବାଧିକ ୪ ଜଣ, ରତ୍ନଗିରିରେ ୩, ନାଶିକ, ସିନ୍ଧୁଦୁର୍ଗ ଓ ସତାରାରେ ୨ ଜଣ ଲେଖାଏ ଏବଂ ଠାଣେ, ଧୁଲେ, ବୁଲଧନା, ଆକୋଲା ଓ ଭଣ୍ଡାରାରେ ଜଣେ ଲେଖାଏ ପ୍ରାଣ ହରାଇଛନ୍ତି। ନାଶିକ୍‌ରେ ୩ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ଜଣେ ନିଖୋଜ ଅଛନ୍ତି।
ଦିଲ୍ଲୀର ଯମୁନା ନଦୀରେ ଗଣେଶ ଭସାଣି ବେଳେ ୨ ଜଣ ଯୁବକ ଓ ୨ ଯୁବତୀ ବୁଡ଼ିଯାଇଛନ୍ତି। ସମସ୍ତଙ୍କ ବୟସ ୨୦ ବର୍ଷ ମଧ୍ୟରେ। ଅଗ୍ନିଶମ କର୍ମଚାରୀମାନେ ମୃତଦେହ ଉଦ୍ଧାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri