ଗଣ୍ଡଗୋଳରେ ଗର୍ଭବତୀ ଆହତ ଘଟଣା, ୩ ଗିରଫ

ଦାରିଙ୍ଗବାଡ଼ି,୧୩ା୧୧(ଡି.ଏନ.ଏ)-ଜମିକୁ କେନ୍ଦ୍ର କରି ଗଣ୍ଡଗୋଳ ବେଳେ ଜଣେ ଗର୍ଭବତୀଙ୍କୁ ଆକ୍ରମଣ କରାଯିବାରୁ ମୃତଶିଶୁ ଜନ୍ମ ହେବା ଘଟଣାରେ ଦାରିଙ୍ଗବାଡ଼ି ପୋଲିସ ମଙ୍ଗଳବାର ୩ ଜଣଙ୍କୁ ଗିରଫ କରିଛି। ଦାରିଙ୍ଗବାଡ଼ି ଥାନା ସିଆଙ୍ଗବାଲି ପଞ୍ଚାୟତ ପଞ୍ଚୁପାଲି ଗ୍ରାମରେ ଗତ ୧ ତାରିଖରେ ଜମିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଗଣ୍ଡଗୋଳ ବେଳେ ଗ୍ରାମର ଅମର କୁମାର ଦିଗଲଙ୍କ ଗର୍ଭବତୀ ସ୍ତ୍ରୀ ରୋଜିଙ୍କୁ ମଧ୍ୟ ଆକ୍ରମଣ କରାଯିବାରୁ ସେ ଗୁରୁତର ହୋଇ ପଡ଼ିଥିଲେ l ତାଙ୍କୁ ଦାରିଙ୍ଗବାଡ଼ିରୁ ବାଲିଗୁଡ଼ା ଉପଖଣ୍ଡ ଡାକ୍ତରଖାନାକୁ ଡାକ୍ତର ରେଫର କରିଥିଲେ । ସେଠାରୁ ପୁଣି ତାଙ୍କୁ ଫୁଲବାଣୀ ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ରୋଜି ମୃତଶିଶୁ ଜନ୍ମ ଦେଇଥିଲେ। ଏ ସମ୍ପର୍କିତ ଅଭିଯୋଗକୁ ଭିତ୍ତିକରି ଦାରିଙ୍ଗବାଡ଼ି ଥାନାରେ ନଂ.୧୧୬/୧୯ରେ ମକଦମା ରୁଜୁ ହୋଇଥିଲା। ତଦନ୍ତ ପରେ ମଙ୍ଗଳବାର ପୋଲିସ ଅମର ଦିଗଲ ଏବଂ ରୋଜିଙ୍କୁ ଆକ୍ରମଣ କରିଥିବା ଅଭିଯୋଗରେ ପୁରେ ପ୍ରଧାନ , ମାନସିଂ ପ୍ରଧାନ ଓ ସାନ୍ଦରା ପ୍ରଧାନକୁ ଗିରଫ କରଛି। ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇ ଥିବା ଥାନା ଅଧିକାରୀ କୌଶିକ ମାଝି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri