ଗତି ବଢ଼ାଇ ସ୍ଥଳଭାଗ ମୁହାଁ ଅମ୍ଫନ: ପାରାଦୀପଠାରୁ ୩୫୦ କିମି ଦୂରରେ; ଲ୍ୟାଣ୍ଡଫଲ୍‌ ବେଳେ ୧୮୫ କିମି ରହିବ ପବନର ବେଗ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅମ୍ଫନ୍‌’ ପ୍ରଥମେ ମହାବାତ୍ୟା ଏବଂ ଏବେ ଅତିଭୀଷଣ ବାତ୍ୟାରେ ପରିଣତ ହୋଇସାରିଲାଣି। ଏବେ ଏହା ପାରାଦୀପଠାରୁ ୩୫୦ କିମି ଏବଂ ଦୀଘାରୁ ୫୧୦ କିମି ଦୂରରେ ରହିଛି। ଗତ ୬ ଘଣ୍ଟା ମଧ୍ୟରେ ବାତ୍ୟା ‘ଅମ୍ଫନ୍‌’ ଗତି ବଢ଼ାଇଛି। ଏବେ ଏହା ଘଣ୍ଟାକୁ ୧୮ କିଲୋମିଟର ବେଗରେ ଗତି କରୁଛି। ଏହା ପରେ ବାତ୍ୟା ଦକ୍ଷିଣ, ଦକ୍ଷିଣ-ପୂର୍ବକୁ ଗତି କରି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳଦେଇ ସୁନ୍ଦରବନ ନିକଟରେ ସ୍ଥଳଭାଗ ଛୁଇଁବାର ଆକଳନ କରାଯାଉଛି। ୨୦ ତାରିଖ ଅପରାହ୍ନ-ସନ୍ଧ୍ୟା ମଧ୍ୟରେ ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ୧୫୫-୧୬୫ କିମି ରହିବ। ଏହା ୧୮୫ କିମି ପର୍ଯ୍ୟନ୍ତ ବଢ଼ିପାରେ। ଗୋପାଳପୁର-ପାରାଦୀପଠାରେ ଏହାର ଗତିବିଧି ଉପରେ ନଜର ରଖାଯାଇଛି।

ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଉଥିବା ସୂଚନା ଅନୁଯାୟୀ, ସକାଳ ୮.୩୦ ପରଠାରୁ ଏହାର ଗତିପଥ ସମାନ ରହିଛି। ଆଜି ସନ୍ଧ୍ୟାରୁ ରାତି ଭିତରେ ଓଡ଼ିଶା ଉପକୂଳରେ ବର୍ଷା ଓ ପବନ ହେବ। ପ୍ରାୟତଃ ୫୦-୬୫, ୭୦-୭୫ କିମି ରହିବ। ବୁଧବାର ସକାଳୁ ପବନର ବେଗ ବଢ଼ିବ। ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଏହାର ପ୍ରଭାବ ଅଧିକ ରହିବ। ସେଠାରେ ୧୦୦-୧୧୦ କିମି ପର୍ଯ୍ୟନ୍ତ ରହି ୧୨୫ କିମି ପର୍ଯ୍ୟନ୍ତ କଷ୍ଟିଂ ସ୍ପିଡ୍‌ ରହିବ ବୋଲି ଏସ୍‌ଆର୍‌ସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri