Posted inଜାତୀୟ

ଗତ ୪ ବର୍ଷରେ କେତେ ଚାଷୀ କରିଛନ୍ତି ଆତ୍ମହତ୍ୟା: ରେକର୍ଡ ସରକାରଙ୍କ ପାଖରେ ନାହିଁ

ନୂଆଦିଲ୍ଲୀ,୯।୭: ଗତ ୪ ବର୍ଷ ମଧ୍ୟରେ ଦେଶରେ କେତେ ଚାଷୀ ଆତ୍ମହତ୍ୟା କରିଛନ୍ତି ଏହାର ରେକର୍ଡ ସରକାରଙ୍କ ପାଖରେ ନାହିଁ। ଏନେଇ ଏକ ପ୍ରଶ୍ନର ଉତ୍ତରରେ ଲୋକ ସଭାରେ କୃଷିମନ୍ତ୍ରୀ ପୁରୁଷୋତ୍ତମ ରୁପାଲା ସୂଚନା ଦେଇଛନ୍ତି। ୨୦୧୫ ପରଠାରୁ ସରକାରଙ୍କ ପାଖରେ ଏ ସମ୍ପର୍କିତ କୌଣସି ତଥ୍ୟ ନ ଥିବା ସେ କହିଛନ୍ତି। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ନିକଟରେ କିଛି ରାଜ୍ୟର ଚାଷୀ ଆତ୍ମହତ୍ୟା ତଥ୍ୟ ପହଞ୍ଚି ନ ଥିବାରୁ ରେକର୍ଡ ଉପଲବ୍ଧ ହୋଇପାରି ନ ଥିବା ସେ କହିଛନ୍ତି। ତେବେ କଂଗ୍ରେସ ସଦସ୍ୟ ତରୁଣ ଗୋଗୋଇ ସରକାର ଜାଣିଶୁଣି ଏହି ତଥ୍ୟ ଲୁଚାଉଥିତ୍ବା ଅଭିଯୋଗ ଆଣିଛନ୍ତି। ଗତବର୍ଷ ଲୋକ ସଭାରେ ଉପସ୍ଥାପିତ ହୋଇଥିବା ତଥ୍ୟ ଅନୁସାରେ ୨୦୧୬ରେ ୬, ୩୫୧ ଜଣ ଚାଷୀ ଆତ୍ମହତ୍ୟା କରିଥିଲେ। ଅର୍ଥାତ୍‌ ପ୍ରତିଦିନ ହାରାହାରି ୧୭ ଜଣ ଚାଷୀ ଆତ୍ମହତ୍ୟା କରିଥିଲେ। ଅପରପକ୍ଷରେ ୨୦୧୫ରେ ୮,୦୦୭ ଜଣ ଚାଷୀ ଆତ୍ମହତ୍ୟା କରିଥିଲେ। ଅର୍ଥାତ୍‌ ପ୍ରତିଦିନ ହାରାହାରି ୨୨ ଜଣ ଚାଷୀ ଆତ୍ମହତ୍ୟା କରିଥିଲେ। ମାତ୍ର କେନ୍ଦ୍ର ସରକାରଙ୍କ ପାଖରେ ୨୦୧୬ରୁ ୨୦୧୯ ପର୍ଯ୍ୟନ୍ତ ତଥ୍ୟ ନ ଥିବା ମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ଥଇଥାନ ଏବଂ ରିଲିଫ୍‌ ବିଭାଗ ଅନୁସାରେ ୨୦୧୫ରୁ ୨୦୧୮ ମଧ୍ୟରେ କେବଳ ମହାରାଷ୍ଟ୍ରରେ ୧୨,୦୦୪ ଜଣ ଚାଷୀ ଆତ୍ମହତ୍ୟା କରିଥିଲେ। ସେହିପରି ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ଅନୁସାରେ ମହାରାଷ୍ଟ୍ରରେ ୨୦୧୦ରୁ ୨୦୧୪ ମଧ୍ୟରେ ୮,୦୦୯ ଜଣ ଚାଷୀ ଆତ୍ମହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri