ଗବେଷକ ସୁରେନ୍ଦ୍ର କୁମାର ମିଶ୍ରଙ୍କୁ ଗଙ୍ଗାଧର ବଳ ସ୍ମୃତି ସମ୍ମାନ

କଟକ ଅଫିସ, ୨୦ା୧୦: କଟକ ଶ୍ରୀରାମଚନ୍ଦ୍ର ଭବନଠାରେ ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ଶନିବାର ପ୍ରଫେସର ଗଙ୍ଗାଧର ବଳ ସ୍ମୃତି ସନ୍ଧ୍ୟା ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ତରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ପ୍ରାବନ୍ଧିକ ଓ ସାହିତ୍ୟ ସମାଲୋଚକ ପ୍ରଫେସର ବୈଷ୍ଣବ ଚରଣ ସାମଲ ଯୋଗଦେଇ ପ୍ରଫେସର ଗଙ୍ଗାଧର ବଳଙ୍କ ସାଧନାମୟ ଜୀବନ ଓ ସାହିତ୍ୟ ପ୍ରତି ଅଙ୍ଗୀକାର ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଅବସରରେ ଶ୍ରୀଜଗନ୍ନାଥ ସାହିତ୍ୟ-ସଂସ୍କୃତି ଗବେଷକ ଡକ୍ଟର ସୁରେନ୍ଦ୍ର କୁମାର ମିଶ୍ରଙ୍କୁ ପ୍ରଫେସର ଗଙ୍ଗାଧର ବଳ ସ୍ମୃତି ସମ୍ମାନରେ ସମ୍ମାନିତ କରାଯାଇଥିଲା। ଉତ୍କଳ ସାହିତ୍ୟ ସମାଜର ଉପସଭାପତି ସଞ୍ଜିତ କୁମାର ପଟ୍ଟନାୟକ ସ୍ବାଗତ ଭାଷଣ, ସାଧାରଣ ସମ୍ପାଦକ ମୀନାକ୍ଷୀ ଦେବୀ ପ୍ରାରମ୍ଭିକ ସୂଚନା ପ୍ରଦାନ, କାର୍ଯ୍ୟନିର୍ବାହିକା ସମିତି ସଭ୍ୟ ଜୀବନାନନ୍ଦ ଅଧିକାରୀ ଅତିଥିମାନଙ୍କୁ ମଞ୍ଚ ଆମନ୍ତ୍ରଣ, ବିଜୟଲକ୍ଷ୍ମୀ ନାୟକ ମାନପତ୍ର ପାଠ ଓ କୋଷାଧ୍ୟକ୍ଷ ଶିବାଶିଷ କର ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri