ଗରିବଙ୍କୁ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ବଣ୍ଟନ

ଗୁଡଭେଲା,୨।୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ତୁଷୁରା ଓ ଗୁଡଭେଲା ସହର ସମେତ ଆଖ ପାଖ ଅଞ୍ଚଳ କରୋନା ପାଇଁ ଲକ୍‌ ଡାଉନ୍‌ ରହିଛି। ଲୋକେ ଖାଇବାକୁ ହଇରାଣ ହେଉଛନ୍ତି। ଏଣୁ ତୁଷୁରା ସହରର ମାରୱାଡି ଯୁବା ମଞ୍ଚ, ଜାଗୃତି ଶାଖା ଓ ରିହାଇ ସଂଗଠନ ପକ୍ଷରୁ ବିଭିନ୍ନ ଅସହାୟ ଲୋକଙ୍କୁ ଚାଉଳ, ଡାଲି, ଆଳୁ, ଚିନି, ତେଲ ଆଦି ବଣ୍ଟନ କରାଯାଇଛି। ଗୁରୁବାର ଯୁବା ମଞ୍ଚ ଓ ଜାଗୃତି ଶାଖା ପକ୍ଷରୁ ତୁଷୁରା ଏନଏସି ଅଧୀନ କପସିଲା ଗ୍ରାମର ହାସ୍ୟ ସାହୁ, ସିଂଗ ମାଝୀ, ଲତା ରଣା, ନାଥ ରଣା, କୁଦା ବାରିକ, ଛେଲିଆ ବାରିକ, ରଜପାଲ ରଣା, ନାଡୁ ଜାନି ପ୍ରମୁଖ ଅସହାୟ ଲୋକଙ୍କୁ ଏହା ବଣ୍ଟନ କରାଯାଇଛି। ସେହିପରି ସମରା ପଞ୍ଚାୟତର ଲୁର୍କୀ ଗ୍ରାମର ଉପାସି ଚନ୍ଦନ, ମନଦେଇ ବକୁଳ, ରତକା ବକୁଳ, ଭଗବତୀ ଭୋଇଙ୍କୁ ମଧ୍ୟ ଏହି ସବୁ ଜିନିଷ ବଣ୍ଟନ କରାଯାଇଛି। ମଞ୍ଚ ଅଧ୍ୟକ୍ଷ ମନୋଜ ଜୈନ, ରିହାଇ ସଂଗଠନର ନିର୍ଦ୍ଦେଶକ ରୁଣୁଗୋପାଳ ସାହୁ, ସଂପାଦକ ସଙ୍ଗୀତ ଜୈନ, ଜାଗୃତି ଶାଖାର ଅଧ୍ୟକ୍ଷା ବବଲି ଜୈନ, ମୀରା କେଡିଆ, ରିଙ୍ଗି ଅଗ୍ରୱାଲ ମନୀଷ ଅଗ୍ରୱାଲ, ପିମ୍ପଲ ନାୟକ ପ୍ରମୁଖ ଏହାର ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri