ଗରିବଙ୍କୁ ଅବହେଳା ପ୍ରତିବାଦରେ ପଦଯାତ୍ରା

ବ୍ରହ୍ମପୁର ଅଫିସ,୬ା୬- କରୋନା ମୁକାବିଲା ପାଇଁ ଲାଗୁ ହୋଇଥିବା ଲକ୍‌ଡାଉନରେ ଗରିବ ଓ ପ୍ରବାସୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏମାନଙ୍କ ପ୍ରତି ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଅବହେଳା କରାଯାଉଥିବା ପ୍ରତିବାଦରେ ଶୁକ୍ରବାର ନାଗରିକ ସାମ୍ମୁଖ୍ୟ ପକ୍ଷରୁ ପଦଯାତ୍ରା କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦକ୍ଷିଣାଞ୍ଚଳ ଆର୍‌ଡିସିଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ପୁରୁଣା ବସଷ୍ଟାଣ୍ଡରୁ ପଦଯାତ୍ରା ବାହାରି ଆରଡିସିଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା। ସେଠାରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦିଆଯାଇଥିବା ଦାବିପତ୍ରରେ ପ୍ରବାସୀ ଶ୍ରମିକଙ୍କୁ ୧୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରିବା, ପ୍ରବାସୀଙ୍କ ସମେତ ସମସ୍ତ ଗରିବଙ୍କୁ ବର୍ଷତମାମ ନିଯୁକ୍ତି ଯୋଗାଇବା, ଲକ୍‌ଡାଉନ୍‌ ଆରମ୍ଭ ଠାରୁ ଦୁଇମାସ ପର୍ଯ୍ୟନ୍ତ ବିଦ୍ୟୁତ ଶୁଳ୍କ ଛାଡ, ଅଚଳ ହୋଇପଡିଥିବା ଚିନିକଳ, ଲୁଗାକଳ, ଝୋଟ କଳ, କାଗଜ କଳ ଆଦିକୁ କାର୍ଯ୍ୟକ୍ଷମ କରିବା, ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷା ଅନୁଷ୍ଠାନର ଛାତ୍ରୀଛାତ୍ରଙ୍କ ଫି’ ଛାଡ କରିବା, ଏମ୍‌ଜିଏନଆର୍‌ଇଜିଏସରେ ସର୍ବନିମ୍ନ ମଜୁରୀ ୩ ଶହ ଟଙ୍କାକୁ ବୃଦ୍ଧି କରିବା ଆଦି ଉଲ୍ଲେଖ କରାଯାଇଥିଲା। ନାଗରିକ ସାମ୍ମୁଖ୍ୟର ଆବାହକ ଭଗବାନ ସାହୁ, ଭାଲଚନ୍ଦ୍ର ଷଡ଼ଙ୍ଗୀ, ଶଙ୍କର ସାହୁ, ସୋମନାଥ ବେହେରା, ଅବନୀ ଗୟା ପ୍ରମୁଖଙ୍କ ସମେତ ବିଭିନ୍ନ ସାମାଜିକ ସଂଗଠନ ଓ ବୁଦ୍ଧଜୀବୀ ପଦଯାତ୍ରାରେ ସାମିଲ ହୋଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri