ଗରିବଙ୍କୁ ଅବହେଳା ପ୍ରତିବାଦରେ ପଦଯାତ୍ରା

ବ୍ରହ୍ମପୁର ଅଫିସ,୬ା୬- କରୋନା ମୁକାବିଲା ପାଇଁ ଲାଗୁ ହୋଇଥିବା ଲକ୍‌ଡାଉନରେ ଗରିବ ଓ ପ୍ରବାସୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏମାନଙ୍କ ପ୍ରତି ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଅବହେଳା କରାଯାଉଥିବା ପ୍ରତିବାଦରେ ଶୁକ୍ରବାର ନାଗରିକ ସାମ୍ମୁଖ୍ୟ ପକ୍ଷରୁ ପଦଯାତ୍ରା କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦକ୍ଷିଣାଞ୍ଚଳ ଆର୍‌ଡିସିଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ପୁରୁଣା ବସଷ୍ଟାଣ୍ଡରୁ ପଦଯାତ୍ରା ବାହାରି ଆରଡିସିଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା। ସେଠାରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦିଆଯାଇଥିବା ଦାବିପତ୍ରରେ ପ୍ରବାସୀ ଶ୍ରମିକଙ୍କୁ ୧୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରିବା, ପ୍ରବାସୀଙ୍କ ସମେତ ସମସ୍ତ ଗରିବଙ୍କୁ ବର୍ଷତମାମ ନିଯୁକ୍ତି ଯୋଗାଇବା, ଲକ୍‌ଡାଉନ୍‌ ଆରମ୍ଭ ଠାରୁ ଦୁଇମାସ ପର୍ଯ୍ୟନ୍ତ ବିଦ୍ୟୁତ ଶୁଳ୍କ ଛାଡ, ଅଚଳ ହୋଇପଡିଥିବା ଚିନିକଳ, ଲୁଗାକଳ, ଝୋଟ କଳ, କାଗଜ କଳ ଆଦିକୁ କାର୍ଯ୍ୟକ୍ଷମ କରିବା, ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷା ଅନୁଷ୍ଠାନର ଛାତ୍ରୀଛାତ୍ରଙ୍କ ଫି’ ଛାଡ କରିବା, ଏମ୍‌ଜିଏନଆର୍‌ଇଜିଏସରେ ସର୍ବନିମ୍ନ ମଜୁରୀ ୩ ଶହ ଟଙ୍କାକୁ ବୃଦ୍ଧି କରିବା ଆଦି ଉଲ୍ଲେଖ କରାଯାଇଥିଲା। ନାଗରିକ ସାମ୍ମୁଖ୍ୟର ଆବାହକ ଭଗବାନ ସାହୁ, ଭାଲଚନ୍ଦ୍ର ଷଡ଼ଙ୍ଗୀ, ଶଙ୍କର ସାହୁ, ସୋମନାଥ ବେହେରା, ଅବନୀ ଗୟା ପ୍ରମୁଖଙ୍କ ସମେତ ବିଭିନ୍ନ ସାମାଜିକ ସଂଗଠନ ଓ ବୁଦ୍ଧଜୀବୀ ପଦଯାତ୍ରାରେ ସାମିଲ ହୋଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri