ଗରିବଙ୍କ ଆକାଉଣ୍ଟକୁ ଟଙ୍କା ପଠାଅ: ନିରଞ୍ଜନ

ଭୁବନେଶ୍ୱର,୧୬ା୫ (ବ୍ୟୁରୋ): ‘ଆତ୍ମନିର୍ଭର ଭାରତ’ ପାଇଁ କେନ୍ଦ୍ର ସରକାର ପ୍ରତିଦିନ ପ୍ୟାକେଜ ଘୋଷଣା କରୁଛନ୍ତି। ହେଲେ ଏହା ଏକ ଋଣ ବିକ୍ରି ବିଜ୍ଞାପନ କହିଲେ ଅତ୍ୟୁକ୍ତି ହେବ ନାହିଁ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି।
ଶୁକ୍ରବାର ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ନିରଞ୍ଜନ କହିଛନ୍ତି ଯେ, ପ୍ରତିଦିନ କିଛି ପ୍ରଚାର କରିବା ହେଲା କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟ। ଯେତିକି ପ୍ୟାକେଜ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଘୋଷଣା କରିଛନ୍ତି ସେଥିରୁ ମନେହେଉଛି ୯୦ରୁ ୯୫ ପ୍ରତିଶତ ଋଣ ଏବଂ ୫ ରୁ ୧୦ ପ୍ରତିଶତ ସାହାଯ୍ୟ। ସରକାର ନିଜେ କହିଛନ୍ତି, ଦେଶରେ ୮କୋଟି ପ୍ରବାସୀ ଶ୍ରମିକ ଅଛନ୍ତି। ଏତଦ୍‌ବ୍ୟତୀତ ସହର ଓ ଗଁ। ଗଣ୍ଡାରେ କିଛି ବିନା ରାଶନ କାର୍ଡଧାରୀ ଅଛନ୍ତି। ଏପରି ବ୍ୟକ୍ତିଙ୍କର ୧୦ କେଜି ଚାଉଳ ଓ ୨ କେଜି ଡାଲିରେ ଦୁଃଖ ଯିବକି ବୋଲି ନିରଞ୍ଜନ ପ୍ରଶ୍ନ କରିଛନ୍ତି। ସେହିପରି ରାସ୍ତାକଡର ଛୋଟ ଦୋକାନୀମାନଙ୍କ ରୋଜଗାର ୨ ମାସ ହେଲା ନାହିଁ। ଯଦି ସାହାଯ୍ୟ ମନୋବୃତ୍ତି ଅଛି ସେମାନଙ୍କ ଆକାଉଣ୍ଟକୁ ସିଧାସଳଖ ୫୦୦୦ରୁ ୭,୫୦୦ ଟଙ୍କା ପଠାନ୍ତୁ। ତା’ହେଲେ ସେମାନେ ଚଳିବେ, ବ୍ୟବସାୟ କରିବେ ଏବଂ ଟଙ୍କା ବଜାରକୁ ଆସିବ। ଏହା ନ ହେଲେ ଆଗକୁ ସେମାନଙ୍କ ଅବସ୍ଥା ଆହୁରି ଭୟାନକ ହେବ ବୋଲି ନିରଞ୍ଜନ କହିଛନ୍ତି। ସେହିପରି ଖବରଦାତାମାନେ ଯେଉଁଭଳି ନିଜ ଜୀବନକୁ ବାଜି ଲଗାଇ ଦିନରାତି କୋଭିଡ୍‌-୧୯ ଖବର ପରିବେଷଣ କରୁଛନ୍ତି, ତାହାକୁ ଯେତେ ପ୍ରଶଂସା କଲେ ବି ଊଣା ପଡ଼ିବ। ତେଣୁ ଖବରଦାତାମାନଙ୍କ ପାଇଁ ୧୫ ଲକ୍ଷ ନୁହେଁ ବରଂ ୫୦ ଲକ୍ଷ ଟଙ୍କାର ବୀମା ସହାୟତା ପ୍ରଦାନ କରାଯାଉ ବୋଲି ନିରଞ୍ଜନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri