ଗରିବ ଓ ଅସହାୟଙ୍କୁ ଚାଉଳ, ଡାଲି ବାଣ୍ଟିଲେ ବିଧାୟକ

ଭଦ୍ରକ ଅଫିସ,୧୪।୪: କରୋନା ମହାମାରୀ ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ରାଜ୍ୟରେ ଏପ୍ରିଲ ୩୦ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିଯୋଗୁଁ ରାଜ୍ୟରେ ଅନେକ ପରିବାର ମୁଠେ ଖାଇବା ପାଇଁ ସଂଗ୍ରାମ କରୁଛନ୍ତି। ଅନ୍ୟପଟେ ରାଜ୍ୟବାସୀ ଯେପରି ଭୋକିଲା ନ ରୁହନ୍ତି ସେଥିପ୍ରତି ମୁଖ୍ୟମନ୍ତ୍ରୀ ସଜାଗ ହେବା ସହ ଅଧିକାରୀଙ୍କୁ ତାଗିଦ୍‌ ମଧ୍ୟ କରିଛନ୍ତି। ସମସ୍ତ ସରକାରୀ ଯୋଜନା ମାଧ୍ୟମରେ ସେମାନଙ୍କୁ ରନ୍ଧା ଖାଦ୍ୟଠାରୁ ଆରମ୍ଭ କରି ଭତ୍ତା ଓ ଟଙ୍କା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଯେଉଁମାନେ ଏଥିରୁ ବଞ୍ଚିତ ହୋଇଛନ୍ତି ସେମାନଙ୍କ ପାଇଁ ବିଧାୟକମାନେ ନିଜ ପ୍ରଚେଷ୍ଟାରେ ଖାଦ୍ୟ ବ୍ୟବସ୍ଥା କରୁଥିବା ଦେଖିବାକୁ ମିଳୁଛି। ଏପରିସ୍ଥଳେ ଭଦ୍ରକ ପୌରପାଳିକା ଅଧିନସ୍ଥ ୩୦ଟି ୱାର୍ଡରେ ଯେଉଁମାନେ ସରକାରୀ ଯୋଜନାରୁ ବଞ୍ଚିତ ହୋଇଛନ୍ତି କିମ୍ବା ସେମାନଙ୍କ ପାଖରେ ରାଶନ କାର୍ଡ ନାହିଁ ସେଭଳି ଗରିବ ଓ ଅସହାୟ ପରିବାରଙ୍କୁ ଭଦ୍ରକ ବିଧାୟକ ସହାୟତାର ହାତ ବଢ଼ାଇଛନ୍ତି। ବିଧାୟକ ସଞ୍ଜୀବ କୁମାର ମଲ୍ଲିକ ସେମାନଙ୍କୁ ୧୦ କେଜି ଚାଉଳ ଏବଂ ଡାଲି ଯୋଗାଇ ଦେଇଛନ୍ତି। ମଙ୍ଗଳବାର ପ୍ରଥମ ପର୍ଯ୍ୟାୟରେ ହଜାରେରୁ ଊର୍ଦ୍ଧ୍ୱ ଗରିବ ପରିବାରଙ୍କ ପାଇଁ ବିଭିନ୍ନ ୱାର୍ଡରେ ରାଶନର ବ୍ୟବସ୍ଥା କରାଯାଇଥିବା ବେଳେ ଏହା ପର୍ଯ୍ୟାୟ କ୍ରମେ ଜାରି ରହିବ ବୋଲି ବିଧାୟକ ମଲ୍ଲିକ କହିଛନ୍ତି । ତେବେ ରାଶନ ନେବା ସମୟରେ ସମସ୍ତେ ସାମାଜିକ ଦୂରତ୍ୱକୁ ମାନି ଚଳିବା ପାଇଁ ବିଧାୟକ ସମସ୍ତଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

ପିଲାଦିନର ବନ୍ଧୁଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଲେ ବାଚସ୍ପତି: ପରିବାର ଲୋକଙ୍କୁ ଭେଟି କହିଲେ…

ନୂଆଦିଲ୍ଲୀ,୩।୭: କୋଟା-ବୁନ୍ଦିର ଏମ୍‌ପି ତଥା ଲୋକ ସଭା ବାଚସ୍ପତି ଓମ ବିର୍ଲା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ସେ…

ପ୍ରଧାନମନ୍ତ୍ରୀ ମୋଦି ଅମରନାଥ ଯାତ୍ରୀଙ୍କୁ ଲେଖିଲେ ଚିଠି, ୫ ପ୍ରତିଜ୍ଞା ନେବାକୁ କଲେ ଅନୁରୋଧ

ନୂଆଦିଲ୍ଲୀ,୩।୭: ଶୁକ୍ରବାର ଅମରନାଥ ଯାତ୍ରା ଆରମ୍ଭ ହୋଇଛି। ପ୍ରଥମ ଦଳରେ ଶହ ଶହ ତୀର୍ଥଯାତ୍ରୀ ‘ବାବା ବର୍ଫାନୀ’ଙ୍କ ଆଶୀର୍ବାଦ ନେବାକୁ ବାହାରିଛନ୍ତି। ଏହି ଅବସରରେ, ପ୍ରଧାନମନ୍ତ୍ରୀ ମୋଦି…

EPF ଖାତାଧାରୀଙ୍କ ପାଇଁ ବଡ଼ ଖବର! ୧୮୦୦ରୁ ଅଧିକ ଜମା ଆଉ ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ,୩।୭: ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ ନୂତନ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (EPF) ଯୋଜନା-୨୦୨୬ ଅଧୀନରେ ୧୫,୦୦୦ ମାସିକ ମଜୁରୀ ସୀମା ଅତିକ୍ରମ କରିବାକୁ ସ୍ୱେଚ୍ଛାକୃତ କରିଛି।…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ ଘାଇକୁ ଖସିଲା ବସ୍, ୪୦ମୃତ

ଇସଲାମବାଦ୍,୩ା୭: ଶୁକ୍ରବାର ସକାଳେ ପାକିସ୍ତାନର ଦକ୍ଷିଣ-ପଶ୍ଚିମ ଭାଗରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଅତି କମରେ ୪୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri