ଗରିବ ପଦ୍ମଶ୍ରୀଙ୍କୁ ଆର୍ଥିକ ସହାୟତା

ଭୁବନେଶ୍ୱର, ୯।୭ (ବ୍ୟୁରୋ): ପଦ୍ମଶ୍ରୀ ସମ୍ମାନ ପାଇଥିବା ରାଜ୍ୟର ଗରିବ ବ୍ୟକ୍ତିମାନଙ୍କୁ ମାସିକ ୧୦ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବେ ରାଜ୍ୟ ସରକାର। ସଂସ୍କୃତି ବିଭାଗର ଏଭଳି ମହତ୍ତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ଏହି ସହାୟତା ପାଇଁ ଯୋଗ୍ୟ ବ୍ୟକ୍ତିତ୍ବଙ୍କ ମାନଦଣ୍ଡ ନିର୍ଦ୍ଧାରଣ କରିବାକୁ ମଧ୍ୟ କୁହାଯାଇଛି। ସୂଚନାଯୋଗ୍ୟ, କିଛିଦିନ ତଳେ ପଦ୍ମଶ୍ରୀ ସମ୍ମାନପ୍ରାପ୍ତ ଦୈତାରୀ ନାୟକଙ୍କ ବିଷୟରେ ଗଣମାଧ୍ୟମରେ ଏକ ଖବର ପ୍ରକାଶ ପାଇଥିଲା। ତାଙ୍କର ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନ ଥିବାରୁ ସହାୟତା ଲାଗି ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଶାର ସମସ୍ତ ପଦ୍ମଶ୍ରୀ ସମ୍ମାନପ୍ରାପ୍ତ ବ୍ୟକ୍ତିତ୍ବଙ୍କ ସମ୍ବନ୍ଧରେ ତଥ୍ୟ ସଂଗ୍ରହ କରାଯାଇଥିଲା। ଜିଲାପାଳମାନଙ୍କଠାରୁ ପ୍ରାପ୍ତ ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ୮୪ଜଣ ବ୍ୟକ୍ତି ପଦ୍ମଶ୍ରୀ ସମ୍ମାନ ପାଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ ଜଣଙ୍କର ଦେହାନ୍ତ ହୋଇସାରିଛି। ଅବଶିଷ୍ଟ ଯେଉଁମାନେ କର୍ମମୟ ଜୀବନଯାପନ କରୁଛନ୍ତି, ସେମାନଙ୍କ ମଧ୍ୟରୁ ଅଳ୍ପ କେତେଜଣଙ୍କର ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନୁହେଁ ବୋଲି ଜଣାପଡ଼ିଛି। ଏଭଳି ଆର୍ଥିକ ଦୁରବସ୍ଥାସମ୍ପନ୍ନ ବ୍ୟକ୍ତିତ୍ବମାନଙ୍କର ଦୈନନ୍ଦିନ ଭରଣପୋଷଣ ପାଇଁ ମୁଖ୍ୟମନ୍ତ୍ରୀ ଉପରୋକ୍ତ ନିଷ୍ପତ୍ତି ନେଇଛନ୍ତି। ଖୁବ୍‌ଶୀଘ୍ର ସେମାନଙ୍କୁ ଆର୍ଥିକ ସହାୟତା ଦିଆଯିବ। ଏହାଦ୍ବାରା ଦୈତାରୀ ନାୟକଙ୍କ ପରି ପଦ୍ମଶ୍ରୀ ସମ୍ମାନପ୍ରାପ୍ତ ବ୍ୟକ୍ତିମାନଙ୍କର ଆର୍ଥିକ ଅବସ୍ଥାରେ ଉନ୍ନତି ଆସିପାରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri