ଗରିବ, ବୁଲା ଗୋରୁଙ୍କୁ ଖାଦ୍ୟ ଯୋଗଉଛନ୍ତି ସ୍ବେଚ୍ଛାସେବୀ

ଖୋର୍ଦ୍ଧା ଅଫିସ,୪ା୪ : ବିଶ୍ୱରେ କରୋନା ଭୂତାଣୁ ଆତଙ୍କ ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ ସାରା ଦେଶରେ ଲକଡାଉନ ଚାଲିଥିବାବେଳେ ଅନେକ ଗରିବ, ନିରାଶ୍ରୟ, ଦିନମଜୁରିଆମାନେ ଖାଦ୍ୟ ନ ପାଇ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ସମୟରେ ଅସହାୟ, ବୃଦ୍ଧାବୃଦ୍ଧ ଏବଂ ଗୋରୁଙ୍କ ମୁଖରେ ଦାନା ଲାଗି ଅଣ୍ଟା ଭିଡିଛନ୍ତି ଖୋର୍ଦ୍ଧା ଅଞ୍ଚଳର ସ୍ବେଚ୍ଛାସେବୀ ଅନୁଷ୍ଠାନ। ନିଜସ୍ବ ପ୍ରଚେଷ୍ଟାରେ ରନ୍ଧାଖାଦ୍ୟ ପ୍ରସ୍ତୁତ କରି ଲୋକଙ୍କୁ ଖାଇବାକୁ ପ୍ରଦାନ କରୁଛନ୍ତି। ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ଉତ୍କଳ ଦିବସଠାରୁ ରବିବାର ପର୍ଯ୍ୟନ୍ତ ୫ଦିନ ବ୍ୟାପୀ ବସ୍ତି ଅଞ୍ଚଳରେ ରନ୍ଧାଖାଦ୍ୟ ଓ ସାନିଟାଇଜର, ମାସ୍କ ବଣ୍ଟନ କରିଥିଲେ। ସେହିପରି ଖୋର୍ଦ୍ଧା ବିକାଶ ପରିଷଦ ପକ୍ଷରୁ ସହରରେ ଦୈନିକ ୨ଶହ ଜନସାଧାରଣଙ୍କୁ ରନ୍ଧାଖାଦ୍ୟ ସହ ବୁଲା ଗୋରୁଙ୍କୁ କୁଣ୍ଡା, ଚୋକଡ, ପରିବା ଚୋପା ସଂଗ୍ରହ କରି ଦେଉଛନ୍ତି। ପରିଷଦର ବରିଷ୍ଠ କର୍ମକର୍ତ୍ତା ଶକ୍ତିଶଙ୍କର ମିଶ୍ର, ଦୟାନିଧି ରାଉତରାୟ, ମିହିର ବିଧାର, ନିକୁଞ୍ଜ ପଟ୍ଟନାୟକ, ଶୋଭନ ଶେଖର ଘୋଷ, ସୁବାସ ଆଚାର୍ଯ୍ୟ, ମନ୍ମୟ ମିଶ୍ର, ସୁଭାଂଶୁ ଶେଖର ସାମନ୍ତରାୟ ପ୍ରମୁଖ ଏଥିରେ ସାମିଲ ହୋଇଛନ୍ତି। ସେହପରି ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ ଖୋର୍ଦ୍ଧା ନଗର ସେବା ବିଭାଗ ପକ୍ଷରୁ ନିରାଶ୍ରୟଙ୍କୁ ଶୁଖିଲା ଖାଦ୍ୟ ପ୍ରଦାନ କରୁଛନ୍ତି। ସେହିଭଳି ଅନ୍ୟ କେତେଜଣ ସ୍ବେଚ୍ଛାସେବୀ ନିଜସ୍ବ ପ୍ରଚେଷ୍ଟାରେ ସେବା କରୁଥିବା ନଜରକୁ ଆସିଛି। ପୌର ପରିଷଦ ପକ୍ଷରୁ ଦୈନିକ ୧୫୦ରୁ ଉର୍ଦ୍ଧ୍ୱ ଲୋକଙ୍କୁ ଶୁଖିଲା ଓ ରନ୍ଧା ଖାଦ୍ୟ ପ୍ରଦାନ କରାଯାଉଛି ବୋଲି କାଯର୍‌ୟନିର୍ବାହୀ ଶ୍ୱେତପଦ୍ମା ଶତପଥୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଫେରାଇଲେ ଡ୍ରାଇଭର, ପ୍ରଶଂସା କରି ଲୋକେ କହିଲେ…

ପୁରୀ,୨୭ା୬(ଅଜିତ କୁମାର ମହାନ୍ତି): କାର୍‌ରେ ଯାତ୍ରୀ ଛାଡ଼ିଯାଇଥିବା ପ୍ରାୟ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା ଭର୍ତ୍ତି…

ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୪ ଜଣଙ୍କୁ ବାନ୍ଧିଲା ପୋଲିସ

ବଞ୍ଚୋ/ହାଟଡିହୀ/ଛେନାପଦୀ,୨୭ା୬(ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଏବଂ ଆନନ୍ଦପୁର ଏସ୍‌ଡିପିଓ ଚଢ଼ାଉ କରି ୧୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଏଥିରେ…

କାର୍‌କୁ ଧକ୍କା ଦେଇ ଓଲଟିଲା ଟାୟାର ବୋଝେଇ ଟ୍ରକ୍‌, ଡ୍ରାଇଭରଙ୍କ ସମେତ…

ମୋହନା,୨୭ା୬(ମନ୍ମଥ ମିଶ୍ର): କାର୍‌କୁ ଧକ୍କା ଦେଇ ଓଲଟି ପଡ଼ିଛି ଟାୟାର ବୋଝେଇ ଟ୍ରକ୍‌। ଡ୍ରାଇଭରଙ୍କ ସମେତ ୫ ଆହତ ହୋଇଛନ୍ତି। ଗଜପତି ଜିଲା ଅଡ଼ବା ଥାନା ନାଳାଘାଟ…

ବିରାଟ କୋହଲି ହଠାତ ଟେଷ୍ଟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ହେଲା ବଡ଼ ଖୁଲାସା…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟର ‘ରନ ମେଶିନ’ ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ପ୍ରାୟ ବର୍ଷେରୁ ଅଧିକ ସମୟ ବିତିଗଲାଣି। ହେଲେ ଆଜି ବି ପ୍ରଶଂସକଙ୍କ…

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି।…

ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!

ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି।…

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…

ପୁଣି ଧକ୍କା ଦେଲା ଆମବସ୍‌, ରଙ୍ଗ୍‌ରୁଟ୍‌ରେ ଆସି ବାପ-ଝିଅଙ୍କୁ…

ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍‌। ପ୍ରତିଦିନ ଆମବସ୍‌ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri