ଗରିବ ହିତାଧିକାରୀଙ୍କୁ ମିଳୁନି ଚାଉଳ: ତଦନ୍ତ ଦାବି

ବାଲିଗୁଡା,୨୮।୫(ଡି.ଏନ.ଏ.)-ଲକଡାଉନ ବେଳେ କେହି ବି ଯେମିତି ଅନାହାରରେ ନ ରହିବେ ତାକୁ ଆଖି ଆଗରେ ରଖି କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ସମସ୍ତେ ହିତାଧିକାରୀଙ୍କୁ ୩ ମାସ ପାଇଁ ମାଗଣାରେ ମୁଣ୍ଡପିଛା ୧୫ କିଲୋଗ୍ରାମ ଚାଉଳ ଓ କାର୍ଡ ପିଛା ୩ କିଲୋଗ୍ରାମ ହରଡ ଡାଲି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ କ.ନୂଆଗାଁ ବ୍ଲକ ବଣ୍ଡଗୁଡ଼ା ପଞ୍ଚାୟତରେ ଏହାର ବ୍ୟତିକ୍ରମ ହୋଇଥିବା ଅଭିଯୋଗ ହୋଇଛି।
ଅଭିଯୋଗ ମୁତାବକ, ପଞ୍ଚାୟତର ପ୍ରଦେଶୀ ପ୍ରଧାନ, ବିସିକେଶନ ନାୟକ, ଅଞ୍ଜୁତା ଦଳବେହେରା, ପ୍ରଭାସିନୀ ସାହୁ, ମୀରା ସାହୁ, ମୀତା ପାତ୍ର, ଅନୁସୂୟା ବିନ୍ଧାଣିଙ୍କ ସମେତ ୩୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ମୁଣ୍ଡ ପିଛା ୧୫ କିଲୋଗ୍ରାମ ଚାଉଳ ବଦଳରେ ରାସନ କାର୍ଡ଼ ପିଛା ୧୫ କିଲୋଗ୍ରାମ ଚାଉଳ ଦିଆଯାଇଛି। ଏ ନେଇ କ.ନୂଆଗାଁ ବ୍ଲକ ପ୍ରଶାସନ ଯୋଗାଣ ଅଧିକାରୀଙ୍କୁ ଅବଗତ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ହିତାଧିକାରୀମାନେ ଅଭିଯୋଗ କରିଛନ୍ତି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ତଦନ୍ତ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

ପିକ୍‌ନିକ୍‌ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍‌ ବଣ

ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri