ଗରିବ ହିତାଧିକାରୀଙ୍କୁ ମିଳୁନି ଚାଉଳ: ତଦନ୍ତ ଦାବି

ବାଲିଗୁଡା,୨୮।୫(ଡି.ଏନ.ଏ.)-ଲକଡାଉନ ବେଳେ କେହି ବି ଯେମିତି ଅନାହାରରେ ନ ରହିବେ ତାକୁ ଆଖି ଆଗରେ ରଖି କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ସମସ୍ତେ ହିତାଧିକାରୀଙ୍କୁ ୩ ମାସ ପାଇଁ ମାଗଣାରେ ମୁଣ୍ଡପିଛା ୧୫ କିଲୋଗ୍ରାମ ଚାଉଳ ଓ କାର୍ଡ ପିଛା ୩ କିଲୋଗ୍ରାମ ହରଡ ଡାଲି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ କ.ନୂଆଗାଁ ବ୍ଲକ ବଣ୍ଡଗୁଡ଼ା ପଞ୍ଚାୟତରେ ଏହାର ବ୍ୟତିକ୍ରମ ହୋଇଥିବା ଅଭିଯୋଗ ହୋଇଛି।
ଅଭିଯୋଗ ମୁତାବକ, ପଞ୍ଚାୟତର ପ୍ରଦେଶୀ ପ୍ରଧାନ, ବିସିକେଶନ ନାୟକ, ଅଞ୍ଜୁତା ଦଳବେହେରା, ପ୍ରଭାସିନୀ ସାହୁ, ମୀରା ସାହୁ, ମୀତା ପାତ୍ର, ଅନୁସୂୟା ବିନ୍ଧାଣିଙ୍କ ସମେତ ୩୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ମୁଣ୍ଡ ପିଛା ୧୫ କିଲୋଗ୍ରାମ ଚାଉଳ ବଦଳରେ ରାସନ କାର୍ଡ଼ ପିଛା ୧୫ କିଲୋଗ୍ରାମ ଚାଉଳ ଦିଆଯାଇଛି। ଏ ନେଇ କ.ନୂଆଗାଁ ବ୍ଲକ ପ୍ରଶାସନ ଯୋଗାଣ ଅଧିକାରୀଙ୍କୁ ଅବଗତ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ହିତାଧିକାରୀମାନେ ଅଭିଯୋଗ କରିଛନ୍ତି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ତଦନ୍ତ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri