ଗର୍ଭବତୀଙ୍କୁ ଗାଡ଼ିଭଡ଼ା କରି ଘରକୁ ପଠାଇଲା ପୋଲିସ  

ଝାରସୁଗୁଡ଼ା ଅଫିସ,୨୨ା୫-କରୋନା ଭୂତାଣୁ ସହ ଲଢ଼େଇ ଯୋଗୁ ସମଗ୍ର ଦେଶରେ ଲକ୍‌ଡାଉନ୍‌ କରାଯାଇଛି। ଏପରିସ୍ଥିତିରେ ବାହାରେ କାର୍ଯ୍ୟ କରୁଥିବା ଲୋକେ ନିଜ ନିଜ ଘରକୁ ଫେରୁଛନ୍ତି। ତେବେ ଏକ ଦମ୍ପତି ମହାରାଷ୍ଟ୍ର ରାଜ୍ୟ ମଲାଡରୁ ୪ ଦିନ ହେବ ବିଭିନ୍ନ ଗାଡିକୁ ଲିଫ୍ଟ ମାଗି ବାଲେଶ୍ୱର ଜିଲା ଭୋଗରାଇକୁ ଫେରୁଥିଲେ। ହେଲେ ସେମାନେ ଶୁକ୍ରବାର ଭୁଲ୍‌ରେ ବାଲେଶ୍ୱର ବଦଳରେ ଝାରସୁଗୁଡ଼ାରେ ପହଞ୍ଚିଥିଲେ। ମହିଳା ଜଣକ ୯ ମାସର ଗର୍ଭବତୀ ଥିବା ପୋଲିସ ଜାଣିବା ପରେ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇ ଚିକିତ୍ସା କରାଇଥିଲା। ଏହା ପରେ ଏକ ଗାଡ଼ି ଭଡା କରି ସ୍ବାମୀ, ସ୍ତ୍ରୀଙ୍କୁ ବାଲେଶ୍ୱର ପଠାଇଛି।
ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳର ଆଶିଷ ମହାନ୍ତି ଓ ତାଙ୍କ ସ୍ତ୍ରୀ ଅର୍ଚ୍ଚନା ମହାନ୍ତି ମହାରାଷ୍ଟ୍ର ରାଜ୍ୟ ମଲାଡ ଅଞ୍ଚଳର ଏକ ଚୁଡି କମ୍ପାନୀରେ କାମ କରୁଥିଲେ। ଲକ୍‌ଡାଉନ୍‌ ଯୋଗୁ ସେମାନେ ସେଠାରେ ଫସି ରହିଥିଲେ। ତାଙ୍କ ପାଖରେ ଟଙ୍କା ସରିଯିବାରୁ ସେମାନେ ନିଜ ଘରକୁ ଯିବା ପାଇଁ ବାହାରିଥିଲେ। ଗତ ମଙ୍ଗଳବାରଠାରୁ ବିଭିନ୍ନ ଗାଡିକୁ ଲିଫ୍ଟ ମାଗି ସେମାନେ ଓଡ଼ିଶା ଆସିଥିଲେ। ହେଲେ ଭୁଲ୍‌ରେ ଶୁକ୍ରବାର ମଧ୍ୟାହ୍ନରେ ଝାରସୁଗୁଡାରେ ପହଞ୍ଚିଥିଲେ। ଏ ନେଇ ଝାରସୁଗୁଡ଼ା ଥାନା ଅଧିକାରୀ ସାବିତ୍ରୀ ବଳ ସୂଚନା ପାଇବା ପରେ ସେମାନଙ୍କୁ ପୋଲିସ ପକ୍ଷରୁ କରାଯାଇଥିବା କ୍ୟାମ୍ପରେ ରଖାଯାଇଥିଲା। ସେଠାରୁ ମେଡିକାଲ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri