ଗର୍ଭବତୀ ନାରୀର ଯତ୍ନ

କିଛିଦିନ ହେବ କେବେ ଅଧିକ ଖରା ତ କେବେ ଦିନ ଦିନ ଲାଗି ରହୁଛି ପ୍ରବଳ ବର୍ଷା। ତେବେ ପାଣିପାଗରେ ଅସ୍ବାଭାବିକ ପରିବର୍ତ୍ତନ ସ୍ବାସ୍ଥ୍ୟ ଉପରେ ପ୍ରଭାବ ପକାଉଛି। ବିଶେଷ କରି ଏଭଳି ବର୍ଷା ଅଧିକ ପ୍ରଭାବିତ କରୁଛି ଭାବୀ ମା’ ମାନଙ୍କୁ। ସେମାନଙ୍କର ରୋଗ ପ୍ରତିରୋଧକ ଶକ୍ତି କମ୍‌ ଥିବାରୁ ବିଭିନ୍ନ ରୋଗ ସଂକ୍ରମଣର ଆଶଙ୍କା ବୃଦ୍ଧି ପାଉଛି। ତେଣୁ ଏ ସମୟରେ ଗର୍ଭବତୀ ନାରୀମାନଙ୍କୁ ଉଭୟ ନିଜ ସହ ଗର୍ଭସ୍ଥ ଶିଶୁ ପାଇଁ ବିଶେଷ ଭାବରେ ସତର୍କ ରହିବା ଆବଶ୍ୟକ…
ସୁଷମ ଖାଦ୍ୟ – ଗର୍ଭବତୀ ନାରୀମାନେ ନିଜ ସହ ଗର୍ଭସ୍ଥ ଶିଶୁର ସ୍ବାସ୍ଥ୍ୟ ପାଇଁ ସୁଷମ ଖାଦ୍ୟ ଖାଇବା ଆବଶ୍ୟକ। ବିଶେଷ କରି ବର୍ଷା ସମୟରେ ସେମାନଙ୍କ ଦେହର ରୋଗ ପ୍ରତିରୋଧକ ଶକ୍ତି କମିଯାଉଥିବାରୁ ଅନେକ ଗୁଡିଏ ଖାଦ୍ୟ ଜନିତ ସଂକ୍ରମଣ ରୋଗ ହୋଇଥାଏ ଯଥା – ଝାଡା, ଜଣ୍ଡିସ୍‌, ଆନ୍ତ୍ରିକ ଜ୍ୱର ଆଦି ହୋଇଥାଏ ା ତେଣୁ ଏ ସମୟରେ ବେଶି ପୁଷ୍ଟିକର ଖାଦ୍ୟ ଖାଇବା ଆବଶ୍ୟକ, ଯାହା ଶରୀରକୁ ଶକ୍ତି ଯୋଗାଇଥାଏ। ଏହାଛଡା ବେଶି ତେଲ, ମସଲାଯୁକ୍ତ, ବାସିଖାଦ୍ୟ ଆଦି ନ ଖାଇ ସଦ୍ୟ ପ୍ରସ୍ତୁତ ଗରମ ଖାଦ୍ୟ ଖାଇବା ସହ ଗରମ ସୁପ୍‌ ପିଇବା ଭଲ ା କାକୁଡି, ଟମାଟୋ ଓ ପିଆଜ ଆଦି ଗରମ ପାଣିରେ ଧୋଇ ସାଲାଡ ପ୍ରସ୍ତୁତ କରିବା ଦରକାର ା ବିଶେଷଭାବରେ ଶାଗଜାତୀୟ ଖାଦ୍ୟ ଯଥା- ପାଳଙ୍ଗଶାଗ, ବିଭିନ୍ନ ପ୍ରକାର ଶାଗ, ବନ୍ଧାକୋବି, ଫୁଲକୋବି ଆଦି ପରିବା ପତ୍ରରେ ଛୋଟ ଛୋଟ ପୋକ ଓ ଜୀବାଣୁ ଥିବାରୁ ଏହାକୁ ରାନ୍ଧିବା ପୂର୍ବରୁ ଗରମ ପାଣିରେ ୩-୪ ଥର ଭଲଭାବେ ଧୋଇବା ଉଚିତ୍‌ ା ଏହି ସମୟରେ ମଟନ ଓ ଚିକେନ୍‌ ମଧ୍ୟ ବେଶି ପରିମାଣରେ ଖାଇବା ଠିକ୍‌ ନୁହେଁ। ଏହା ହଜମ ନ ହୋଇ ଅଜୀର୍ଣ୍ଣ ରୋଗ, ଝାଡା ଓ ବାନ୍ତିର କାରଣ ସାଜିଥାଏ।
– ବର୍ଷା ଅଧିକ ହେଲେ ଅନେକେ ଭାବନ୍ତି ଜଳବାୟୁ ଆର୍ଦ୍ର ଥିବାରୁ ବେଶି ପାଣି ପିଇବା ଉଚିତ ନୁହେଁ। ହେଲେ ମନେ ରଖନ୍ତୁ ଏ ସମୟରେ ପରିବେଶର ଉଷ୍ଣତା କମିଯିବାରୁ ବେଶି ପାଣି ପିଇବା ଓ ପାନୀୟ ଜିନିଷ ବ୍ୟବହାର କରିବା ଆବଶ୍ୟକ। ଏ ସମୟରେ କମ୍‌ ପାଣି ପିଇଲେ ଗର୍ଭବତୀଙ୍କୁ ଡିହାଇଡ୍ରେଶନ ହୋଇ ବାନ୍ତିି ଲାଗେ, ମୁଣ୍ଡ ବିନ୍ଧେ ଏବଂ ଅଚେତ ହେବା ଭଳି ଲାଗେ । ତେଣୁ ସେମାନେ ଫଳରସ, ପଇଡ, ପାଣି, ଲେମ୍ବୁ ସରବତ ଆଦି ପ୍ରଚୁର ପରିମାଣରେ ପିଇବା ଦରକାର। ହେଲେ ବଜାରରେ ମିଳୁଥିବା ଦହି ଓ ଲସି ପିଇବା ଠିକ୍‌ ନୁହେଁ ା ସେହିପରି ବାହାରେ ବିକ୍ରି ହେଉଥିବା ଖାଦ୍ୟ ଆଦୌ ଖାଇବା ଉଚିତ ନୁହେଁ। ଏଥିରେ ବ୍ୟବହୃତ ହେଉଥିବା ସମସ୍ତ ଜିନିଷରେ ପ୍ରଚୁର ପରିମାଣରେ ତେଲ ଓ ମସଲା ସହ ସଂକ୍ରମିତ ପାଣି ବ୍ୟବହାର ହୋଇଥିବାରୁ ସଂକ୍ରମଣ ଜନିତ ରୋଗ ହେବାର ଆଶଙ୍କା ବେଶି ଥାଏ ା ବେଳେ ବେଳେ କଟା ହୋଇଥିବା ଫଳ ବହୁତ ସମୟ ବାହାରେ ରହିବା ଦ୍ୱାରା ବି ସଂକ୍ରମଣ ହୋଇଥାଏ। ତେଣୁ ବାହାରେ ରହିଥିବା କଟା ଫଳ ଖାଇବା ଅନୁଚିତ୍‌।
ଗର୍ଭବତୀଙ୍କୁ ସ୍ବାସ୍ଥ୍ୟରକ୍ଷା ନିମନ୍ତେ ସଫାସୁତରା ରହିବା ଆବଶ୍ୟକ। ଭଲ ଭାବରେ ସ୍ନାନ କରିବା ଦ୍ୱାରା ଚର୍ମ ପରିଷ୍କାର ହୁଏ ଓ ଜୀବାଣୁ ଚର୍ମ ଭିତରକୁ ଯାଇପାରେ ନାହିଁ ା ବାହାରେ ବର୍ଷାରେ ଭିଜିଗଲେ ନିଜ ଶରୀରକୁ ଟାୱେଲରେ ପୋଛି ଶୁଖିଲା କରିବା ପରେ ଗରମ ପାଣିରେ ଗାଧୋଇବା ଦ୍ୱାରା ସଂକ୍ରମଣ ହୋଇ ନ ଥାଏ ା କେବଳ ସ୍ନାନ, ଶୌଚ ଠିକ୍‌ ଭାବେ କରିବା ନୁହେଁ ନଖକାଟିବା, ରାନ୍ଧିବା ଓ ଖାଇବା ଆଗରୁ ହ୍ୟାଣ୍ଡଓ୍ବାଶ୍‌ ଲଗାଇ ହାତ ଧୋଇବା ଆବଶ୍ୟକ। ଯାହାକି ନିଜ ସହ ଗର୍ଭସ୍ଥ ଶିଶୁକୁ ବି ନୀରୋଗ ରଖିଥାଏ। ସେହିପରି ନିଜର ଘରଦ୍ୱାର ଓ ଆଖପାଖ ସ୍ଥାନ ମଧ୍ୟ ପରିଷ୍କାର ରଖନ୍ତୁ। କାର୍ବୋଲିକ୍‌ ସାବୁନର ଦ୍ରବଣରେ ଘରଦ୍ୱାର ପୋଛି ସଫା କରିବା ଦ୍ୱାରା ଜୀବାଣୁମୁକ୍ତ ରହିଥାଏ ା ଏହା ସହ ବିଛଣା ଚଦର ଓ ତଉଲିଆ ଆଦି ସଫା ରଖିବା ଆବଶ୍ୟକ। ମ୍ୟାଲେରିଆ ଓ ଡେଙ୍ଗୁ ରୋଗରୁ ରକ୍ଷା ପାଇଁ ମଶାରି ଟାଣି ଶୁଅନ୍ତୁ। ଆବଶ୍ୟକ ସ୍ଥଳେ ମଶାଧୂପ ଓ ମଶାକ୍ରିମ ବ୍ୟବହାର କରିପାରିବେ। ସର୍ବଦା କଟନ୍‌ ବା ସୂତା କପଡା ପିନ୍ଧିବା ଭଲ ା
– ଗର୍ଭାବସ୍ଥାରେ ହେଭି ମେକଅପ୍‌ ବା ଗାଢ ପ୍ରସାଧନ ବ୍ୟବହାର କରିବା ଠିକ୍‌ ନୁହେଁ। ବିଶେଷ କରି ମସ୍କାରା ଓ ପଫ୍‌, ଆଇ-ଲାଇନର ଓ ଲିପଷ୍ଟିକ୍‌ରୁ ସଂକ୍ରମଣର ଭୟ ଥାଏ, ତେଣୁ ହାଲୁକା ମେକଅପ୍‌ ନିଅନ୍ତୁ।
– ବାହାରକୁ ଯାଉଥିଲେ ପାଖରେ ଛତା, ରେନିକୋଟ ରଖନ୍ତୁ। ଯଦି ପ୍ରସବର ସମ୍ଭାବନା ତାରିଖ ନିକଟରେ ଥାଏ, ତେବେ ସବୁ ପ୍ରକାର ପ୍ରସ୍ତୁତି କରି ରଖନ୍ତୁ। ଯଥା- ଡାକ୍ତରଙ୍କର ଫୋନ୍‌ ନମ୍ବର, ହସପିଟାଲ, ଆମ୍ବୁଲାନ୍ସର ଫୋନ୍‌ ନମ୍ବର ଏବଂ ହସପିଟାଲ ଯିବା ପାଇଁ ଗାଡି ଠାରୁ ଆରମ୍ଭ କରି ସବୁ ଜିନିଷର ପ୍ରସ୍ତୁତି ଆଗରୁ କରି ରଖନ୍ତୁ।
ପାଣିପାଗ ଯାହା ହେଉ ନା କାହିଁକି ଏହା ଅନୁଯାୟୀ ସମସ୍ତ ପ୍ରକାର ପ୍ରସ୍ତୁତି ସହ ସ୍ବାସ୍ଥ୍ୟରକ୍ଷାର ନିୟମ ମାନି ଚଳିଲେ ନିଜେ ନୀରୋଗ ରହିବା ସହ ଗର୍ଭସ୍ଥ ଶିଶୁକୁ ବି ସୁରକ୍ଷିତ ରଖିବା ସହଜ।

-ଡା. ସରୋଜିନୀ ଷଡ଼଼ଙ୍ଗୀ

ସ୍ତ୍ରୀରୋଗ ଓ ପ୍ରସୂତି ବିଶେଷଜ୍ଞା
ଲିଙ୍କ୍‌ରୋଡ଼, କଟକ
ମୋ- ୯୪୩୭୦୫୫୦୦୭


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକା ହତ୍ୟା ମାମଲାର ପର୍ଦ୍ଧାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri