ଗର୍ଭବତୀ, ପ୍ରସୂତି ମୃତ୍ୟୁର ତଦନ୍ତ କଲେ ଜିଲାପାଳ

ଛତ୍ରପୁର,୨୨ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଗତ ୮ ମାସ ମଧ୍ୟରେ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ୩୮ ମାତୃ ମୃତ୍ୟୁ ହୋଇଛି। ନିକଟରେ ହୋଇଥିବା ୨ ଗର୍ଭବତୀ ଓ ଜଣେ ପ୍ରସୂତିଙ୍କ ମୃତ୍ୟୁର କାରଣ କ’ଣ ରହିଛି ସେ ସମ୍ପର୍କରେ ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ବୈଠକରେ ତଦନ୍ତ ହୋଇଛି। ପୂର୍ବରୁ ଉକ୍ତ ୩ ଜଣଙ୍କର ମୃତ୍ୟୁ ଉପରେ ପ୍ରଥମ ପର୍ଯ୍ୟାୟରେ ସମ୍ପୃକ୍ତ ଅଞ୍ଚଳର ମେଡିକାଲ ଅଫିସର ଏବଂ ପରେ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଦନ୍ତ କରାଯାଇଥିଲା। ଶନିବାର ଅନୁଷ୍ଠିତ ବୈଠକରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ମୃତ୍ୟୁର କାରଣ ପଚାରିବା ସହ ଏଠାରେ ଉପସ୍ଥିତ ଉକ୍ତ ଅଞ୍ଚଳର ଅଙ୍ଗନୱାଡି କର୍ମୀ, ଆଶା କର୍ମୀ, ଏଏନ୍‌ଏମ୍‌ ଓ ସ୍ଥାନୀୟ ମେଡିକାଲ ଅଫିସରଙ୍କଠାରୁ ତଥ୍ୟ ସଂଗ୍ରହ କରିଥିଲେ। କେଉଁଠି ଅବହେଳା ତ ଆଉ କେଉଁଠି ଠିକ୍‌ ସମୟରେ ବଡ ମେଡିକାଲକୁ ନ ଆଣିବାଠାରୁ ଆରମ୍ଭ କରି ଏପରିକି ଆଇରନ୍‌, ଆଇଏଫ୍‌ ଏ ଓ କ୍ୟାଲସିୟମ୍‌ ବଟିକା ଦିଆଯାଇ ନ ଥିବାରୁ ଏମାନଙ୍କର ମୃତ୍ୟୁ ହୋଇଥିବା ଜଣାପଡିଥିଲା। ଯେଉଁ ଗର୍ଭବତୀମାନଙ୍କ ସ୍ବାସ୍ଥ୍ୟବସ୍ଥା ଗମ୍ଭୀର ରହିଛି। ସେମାନଙ୍କୁ ପୂର୍ବରୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତିି କରାଇବାର ବ୍ୟବସ୍ଥା କରିବାକୁ ବୈଠକରେ ଜିଲାପାଳ କଡା ନିର୍ଦ୍ଦେଶ ଦେଇଛନ୍ତି। ମିଳିଥିବା ସୂଚନା ଅନୁସାରେ, ଅଗଷ୍ଟ ୨ ତାରିଖ ଅପରାହ୍ନରେ ୨୦ ମାସର ଗର୍ଭବତୀ ତଥା ବେଗୁନିଆପଡା ବ୍ଲକ କୋଦଳା ଗୁଞ୍ଜୁଳା ଗଁାର ପ୍ରତିମା ବିଶ୍ୱାଳ (୨୦)ଙ୍କର ବ୍ରହ୍ମପୁର ବଡ ମେଡିକାଲରେ ମୃତ୍ୟୁ ହୋଇଥିଲା। ଗର୍ଭବତୀ ଅବସ୍ଥାରେ ତାଙ୍କୁ ଆଇଏଫଏ ଓ କ୍ୟାଲସିୟମ୍‌ ଦିଆଯାଇ ନ ଥିଲା ବୋଲି ତଦନ୍ତ ବେଳେ ଜଣାପଡିଥିଲା। ସେହିପରି ହିଞ୍ଜିଳି ବ୍ଲକ ରାଳବର ମମତା ଖୁଣ୍ଟିଆ(୨୪) ଜୁଲାଇ ୨୮ ତାରିଖ ଅପରାହ୍ନରେ ଏକ ଶିଶୁ ପୁତ୍ର ବ୍ରହ୍ମପୁର ବଡ ମେଡିକାଲରେ ଜନ୍ମ ଦେବା ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହା ପୂର୍ବରୁ ୧୧ ଘଣ୍ଟା ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସେ ଯନ୍ତ୍ରଣା ଭୋଗୁଥିଲେ ବୋଲି ତଦନ୍ତ ବେଳେ ଜିଲା ସ୍ବାସ୍ଥ୍ୟ ବିଭାଗ ଜାଣିବାକୁ ପାଇଥିଲେ। ୧୧ ଘଣ୍ଟା ପରେ ବ୍ରହ୍ମପୁର ବଡ ମେଡିକାଲକୁ ତାଙ୍କୁ ସ୍ଥାନାନ୍ତର କରାଯାଇଥିଲା। ଉକ୍ତ ଦିନ ଭୋର ସମୟରେ ଗର୍ଭବତୀଙ୍କୁ ଅଣାଯାଇଥିଲା ବୋଲି ସ୍ଥାନୀୟ ମେଡିକାଲ ଅଫିସର କହିଥିଲେ। ବେଲଗୁଣ୍ଠା ବ୍ଲକ ଏକତାଲାର ସୁନିତା ଦଳାଇ (୨୭) ଗଭବତୀ ଅବସ୍ଥାରେ ଜୁନ୍‌ ୨୫ରେ ବୁଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆସିଥିଲେ। ପରେ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ପ୍ରସବ ପୂର୍ବରୁ ତାଙ୍କର ମୃତ୍ୟୁ ହୋଇଥିଲା। ଗଭର୍ବତୀ ଅବସ୍ଥାରେ ଯେଉଁସବୁ ମାସିକ ସ୍ବାସ୍ଥ୍ୟଗତ ପରୀକ୍ଷା ହୁଏ ତାହା ଠିକ୍‌ ଭାବେ ହୋଇ ନ ଥିଲା ବୋଲି ତଦନ୍ତ ବେଳେ ଜଣାପଡିଛି। ଏହି ତଦନ୍ତ ବେଳେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଜୟ କୁମାର ପାଣିଗ୍ରାହୀ, ଏନଏଚମ୍‌ ଡିପିଏମ୍‌ ଶ୍ୟାମସୁନ୍ଦର ତ୍ରିପାଠୀ, ମୃତା ପ୍ରସୂତି ଓ ଗର୍ଭବତୀଙ୍କ ଅଞ୍ଚଳର ଅଙ୍ଗନୱାଡି କର୍ମୀ, ଏଏନ୍‌ଏମ୍‌, ଆଶାକର୍ମୀ ଓ ମେଡିକାଲ ଅଫିସର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

କାଶ୍ମୀର ଓ ଉତ୍ତରାଖଣ୍ଡକୁ ପଛରେ ପକାଇଲେ ଓଡ଼ିଆ ପୁଅ ଶିବପ୍ରସାଦ, ଓଡ଼ିଶା ପାଇଁ ଆଣିଲେ ସୁନାମ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲlଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲଡ଼ ମେଡାଲ ଜିତି…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?